କୋଭିଡ୍‌ ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୨ା୫: ପୁରୀର ଦ୍ୱିତୀୟ କୋଭିଡ୍‌ ହସ୍ପିଟାଲକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ଲୋକାର୍ପଣ କରିଛନ୍ତି। ପୁରୀ ବାଲିଗୁଆଳିସ୍ଥିତ ଶ୍ରୀଜଗନ୍ନାଥ ମେଡିକାଲ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା, ପୁରୀ ଏମ୍‌ପି ପିନାକୀ ମିଶ୍ର ଏବଂ ଜିଲାପାଳ ସମର୍ଥ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ। ପୁରୀ ଜିଲା ପ୍ରଶାସନ, ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡ ଏବଂ ପିପିପି ମୋଡରେ ଏହି ହସ୍ପିଟାଲ ନିର୍ମାଣ ହୋଇଛି। ବାଲିଗୁଆଳିସ୍ଥିତ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ପରିସରରେ ହୋଇଥିବା ୧୫୦ ଶଯ୍ୟା ବିଶିଷ୍ଟ ଏହି ହସ୍ପିଟାଲ୍‌ରେ ପ୍ରତି ବେଡ୍‌କୁ ଅକ୍ସିଜେନ୍‌ ପାଇପ୍‌ ବ୍ୟବସ୍ଥା ରହିଛି। ଏଠାରେ ୨୦ଟି ଆଇସିୟୁ, ୪୦ଟି ଏଚ୍‌ଡିୟୁ ଓ ୯୦ଟି ସାଧାରଣ ଶଯ୍ୟା ରହିଛି। ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଦାସବର୍ମା କହିଛନ୍ତି, ପୁରୀବାସୀଙ୍କ କୋଭିଡ୍‌ ଚିକିତ୍ସାକୁ ସୁବିଧାଜନକ କରିବା ପାଇଁ ରାଜ୍ୟ ସରକାର ଏହି ହସ୍ପିଟାଲ ଆରମ୍ଭ କରିଛନ୍ତି। ସେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି। ସେହିପରି ଜିଲାପାଳ ସମର୍ଥ ବର୍ମା କହିଛନ୍ତି, ଅଧିକ ରୋଗୀ ଆସିଲେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ। ଏଠାରେ ଅକ୍ସିଜେନ୍‌ ପ୍ଲାଣ୍ଟ ପ୍ରତିଷ୍ଠା ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା ଚାଲିଛି। ଖୁବ୍‌ଶୀଘ୍ର ଅକ୍ସିଜେନ୍‌ ପ୍ଲାଣ୍ଟ କାର୍ଯ୍ୟ ଆରମ୍ଭ ହେବ ବୋଲି ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri