୫ ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୧(ବ୍ୟୁରୋ):ରାଜ୍ୟର ୪ ଜିଲାରେ ୫ଟି ଉଚ୍ଚ କ୍ଷମତାସମ୍ପନ୍ନ ଗ୍ରୀଡ୍‌ ସବ୍‌ଷ୍ଟେଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ସ୍ଥାନଗୁଡ଼ିକ ହେଲା ଗଞ୍ଜାମ ଜିଲାର ହିଞ୍ଜିଳିକାଟୁ, ମାଲକାନଗିରିର କାଲିମେଳା, ସୁବର୍ଣ୍ଣପୁରର ବୀରମହାରାଜପୁର ଓ କଟକ ଜିଲାର ଗୋଡ଼ିସାହି ଓ ବହୁଗ୍ରାମ। ଏହା ଦ୍ବାରା ଉକ୍ତ ୪ ଜିଲାର ୨ ଲକ୍ଷ ଲୋକ ଉପକୃତ ହେବେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜନସାଧାରଣଙ୍କ ଜୀବନଧାରଣ ମାନରେ ଉନ୍ନତି ପାଇଁ ଉତ୍ତମ ବିଦ୍ୟୁତ୍‌ ଶକ୍ତିର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ବିଦ୍ୟୁତ୍‌ ସମ୍ପ୍ରସାରଣ ଓ ଆବଣ୍ଟନ ଭିତ୍ତିଭୂମିର ବିକାଶ ଉପରେ ସ୍ବତନ୍ତ୍ର ଧ୍ୟାନ ଦେଉଛନ୍ତି। କୃଷି, ଶିଳ୍ପ ଓ ସାଧାରଣ ଜୀବନଯାପନ ସବୁ କ୍ଷେତ୍ରରେ ଉତ୍ତମ ଓ ନୀରବଚ୍ଛିନ୍ନ ବିଦ୍ୟୁତ୍‌ର ଆବଶ୍ୟକତା ରହିଛି। ବିଜୁଳି ଶକ୍ତି ଆମ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ତେଣୁ ଏହାକୁ ଅଯଥାରେ ନଷ୍ଟ ନ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବିଦ୍ୟୁତ୍‌ ସମ୍ପ୍ରସାରଣ କ୍ଷେତ୍ରରେ ଏକ ଦୃଢ଼ ଭିତ୍ତିଭୂମିର ବିକାଶ କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮୫ଟି ଏକ୍ସଟ୍ରା ଭୋଲ୍‌ଟେଜ୍‌ ଗ୍ରୀଡ୍‌ ସବ୍‌ଷ୍ଟେଶନ ଥିବାବେଳେ ୧୬,୦୦୦ ସର୍କିଟ୍‌ କିଲୋମିଟର ନେଟ୍‌ୱର୍କ ରହିଛି।
କାର୍ଯ୍ୟକ୍ରମରେ ଯୋଗଦେଇ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଓଡ଼ିଶା ବିଦ୍ୟୁତ୍‌ ଶକ୍ତିରେ ଏକ ବଳକା ରାଜ୍ୟ ହୋଇପାରିଛି। ଓଡ଼ିଶାର ଶକ୍ତି ବିତରଣ ବ୍ୟବସ୍ଥାକୁ ସୁଦୃଢ଼ କରି ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ସଫଳ ହେଉଛି ବୋଲି ସେ କହିଛନ୍ତି। ଏହି ଅବସରରେ ଓଡ଼ିଶା କୋଲ୍‌ ଆଣ୍ଡ ପାୱାର ଲିମିଟେଡ୍‌(ଓସିପିଏଲ)ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଭାଗୀୟ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଓ ମୁଖ୍ୟ ଶାସନ ସଚିବ ଏହି ଚେକ୍‌ ଗ୍ରହଣ କରିଥିଲେ। ଅତି ଅଳ୍ପ ସମୟ ମଧ୍ୟରେ ରାଜ୍ୟ ସରକାରଙ୍କ ଏହି ସଂସ୍ଥା ଭଲ ଲାଭ କରିପାରିଥିବାରୁ ମୁଖ୍ୟମନ୍ତ୍ରୀ ଏହାର ଉଚ୍ଚ ପ୍ରଶଂସା କରିଛନ୍ତି। ୨୦୨୨-୨୩ର ପ୍ରଥମ ୬ ମାସ ମଧ୍ୟରେ ଓସିପିଏଲ ୬୨୬ କୋଟି ଟଙ୍କା ଲାଭ କରିଛି ଏବଂ କୋଇଲା ଉତ୍ପାଦନରେ ୬୦ ପ୍ରତିଶତ ବୃଦ୍ଧି ହାସଲ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝି, ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଓ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ପ୍ରମୁଖ ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଗ ଦେଇ ରାଜ୍ୟରେ ବିଦ୍ୟୁତ୍‌ ଶକ୍ତିର ବିକାଶ ଓ ଶିଳ୍ପାୟନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ସ୍ବାଗତ ଭାଷଣ ଏବଂ ଓପିଟିସିଏଲ ଅଧ୍ୟକ୍ଷ ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ଶକ୍ତି ବିଭାଗର ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri