୧୩ ଶିକ୍ଷା ସୌଧ, ୨୮ ଛାତ୍ରାବାସ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୬(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଲୋକସେବା ଭବନ କନ୍‌ଭେନଶନ ସେଣ୍ଟରରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ ଶିକ୍ଷା ସୌଧ ଓ ୨୮ ଛାତ୍ରାବାସ ଉଦ୍‌ଘାଟନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ୨୭୬ ଛାତ୍ରାବାସର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମସ୍ତ ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଚମତ୍କାର ଭିତ୍ତିଭୂମି ରାଜ୍ୟରେ ଗୁଣାତ୍ମକ ଶିକ୍ଷା ପାଇଁ ବାଟ ଖୋଲିଦେବ। ଗ୍ରାମାଞ୍ଚଳ ପିଲାଙ୍କୁ ଇଂଲିଶ ମାଧ୍ୟମରେ ଉତ୍ତମ ଶିକ୍ଷା ପ୍ରଦାନ ଲକ୍ଷ୍ୟରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଇଛି। ଏହି ଶିକ୍ଷାନୁଷ୍ଠାନ ୩୧୪ ବ୍ଲକରେ ସ୍ଥାପନ କରାଯାଇଛି। ମେଧାବୀ ଛାତ୍ରୀଛାତ୍ରମାନଙ୍କୁ ଉତ୍ତମ ଶିକ୍ଷା ପ୍ରଦାନ କରିବାକୁ ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଇଛି। ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷା ଉପରେ ସର୍ବଦା ପ୍ରାଥମିକତା ଦେଇ ଆସିଛନ୍ତି। ପ୍ରତ୍ୟେକ ଆଦର୍ଶ ବିଦ୍ୟାଳୟ ୫-ଟି ଅଧୀନରେ ରୂପାନ୍ତର କରାଯାଇଛି। ଆଦର୍ଶ ବିଦ୍ୟାଳୟଗୁଡିକ ଶିକ୍ଷାରେ ଉନ୍ନତି ଆଣିବା ପାଇଁ ଅନେକ ସଂସ୍କାର ଆଣିଛନ୍ତି। ଆଦର୍ଶ ବିଦ୍ୟାଳୟରେ ନାମ ଲେଖାଇଥିବା ନୂତନ ଛାତ୍ରୀଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ। ଏଥିସହିତ ଏନ୍‌ଇଇଟି ଏବଂ ଜେଇଇ ଆଡ୍‌ଭାନ୍ସଡ ଏବଂ ଅନ୍ୟାନ୍ୟ ଜାତୀୟସ୍ତର ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସିବିଏସ୍‌ଇ ନବମ ଓ ଦଶମ ଶ୍ରେଣୀ ମେଧାବୀ ଛାତ୍ରୀଛାତ୍ରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଅଭିଭାବକ, ଶିକ୍ଷକ, ସ୍କୁଲ ପରିଚାଳନା କମିଟି ଓ ସ୍ଥାନୀୟ ଲୋକମାନଙ୍କ ସହଯୋଗରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଆସନ୍ତା ଦିନରେ ସେଣ୍ଟର ଅଫ୍‌ ଏକ୍ସିଲେନ୍ସରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ଉପେନ୍ଦ୍ର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ବିଭାଗୀୟ ସଚିବ ଅଶ୍ୱସ୍ତି ଏସ୍‌. ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?