୧୩ ଉଚ୍ଚ ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡ଼ି,୨୯।୧(ଅରୁଣ ସାହୁ): ରାଜ୍ୟର ବିଭିନ୍ନ ଜିଲାରେ ଉଚ୍ଚ ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ କରାଯାଇଥିବା ବେଳେ ଚତୁର୍ଥ ପର୍ଯ୍ୟାୟରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବାକି ରହିଥିବା ୧୩ଟି ଉଚ୍ଚ ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ କରାଯାଉଛି। ସୋମବାର ସନ୍ଧ୍ୟାରେ ବିଦ୍ୟାଳୟଗୁଡିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭରଚ୍ୟୁଆଲ ମାଧ୍ୟମରେ ଏହାର ଉଦ୍‌ଘାଟନ କରିଛନ୍ତି। ତାଙ୍କ ସହ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଉପସ୍ଥିତ ରହିଥିଲେ।

ବ୍ଲକର ସରୋଜିନୀ ନାଇ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରୀମାନେ ଯୋଗ ଦେଇଥିଲେ। ଦାରିଙ୍ଗବାଡି ବିଡ଼ିଓ ଗଦାଧର ପାତ୍ରଙ୍କ ସୂଚନା ଅନୁଯାୟୀ, ବ୍ଲକର ବାଡାବାଙ୍ଗା ପଞ୍ଚାୟତ କଟାସିଂ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମେତ ବ୍ରାହ୍ମଣୀଗାଁର ପ୍ରଭାତୀତାରା ବାଳିକା ଉଚ୍ଚ ବିଦ୍ୟାଳୟ, ଦାରିଙ୍ଗବାଡି ଲାଲ ବାହାଦୁର ବିଦ୍ୟାପୀଠ, ଦାସିଙ୍ଗବାଡି ଆଦିବାସୀ ଉଚ୍ଚ ବିଦ୍ୟାଳୟ, ଧୂସରିଗାଁର ସରକାରୀ ଉଚ୍ଚ ବିଦ୍ୟାଳୟ, ଗ୍ରୀନବାଡି ସରୋଜିନୀ ନାଇ ବାଳିକା ଉଚ୍ଚ ବିଦ୍ୟାଳୟ, ମିଞ୍ଜାପାଙ୍କା, କଟାବାଡି, ସୁଜାମାଜୁରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ସହ ବୁଡ଼ାଗୁଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ତାଜୁଙ୍ଗିଆ ଆଇଜକ ବେହେରା ଉଚ୍ଚ ବିଦ୍ୟାଳୟ, ଦାରିଙ୍ଗବାଡି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ଝିଞ୍ଜିରୀଗୁଡା ପଞ୍ଚାୟତ ଉଲିପଦର ବାଳିକା ଉଚ୍ଚ ବିଦ୍ୟାଳୟର ଶୁଭ ଉଦ୍‌ଘାଟନ ହୋଇଯାଇଛି।

ସହକାରୀ ନିର୍ବାହୀ ଯନ୍ତ୍ରୀ ଶିଶିର ପାତ୍ରଙ୍କ ନେତୃତ୍ୱରେ କନିଷ୍ଠ ଯନ୍ତ୍ରୀ ତୁଷାର ସେଠୀ, ଧିରେନ ସେଠୀ, ଗୋପୀନାଥ ପଲାଇ, ସୁଜିତ ସେଠୀ, ସୁଶାନ୍ତ ପ୍ରଧାନ, ମନୋଜ ପୃଷ୍ଟି ପ୍ରମୁଖ ଏହି ରୂପାନ୍ତରଣ କାର୍ଯ୍ୟ ସମ୍ପାଦନା କରିଛନ୍ତି। ଏଥିସହ ବାଲିଗୁଡା ଜନଜାତି ଉନ୍ନୟନ ସଂସ୍ଥା ପକ୍ଷରୁ ମଧ୍ୟ କିଛି ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ ସମ୍ପାଦନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri