‘ଆମ ହସ୍ପିଟାଲ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ରହିଛି ଏସବୁ ସୁବିଧା…

ଦାରିଙ୍ଗବାଡ଼ି,୧୭ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ରୂପାନ୍ତର କାର୍ଯ୍ୟ କରାଯିବା ପରେ ଶନିବାର ତା’ର ଶୁଭାରମ୍ଭ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରିଥିଲେ। ତାଙ୍କ ସହ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ରହି ପରିଚାଳନା କରିଥିଲେ। ଏହି ଉଦ୍‌ଘାଟନ ଉତ୍ସବ ପାଇଁ ଦାରିଙ୍ଗବାଡ଼ିଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାନସଭାର ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥିଙ୍କ ମଧ୍ୟରେ ଜିଲା ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରସନ୍ନ କୁମାର ତ୍ରିପାଠୀ, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ,ବିଡିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର, ଜିଲା ପରିଷଦ ସଦସ୍ୟ ରଞ୍ଜନ ପ୍ରଧାନ,ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଓ ଅନ୍ୟ ଲୋକପ୍ରତିନିଧିମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ ପରିଚାଳନା କରିଥିବା ବେଳେ ସମସ୍ତ କାର୍ଯ୍ୟରତ ମେଡିକାଲ ଅଫିସର, ମହିଳା, ପୁରୁଷ ସ୍ବାସ୍ଥ୍ୟକର୍ମୀ ଓ ଆଶା, ଅଙ୍ଗନଓ୍ବାଡି କର୍ମୀ ଉପସ୍ଥିତ ଥିଲେ।

ମୋ’ ହସ୍ପିଟାଲ ଯୋଜନାରେ ରୂପାନ୍ତର କରାଯାଇଛି। ଯେଉଁଠି ଫ୍ରି ଗାଡ଼ି ପାର୍କିଂ ସମେତ ରୋଗୀ ଓ ସମ୍ପର୍କୀୟଙ୍କ ପାଇଁ ପ୍ରତୀକ୍ଷା ଗୃହ ଆଦିର ସୁବିଧା କରାଯାଇଛି। ଏହାଦ୍ୱାରା ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଶଯ୍ୟା ବୃଦ୍ଧି ବ୍ୟବସ୍ଥା କରାଯାଇଛି। ବିଶେଷକରି ରୋଗୀଙ୍କ ରୋଗ ଚି଼ହ୍ନଟ କରିବା ପାଇଁ ପରୀକ୍ଷାକେନ୍ଦ୍ରର ଉନ୍ନତି କରାଯାଇଛି। ସେହିପରି ମିଶନଶକ୍ତି କାଫେ ଖୋଲାଯିବା ବ୍ୟବସ୍ଥା କରାଯାଇଛି। ଯେଉଁଠି ରୋଗୀଙ୍କ ପାଇଁ ସୁଲଭ ଦରରେ ଖାଦ୍ୟ ମିଳିପାରିବ ସେ ବ୍ୟବସ୍ଥା କରାଯାଇଛି। ପ୍ରକାଶଯେ ରାଜ୍ୟରେ ମୋ’ ହସ୍ପିଟାଲ ଯୋଜନାରେ ରାଜ୍ୟରେ ୧୫ ଜିଲାରେ ୭୩ଟି ‘ଆମ ହସ୍ପିଟାଲ’ ଶୁଭାରମ୍ଭ ହୋଇଥିବା ବେଳେ ଏଥିରେ ଜିଲାର ଦାରିଙ୍ଗବାଡ଼ି ସମେତ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରର ଶୁଭାରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri