୫ ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୧(ବ୍ୟୁରୋ):ରାଜ୍ୟର ୪ ଜିଲାରେ ୫ଟି ଉଚ୍ଚ କ୍ଷମତାସମ୍ପନ୍ନ ଗ୍ରୀଡ୍‌ ସବ୍‌ଷ୍ଟେଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ସ୍ଥାନଗୁଡ଼ିକ ହେଲା ଗଞ୍ଜାମ ଜିଲାର ହିଞ୍ଜିଳିକାଟୁ, ମାଲକାନଗିରିର କାଲିମେଳା, ସୁବର୍ଣ୍ଣପୁରର ବୀରମହାରାଜପୁର ଓ କଟକ ଜିଲାର ଗୋଡ଼ିସାହି ଓ ବହୁଗ୍ରାମ। ଏହା ଦ୍ବାରା ଉକ୍ତ ୪ ଜିଲାର ୨ ଲକ୍ଷ ଲୋକ ଉପକୃତ ହେବେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜନସାଧାରଣଙ୍କ ଜୀବନଧାରଣ ମାନରେ ଉନ୍ନତି ପାଇଁ ଉତ୍ତମ ବିଦ୍ୟୁତ୍‌ ଶକ୍ତିର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ବିଦ୍ୟୁତ୍‌ ସମ୍ପ୍ରସାରଣ ଓ ଆବଣ୍ଟନ ଭିତ୍ତିଭୂମିର ବିକାଶ ଉପରେ ସ୍ବତନ୍ତ୍ର ଧ୍ୟାନ ଦେଉଛନ୍ତି। କୃଷି, ଶିଳ୍ପ ଓ ସାଧାରଣ ଜୀବନଯାପନ ସବୁ କ୍ଷେତ୍ରରେ ଉତ୍ତମ ଓ ନୀରବଚ୍ଛିନ୍ନ ବିଦ୍ୟୁତ୍‌ର ଆବଶ୍ୟକତା ରହିଛି। ବିଜୁଳି ଶକ୍ତି ଆମ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ତେଣୁ ଏହାକୁ ଅଯଥାରେ ନଷ୍ଟ ନ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବିଦ୍ୟୁତ୍‌ ସମ୍ପ୍ରସାରଣ କ୍ଷେତ୍ରରେ ଏକ ଦୃଢ଼ ଭିତ୍ତିଭୂମିର ବିକାଶ କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮୫ଟି ଏକ୍ସଟ୍ରା ଭୋଲ୍‌ଟେଜ୍‌ ଗ୍ରୀଡ୍‌ ସବ୍‌ଷ୍ଟେଶନ ଥିବାବେଳେ ୧୬,୦୦୦ ସର୍କିଟ୍‌ କିଲୋମିଟର ନେଟ୍‌ୱର୍କ ରହିଛି।
କାର୍ଯ୍ୟକ୍ରମରେ ଯୋଗଦେଇ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଓଡ଼ିଶା ବିଦ୍ୟୁତ୍‌ ଶକ୍ତିରେ ଏକ ବଳକା ରାଜ୍ୟ ହୋଇପାରିଛି। ଓଡ଼ିଶାର ଶକ୍ତି ବିତରଣ ବ୍ୟବସ୍ଥାକୁ ସୁଦୃଢ଼ କରି ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ସଫଳ ହେଉଛି ବୋଲି ସେ କହିଛନ୍ତି। ଏହି ଅବସରରେ ଓଡ଼ିଶା କୋଲ୍‌ ଆଣ୍ଡ ପାୱାର ଲିମିଟେଡ୍‌(ଓସିପିଏଲ)ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଭାଗୀୟ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଓ ମୁଖ୍ୟ ଶାସନ ସଚିବ ଏହି ଚେକ୍‌ ଗ୍ରହଣ କରିଥିଲେ। ଅତି ଅଳ୍ପ ସମୟ ମଧ୍ୟରେ ରାଜ୍ୟ ସରକାରଙ୍କ ଏହି ସଂସ୍ଥା ଭଲ ଲାଭ କରିପାରିଥିବାରୁ ମୁଖ୍ୟମନ୍ତ୍ରୀ ଏହାର ଉଚ୍ଚ ପ୍ରଶଂସା କରିଛନ୍ତି। ୨୦୨୨-୨୩ର ପ୍ରଥମ ୬ ମାସ ମଧ୍ୟରେ ଓସିପିଏଲ ୬୨୬ କୋଟି ଟଙ୍କା ଲାଭ କରିଛି ଏବଂ କୋଇଲା ଉତ୍ପାଦନରେ ୬୦ ପ୍ରତିଶତ ବୃଦ୍ଧି ହାସଲ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝି, ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଓ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ପ୍ରମୁଖ ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଗ ଦେଇ ରାଜ୍ୟରେ ବିଦ୍ୟୁତ୍‌ ଶକ୍ତିର ବିକାଶ ଓ ଶିଳ୍ପାୟନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ସ୍ବାଗତ ଭାଷଣ ଏବଂ ଓପିଟିସିଏଲ ଅଧ୍ୟକ୍ଷ ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ଶକ୍ତି ବିଭାଗର ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri