୯୩ ପ୍ରକଳ୍ପର ଉଦ୍‌ଘାଟନ, ୧୧୩ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା/ଗୋଲାମୁଣ୍ଡା/କୋକସରା,୫।୩(ସ୍ବପ୍ର/ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆପଡା ଜିଲା ଗସ୍ତ ସାରି କଳାହାଣ୍ଡି ଜିଲାର ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ହାଇସ୍କୁଲ ଖେଳପଡ଼ିଆ ନିକଟରେ ଥିବା ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଥିଲେ। ପରେ ସେଠାରେ ଅନୁଷ୍ଠିତ ସାଧାରଣ ସଭାରେ ଯୋଗଦେଇ ୫୨୭.୪ କୋଟି ଟଙ୍କା ବ୍ୟୟରେ ନିର୍ମିତ ଜିଲାର ୯୩ଟି ପ୍ରକଳ୍ପର ଉଦ୍‌ଘାଟନ କରିଥିଲେ । ଏଥିରେ ରାସ୍ତା ଓ ସେତୁ, ଶିକ୍ଷା, ଜଳସମ୍ପଦ ପ୍ରକଳ୍ପ, ପାନୀୟ ଜଳ ଯୋଗାଣ, ମିଶନ ଶକ୍ତି, ସ୍ବାସ୍ଥ୍ୟ, ପର୍ଯ୍ୟଟନ ଓ ପରିବହନ ଆଦି ଭିତ୍ତିଭୂମି ପ୍ରକଳ୍ପ ରହିଛି। ଏହାସହ ୧୫୭୩.୪୨ କୋଟି ଟଙ୍କାରେ ନିର୍ମାଣ ହେବାକୁ ଥିବା ୧୧୩ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବୃନ୍ଦାବାହାଲ ଠାରେ ଆୟୋଜିତ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ ା ବୃନ୍ଦାବାହାଲ ସଭାକାର୍ଯ୍ୟ ପରେ ମୁଖ୍ୟମନ୍ତ୍ରୀ ବସ ଯୋଗେ ବିଜୁ ଏକ୍ସପ୍ରେସ ୱେ ରାସ୍ତାରେ ୧୫ କିମି ଦୂର ଗୋଡ଼ଭଞ୍ଜା ଗୋଳେଇ ଛକ ପର୍ଯ୍ୟନ୍ତ ରୋଡ଼ ଶୋ କରିଥିଲେ। ପରେ ସେଠାରୁ ଆମପାଣି ପର୍ଯ୍ୟନ୍ତ ଯାଇଥିଲେ । ସେଠାରେ ଜିଲା ମଧ୍ୟ ଦେଇ ଯାଇଥିବା ୭୦ କି.ମି (ଆମପାଣି-ଗୋଲାମୁଣ୍ଡା) ବିଜୁ ଏକ୍ସପ୍ରେସ ୱେ ରାସ୍ତାର ଲୋକାର୍ପିତ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅଭିଭାଷଣରେ ଜୟ ବୁଢ଼ାରଜା କହିବା ସହ ବିଜୁ ଏସ୍କପ୍ରେସ ଓ୍ବେ ପାଇଁ ଆପଣମାନେ ଖୁସିତ କହି ବିଦାୟ ନେଇଥିଲେ। ଏହାପରେ ହେଲିକେପ୍ଟର ଯୋଗେ ଉତ୍କେଲା ଉଡାଜାହାଜ ପଡିଆକୁ ଯାଇ ବିମାନ ଯୋଗେ ଭୁବନେଶ୍ୱର ଫେରି ଯାଇଥିଲେ । କାର୍ଯ୍ୟକ୍ରମରେ ଜିଲାର ବୃନ୍ଦାବାହାଲ, ଧର୍ମଗଡ଼ ଓ ଆମପାଣିଠାରେ ପ୍ରାୟ ୩୦ ହଜାରୁ ଊଦ୍ଧର୍‌ବ ଲୋକ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri