୨୬ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୩(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟ୍‌ସ କମ୍ପ୍ଲେକ୍ସର ଉଦ୍‌ଘାଟନ କରିବା ସହ ୧୨ଟି ଜିଲାରେ ୨୬ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମର ଶୁଭାରମ୍ଭ କରିଛନ୍ତି।
୧୧ ଏକର ପରିମିତ ଏହି ଜୟପୁରର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ପ୍ରାକୃତିକ ଫୁଟବଲ ପଡ଼ିଆ ଓ ସିନ୍ଥେଟିକ୍‌ ଆଥଲେଟିକ୍‌ ଟ୍ରାକ୍‌ ରହିଛି। ୫୦୦ ଦର୍ଶକ ବସିବାର କ୍ଷମତା ରହିଛି। ଏଠାରେ ଅନ୍ତର୍ଜାତୀୟ ମାନର ଉପକରଣ ସହିତ ଏକ ଜିମ୍ନାଷ୍ଟିକ୍‌ ସେଣ୍ଟର, ଅଲିମ୍ପିକ୍‌ ଆକାରର ସୁଇମିଂ ପୁଲ୍‌, ୨ଟି ସିନ୍ଥେଟିକ୍‌ ଟେନିସ୍‌ କୋର୍ଟ ଏବଂ ଗୋଟିଏ ବାସ୍କେଟବଲ୍‌ କୋର୍ଟ ରହିଛି। ସୁସ୍ଥ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବା ଏବଂ କ୍ରୀଡ଼ା ପରିବେଶ ସୃଷ୍ଟି ଦିଗରେ ଓଡ଼ିଶା ନିଜର ପ୍ରୟାସକୁ ଅଧିକ ସୁଦୃଢ଼ କରିବ। ଏଥିସହିତ ୧୨ ଜିଲାରେ ୨୬ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କରାଯାଇଛି। ଯେଉଁଥିରେ ବ୍ୟାଡମିଣ୍ଟନ, ଟେବୁଲ ଟେନିସ, ଯୋଗ, ଚେସ୍‌, ଭାରୋତ୍ତୋଳନ ଓ ଜିମ୍‌ ଆଦି କ୍ରୀଡ଼ା ପାଇଁ ସୁବିଧା ରହିଛି। ଗାଁଠାରୁ ସହର ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍ଥାନରେ ବୃତ୍ତିଗତ କ୍ରୀଡ଼ାର ବିକାଶ ପାଇଁ ୫-ଟି ଉପକ୍ରମ ଅଧୀନରେ ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ କରାଯାଇଛି। ଏହି ପ୍ରକଳ୍ପଗୁଡିକର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଜୟପୁରର ସ୍ପୋର୍ଟସ କମ୍ପ୍ଲେକ୍ସ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲାର ଯୁବ ପ୍ରତିଭାଙ୍କୁ କ୍ରୀଡ଼ା କ୍ଷେତ୍ରରେ ଉତ୍ସାହିତ କରିବ। ଦକ୍ଷିଣ ଓଡ଼ିଶାରେ କ୍ରୀଡ଼ାର ବିକାଶ ପାଇଁ ଏହି କମ୍ପ୍ଲେକ୍ସ ପ୍ରମୁଖ ଭୂମିକା ଗ୍ରହଣ କରିବ। ଓଡ଼ିଶା ଆଜି ସାରା ବିଶ୍ୱରେ କ୍ରୀଡ଼ା କ୍ଷେତ୍ରରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିପାରିଛି। କ୍ରୀଡ଼ା କ୍ଷେତ୍ରରେ ଆଜି ସବୁ ରାଜ୍ୟ ଓଡ଼ିଶା ମଡେଲକୁ ଅନୁସରଣ କରୁଛନ୍ତି। ଇନ୍‌ଡୋର ଷ୍ଟାଡିୟମ ରାଜ୍ୟରେ କ୍ରୀଡ଼ା ସଂସ୍କୃତିକୁ ଆହୁରି ଆଗକୁ ନେବ। ବିଶେଷକରି ବୃତ୍ତିଗତ କ୍ରୀଡ଼ା କ୍ଷେତ୍ରରେ ଏହା ପିଲାମାନଙ୍କ ପାଇଁ ବହୁ ସୁଯୋଗ ସୃଷ୍ଟି କରିବ। ଓଡ଼ିଶାରେ କ୍ରୀଡ଼ା ସଂସ୍କୃତିର ବିକାଶ ପାଇଁ ଆମର ପ୍ରୟାସ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି, ବୁଧବାର ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିବା ସବୁ ସ୍ପୋର୍ଟସ୍‌ କମ୍ପ୍ଲେକ୍ସ ଓଡ଼ିଶାବାସୀଙ୍କ ଟଙ୍କାରେ ତିଆରି ହୋଇଛି। ଏହା ରାଜ୍ୟବାସୀଙ୍କ ସମ୍ପତ୍ତି। ଆପଣମାନଙ୍କ ସମ୍ପତ୍ତି। ଏଗୁଡ଼ିକୁ ଠିକ୍‌ ଭାବେ ଉପଯୋଗ କରିବେ ଏବଂ ଉପଯୁକ୍ତ ରକ୍ଷଣାବେକ୍ଷଣ କରିବେ ବୋଲି ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। କାର୍ଯ୍ୟକ୍ରମରେ ଜୟପୁରଠାରେ ଯୋଗଦେଇ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି, କ୍ରୀଡ଼ାକୁ ସର୍ବୋଚ୍ଚ ସ୍ତରକୁ ନେବା ପାଇଁ ରାଜ୍ୟ ସରକାର ନିରନ୍ତର ଉଦ୍ୟମ ଜାରି ରଖିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବ ସେବା ବିଭାଗ କମିଶନର ତଥା ଶାସନ ସଚିବ ଆର. ଭିନୀଲ କ୍ରିଷ୍ଣା ସ୍ବାଗତ ଭାଷଣ ଦେଇଥିବା ବେଳେ କ୍ରୀଡ଼ା ନିର୍ଦ୍ଦେଶକ ସିଦ୍ଧାର୍ଥ ଦାସ ଧନ୍ୟବାଦ ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?