କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ୍‌ରେ ଦେଲେ ଯୋଗ

କେନ୍ଦୁଝର,୧୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରଠାରୁ ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦.୪୦ରେ ରିଜର୍ଭ ପୋଲିସ ଗ୍ରାଉଣ୍ଡଠାରେ ପହଞ୍ଚି ସେଠାରୁ ଦିନ ୧୧ ଟାରେ ହ୍ୟାଣ୍ଡବଲ ଷ୍ଟାଡିୟମ ଯାଇ ସେଠାରେ ଚାଲିଥିବା ୩୯ତମ ସବ୍‌ ଜୁନିୟର ବାଳକ ହ୍ୟାଣ୍ଡବଲ ଚମ୍ପିୟନଶିପ୍‌ରେ ଯୋଗ ଦେଇଥିଲେ। ତାଙ୍କ ସହ ପାଟଣା ବିଧାୟକ ଡାକ୍ତର ଫକୀର ମୋହନ ନାଏକ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ଏଠାରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଜୟ ଜଗନ୍ନାଥ, ଜୟ ମା’ ତାରିଣୀ କହି ଖେଳାଳିଙ୍କୁ ସମ୍ବୋଧନ କରିଥିଲେ ମୁଖ୍ୟମନ୍ତ୍ରୀ। ପରେ ପରେ ହିନ୍ଦୀରେ ମଧ୍ୟ ଖେଳାଳିମାନଙ୍କୁ ଅଭିଭାଷଣ ଓ ଶୁଭେଛା ଜଣାଇଥିଲେ। ହ୍ୟାଣ୍ଡବଲ ଖେଳ ପାଇଁ କେନ୍ଦୁଝର ପ୍ରସିଦ୍ଧ ଓ ୧୯୮୦ରେ ପ୍ରଥମେ ଏଠାରେ ଜାତୀୟ ଜୁନିୟର ହ୍ୟାଣ୍ଡବଲ ପ୍ରତିଯୋଗିତା ହେଇଥିଲା ଦୀର୍ଘ ୪୫ ବର୍ଷ ପରେ ପୁଣି ଆଜି ଏଠାରେ ଜାତୀୟ ପ୍ରତିଯୋଗିତାର ସୌଭାଗ୍ୟ ମିଳିଛି ବୋଲି କହିଥିଲେ। ହ୍ୟାଣ୍ଡବଲ ଖେଳ ଆଜି ସମସ୍ତଙ୍କୁ ଏକାଠି କରି ପାରିଛି। ଏହି ଖୋଳର ମୂଲ୍ୟବୋଧକୁ ବୁଝ ଆଗକୁ ବଢ଼ାବାକୁ ଆହ୍ବାନ ଦେଇଥିଲେ। ଏ ସରକାର କ୍ରୀଡ଼ାକୁ ପ୍ରାଧାନ୍ୟ ଦେଉଛନ୍ତି। କ୍ରୀଡ଼ାକୁ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ଭାବରେ ଗଢ଼ି ତୋଳିବାକୁ ପ୍ରତି ବ୍ଲକରେ ମଧ୍ୟ ଖେଳକୁ ଗୁରୁତ୍ୱ ଦିଆଯାଉଛି। ପ୍ରତି ବ୍ଲକରେ ଖେଳ ପଡ଼ିଆ ଓ ପଞ୍ଚାୟତରେ ମିନି ଷ୍ଟାଡିୟମ୍‌ରେ ହେବ ଓ ଗୋଟିଏ ଗୋଟିଏ ଇନ୍‌ଡୋର ଷ୍ଟାଡିୟମ ମଧ୍ୟ ହେବ। ୧୪ଟି ଇନ୍‌ଡୋର ସୁଇମିଂ ପୁଲ, ତୀରନ୍ଦାଜ ଉନ୍ନତି ପାଇଁ ମଧ୍ୟ ବ୍ୟବସ୍ଥା କରାଯାଉଛ। ଏ କେନ୍ଦୁଝରର ହ୍ୟାଣ୍ଡବଲ ପଡ଼ିଆ ଏସିଆ ମହାଦେଶର ପ୍ରଥମ ସିସ୍ଥେଟିକ ପଡ଼ିଆ। ଆମ ସରକାର ଖେଳ ସହ ରାଜ୍ୟର ବିକାଶ ପାଇଁ ଗୁରୁତ୍ୱ ଦେଉଛନ୍ତି। ହ୍ୟାଣ୍ଡବଲର ଆହୁରି ଉନ୍ନତି ସହ ଅନ୍ତର୍ଜାତୀୟ ସ୍ତରରେ ଖେଳାଳି ପ୍ରସ୍ତୁତ ପାଇଁ ଯାହା ଦରକାର ସରକାର ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?