କୃଷି ସମୀକ୍ଷା କେନ୍ଦ୍ର, ମିଲେଟ ଶକ୍ତି କାଫେ’ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୩ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟର ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଯାଇ ଅକ୍ଷୀ ମୁଠି ଅନୁକୂଳ କରି କୃଷକମାନଙ୍କୁ ଶୁଭେଛା ଜଣାଇଥିଲେ। ପରେ ସେ ଲୋକସେବା ଭବନରେ ପହଞ୍ଚି ମିଲଟ ଶକ୍ତି କାଫେର ଲୋକାର୍ପିତ କରିଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୪୨ଟି ମିଲେଟ୍‌ ଆଉଟ୍‌ଲେଟ ଖୋଲା ଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ’କୃଷି ସମୀକ୍ଷା କେନ୍ଦ୍ର’ର ଉଦ୍‌ଘାଟନ ମଧ୍ୟ କରିଛନ୍ତି।

କାର୍ଯ୍ୟକ୍ରମରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ ଓ ମହିଳା ଓ ଶିଶୁ ବିକାଶ ସଚିବ ଶୁଭା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।