ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୩ା୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଜିଲା ସୁଆଣ୍ଡୋ ଗ୍ରାମରେ ପହଞ୍ଚିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଆସି ସୁଆଣ୍ଡୋଠାରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇଥିଲେ। ସେଠାରୁ ପ୍ରଥମେ ଗାଁମୁଣ୍ଡରେ ଥିବା ଶିବମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ। ପରେ ପଣ୍ଡିତ ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମସ୍ଥାନକୁ ଯାଇ ତାଙ୍କ ଷଠୀଘର ବୁଲି ଦେଖିଥିଲେ।
ପରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହ ମ୍ୟୁଜିୟମର ବି ଲୋକାର୍ପଣ କରିଥିଲେ।