ବିଜୁ ପଟ୍ଟନାୟକ ଇନ୍‌ଡୋର୍‌ ଷ୍ଟାଡିୟମ୍‌ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଗୋପାଳପୁର/ବ୍ରହ୍ମପୁର,୧୩ା୩(ନବୀନ ରାଜ ଆଚାରୀ/ତନୁଶ୍ରୀ ନାହାକ): ବୁଧବାର ଅପରାହ୍ନରେ ଗଞ୍ଜାମ ଜିଲା ଗୋପାଳପୁର ଥାନାର ନିର୍ମିତ କୋଠା ଓ ବିଜୁପଟ୍ଟନାୟକ ବହୁମୁଖୀ ଇନ୍‌ଡୋର୍‌ ଷ୍ଟାଡିୟମ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଲୋକାର୍ପଣ କରିଛନ୍ତି। ଏଥିରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ। ଲୋକାର୍ପଣ ସମୟରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟରେ ବିଭିନ୍ନ ଜିଲାରେ ୨୯ଟି ପୋଲିସ ଷ୍ଟେଶନ ଲୋକାର୍ପଣ କରିଛନ୍ତି। ଏଥି ମଧ୍ୟରୁ ଗୋପାଳପୁର ପୋଲିସ ଷ୍ଟେଶନ ରହିଛି। ସେହିପରି ବର୍ତ୍ତମାନ ସମୟରେ ନବ ନିର୍ମିତ ପୋଲିସ ଷ୍ଟେଶନ ସହିତ ରାଜ୍ୟ ପୋଲିସ ପ୍ରଶାସନରେ ସମସ୍ତ ପ୍ରକାର ନୂତନ ଜ୍ଞାନକୌଶଳ ଓ ପ୍ରଯୁକ୍ତି ବିଦ୍ୟା ଉପଲବ୍ଧ ହୋଇଛି।

ଏହି ନବନିର୍ମିତ ଗୋପାଳପୁର ଥାନା ନିମନ୍ତେ ୩ କୋଟି ୨୮ ଲକ୍ଷ ୯୪ ହଜାର ଟଙ୍କା ବ୍ୟୟ ଅଟକଳ ହୋଇଥିବା ବେଳେ ୨୦୨୨ ରୁ ଏହି କୋଠାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ପରେ ଗୋପାଳପୁର ବିଜୁ ପଟ୍ଟନାୟକ ବହୁମୁଖୀ ଇନଡୋର ଷ୍ଟାଡିୟମ୍‌କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିଲେ। ଏହାର ନିର୍ମାଣ ପାଇଁ ୬କୋଟି ୧୯ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ଏହି ଲୋକାର୍ପଣ ଉତ୍ସବରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ,ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ବ୍ରହ୍ମପୁର ଏସ୍‌ପି ବିବେକ ଏମ୍‌, ଆର୍ମି ଏ କଲେଜର ବ୍ରିଗେଡିୟର ନିଶ୍ଚଲ ସୁଦ, କର୍ନେଲ ପ୍ରଦୀପ ଏସ୍‌,ବ୍ରହ୍ମପୁର ଉପଜିଲାପାଳ ଦିନା ଦସ୍ତାଗର, ଅତିରିକ୍ତ ଏସ୍‌ପି ଅସିତ୍‌ ପଣ୍ଡା, ରମେଶ ସେଠୀ,ବ୍ରହ୍ମପୁର ସଦର ଏସ୍‌ ଶୁଭ୍ରାଂଶୁ, ମେୟର ସଂଘମିତ୍ରା ଦଳେଇ, ମେୟର ଇ.ବିବେକ ରେଡ୍ଡୀ, ଜିଲାପରିଷଦ ଉପସଭାନେତ୍ରୀ ଏସ୍‌.ରାଜେଶ୍ୱରୀ ଦୋରା, ରଙ୍ଗେଇଲୁଣ୍ଡା ବ୍ଲକ ଅଧ୍ୟକ୍ଷ ସିଏଚ୍‌ ଉଷା ରାଣୀ, ଉପାଧ୍ୟକ୍ଷ ଅନିତା ମହାଙ୍କୁ ଗୋପାଳପୁର ଏନ୍‌ଏସି ଅଧ୍ୟକ୍ଷ ଏ.ଜାନକୀ ରାମ, ଉପାଧ୍ୟକ୍ଷ ବି.ଉମା, ରଙ୍ଗେଇଲୁଣ୍ଡା ବିଡିଓ ଅଶୁଂମାନ ମହାପାତ୍ର, କନିଷି ତହସିଲିଦାର ପ୍ରଳୟ ନନ୍ଦ ଶତପଥୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

‘ହଁ ମୁଁ ଏକଛତ୍ରବାଦୀ’, ଡାଭୋସରେ ଏମିତି ବୟାନ ଦେଲେ ଟ୍ରମ୍ପ, ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଡାଭୋସ,୨୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୀତି ଏବଂ ତାଙ୍କ ଆକ୍ରମଣାତ୍ମକ ଶୈଳୀ ବିରୁଦ୍ଧରେ ବିଶ୍ୱ ସ୍ତରରେ ପ୍ରତିବାଦର ସ୍ବର ବଢ଼ୁଛି। ଭେନେଜୁଏଲା ଏବଂ ଗ୍ରୀନଲାଣ୍ଡ...

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫...

ହେବନି ଗାଡ଼ିର ପଞ୍ଜୀକରଣ, ଆସିଲା କଡ଼ା ନିୟମ

ନୂଆଦିଲ୍ଲୀ,୨୨।୧: ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ମୋଟର ଯାନ ନିୟମରେ ସଂଶୋଧନ କରି ଏଭଳି କଠୋର ନିୟମ ଜାରି କରିଛନ୍ତି କେନ୍ଦ୍ର...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri