ଅନୁଗୋଳରେ ୧୮୦୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଜିଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୯୨ କୋଟି ଟଙ୍କାର ୭୯୫ଟି ପ୍ରକଳ୍ପ ପାଇଁ ଭିତ୍ତି ରଖାଯାଇଛି। ଏହାସହିତ ଅନୁଗୋଳରେ ୩୫୦ କୋଟି ଟଙ୍କାରେ ଦୁଇଟି ବୃହତ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ପ୍ରକଳ୍ପ ଦୁଇଟିକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ଦେଇସାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାଦ୍ବାରା ଜିଲାର ୪୮ଟି ପଞ୍ଚାୟତର ଲୋକ ପାନୀୟ ଜଳ ପାଇପାରିବେ।

ଅନୁଗୋଳକୁ ସେବା ଓ ସଂଗ୍ରାମର ଭୂମି ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନବକୃଷ୍ଣ ଚୌଧୁରୀ, ମାଳତୀ ଚୌଧୁରୀ ଓ ପବିତ୍ର ମୋହନ ପ୍ରଧାନଙ୍କ ପରି ସଂଗ୍ରାମୀ ନେତାମାନଙ୍କ ତ୍ୟାଗ ଓ ସେବାକୁ ସ୍ମରଣ କରିଥିଲେ।
ବିକାଶ ଅନୁଗୋଳର ସବୁଠାରୁ ବଡ଼ ପରିଚୟ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ, ଅନୁଗୋଳରେ ଶିଳ୍ପ ପ୍ରତିଷ୍ଠା ସହିତ ନିଯୁକ୍ତିର ସୁଯୋଗ ବଢୁଛି। ଚଳିତ ମେକ୍‌-ଇନ୍‌-ଓଡ଼ିଶାରେ ରାଜ୍ୟ ୧୦ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆକର୍ଷଣ କରିବାରେ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅନୁଗୋଳର ମିଶନ ଶକ୍ତି ମା’ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୪୨ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ। ଜିଲାର ୭୩୭୨ ମିଶନ ଶକ୍ତି ଗୋଷ୍ଠୀର ୭୫ ହଜାର ମହିଳା ଏହାଦ୍ବାରା ଉପକୃତ ହେବେ। ମିଶନ ଶକ୍ତି ତାଙ୍କର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ, ପ୍ରତିଦିନ ମିଶନ ଶକ୍ତିର ମା’ମାନେ ତାଙ୍କୁ ଭେଟୁଛନ୍ତି ଓ ତାଙ୍କ ସଫଳତାର କାହାଣୀ କହୁଛନ୍ତି। ଏହା ତାଙ୍କୁ ଖୁବ୍‌ ଆନନ୍ଦ ଦେଉଛି। ମୁଖ୍ୟମନ୍ତ୍ରୀ କହିଥିଲେ, ଆଗାମୀ ୫ ବର୍ଷରେ ମିଶନ ଶକ୍ତି ମା’ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ସହାୟତା ଦିଆଯିବ।

ଏହି କାର୍ଯ୍ୟକ୍ରମରେ ଉପବାଚସ୍ପତି, ଜିଲାର ବିଧାୟକମାନେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ ପ୍ରଥମେ ଅନୁଗୋଳ ଷ୍ଟାଡିଅମରେ ପହଞ୍ଚି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇଥିଲେ। ଏହାପରେ ରେଲଓ୍ବେ ଷ୍ଟେଶନ ଯାଇ ସେଠାରେ ସମ୍ବଲପୁର-ଶାଲିମାର-ସମ୍ବଲପୁର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳବାଇ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri