ଅର୍ଦ୍ଧନିର୍ମିତ ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଜମି ହରାଇଥିବା ଚାଷୀଙ୍କ ହୋହଲ୍ଲା

କେସିଙ୍ଗା, ୨୮।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିରା ଗ୍ରାମ ପଞ୍ଚାୟତର କୁର୍ଲୁପଡ଼ାଠାରେ ନିର୍ମାଣାଧୀନ ଏମ୍‌ଏସ୍‌ଏମ୍‌ଇ (MSME) ପାର୍କକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସନ୍ଧ୍ୟାରେ ଭର୍ଚୁଆଲ୍ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି। ତେବେ ପାର୍କଟି ସମ୍ପୂର୍ଣ୍ଣ ନିର୍ମାଣ ହୋଇ ନ ଥିବା ବେଳେ ଏହାର ଉଦ୍‌ଘାଟନକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ପ୍ରାୟ ୪୨ ବର୍ଷ ପୂର୍ବେ ପେପର୍ ମିଲ୍ ସ୍ଥାପନ ଉଦ୍ଦେଶ୍ୟରେ ପ୍ରାୟ ୧୫୦ ଜଣ ଚାଷୀଙ୍କର ୧୮୦ ଏକର ଜମି ଅଧିଗ୍ରହଣ କରାଯାଇଥିଲା। କିନ୍ତୁ ପେପର୍ ମିଲ୍ ସ୍ଥାପନ ହୋଇନଥିଲା। ବର୍ତ୍ତମାନ ସେହି ସ୍ଥାନରେ ଏମ୍‌ଏସ୍‌ଏମ୍‌ଇ ପାର୍କ ନିର୍ମାଣ କରାଯାଉଥିଲେ ମଧ୍ୟ କାମ ଏପର୍ଯ୍ୟନ୍ତ ଅର୍ଦ୍ଧନିର୍ମିତ ଅବସ୍ଥାରେ ରହିଛି। ଏଭଳି ସ୍ଥିତିରେ ବିଭାଗୀୟ କର୍ତ୍ତୃପକ୍ଷ ତରବରିଆ ଭାବେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଏହାର ଉଦ୍‌ଘାଟନ କରାଇଥିବା ଅଭିଯୋଗ ହୋଇଛି।

ଉଦ୍‌ଘାଟନ କାର୍ଯ୍ୟକ୍ରମ ସମୟରେ ପେପର୍ ମିଲ୍ ପାଇଁ ଜମି ହରାଇଥିବା କୁର୍ଲୁପଡ଼ା ଗ୍ରାମର ଚାଷୀମାନେ ସଭାସ୍ଥଳ ନିକଟରେ ପ୍ରବଳ ହୋହଲ୍ଲା କରିଥିଲେ। “ପେପର୍ ମିଲ୍ ହେଲା ନାହିଁ, ଆମ ଜମି ଫେରାଇ ଦିଅ” ବୋଲି ନାରାବାଜି କରି ସେମାନେ ନିଜ ଦାବି ଉପସ୍ଥାପନ କରିଥିଲେ। ଚାଷୀମାନେ କଳାହାଣ୍ଡି ସାଂସଦ ମାଳବିକା ଦେବୀ ଓ ଜିଲ୍ଲାପାଳ ସଚିନ ପାୱାରଙ୍କ ନିକଟରେ ମଧ୍ୟ ନିଜ ଦାବି ଜଣାଇ ଅସନ୍ତୋଷ ପ୍ରକାଶ କରିଥିଲେ। ଦାବି ପୂରଣ ନହେଲେ ପାର୍କ ନିର୍ମାଣ କାମକୁ ବିରୋଧ କରାଯିବ ବୋଲି ସେମାନେ ଚେତାବନୀ ଦେଇଥିଲେ।

୧୯୮୩-୮୪ ମସିହାରେ ଆରମ୍ଭ ହୋଇଥିବା ଏହି ପ୍ରକଳ୍ପ ପରିସରରେ ଇଡ୍‌କୋ ଓ ଜିଲ୍ଲା ଶିଳ୍ପ କେନ୍ଦ୍ର ପକ୍ଷରୁ ଉଦ୍‌ଘାଟନୀ ସଭାର ଆୟୋଜନ କରାଯାଇଥିଲା। ଭୁବନେଶ୍ୱରରୁ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ୍ ମାଧ୍ୟମରେ ଯୋଗଦେଇ ଉଦ୍‌ଘାଟନ କରିଥିବା ବେଳେ କେସିଙ୍ଗାରେ ଆୟୋଜିତ କାର୍ଯ୍ୟକ୍ରମରେ କଳାହାଣ୍ଡି ସାଂସଦ ମାଳବିକା ଦେବୀ, ଜିଲ୍ଲାପାଳ ସଚିନ ପାୱାର ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଅବସରରେ ସାଂସଦ ମାଳବିକା ଦେବୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ‘ବିକଶିତ ଭାରତ’ ସ୍ୱପ୍ନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାକାର କରୁଛନ୍ତି। ଏହି ପାର୍କ ମାଧ୍ୟମରେ କଳାହାଣ୍ଡି ଜିଲ୍ଲାରେ ଶିଳ୍ପାୟନ ସହ ନିଯୁକ୍ତିର ସୁଯୋଗ ସୃଷ୍ଟି ହେବ ବୋଲି ସେ କହିଥିଲେ। ବର୍ତ୍ତମାନ ତିନିଜଣ ଉଦ୍ୟୋଗୀଙ୍କୁ ଶିଳ୍ପ ସ୍ଥାପନ ପାଇଁ ଜମି ଲିଜ୍ ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ଜଣେ ଉଦ୍ୟୋଗପତି ପ୍ରାୟ ୮ କୋଟି ଟଙ୍କା ବିନିଯୋଗ କରି ଗ୍ରାନାଇଟ କାରଖାନା ସ୍ଥାପନ କରିବେ ଏବଂ ଏଥିରେ ପ୍ରାୟ ୪୦ ଜଣଙ୍କୁ ନିଯୁକ୍ତି ମିଳିବ ବୋଲି ସୂଚନା ଦିଆଯାଇଥିଲା।

ତେବେ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ଶେଷ ହେବା ପୂର୍ବରୁ ଜିଲ୍ଲାପାଳ ଓ ସାଂସଦ ସଭାସ୍ଥଳ ଛାଡ଼ି ଚାଲିଯାଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ସେମାନଙ୍କ ଚାଲିଯିବା ପରେ ସଭାସ୍ଥଳରେ କେବଳ ସରକାରୀ ଅଧିକାରୀମାନେ ଉପସ୍ଥିତ ଥିଲେ।

ଅନ୍ୟପକ୍ଷରେ, କେସିଙ୍ଗା ବ୍ଲକ ଅଧ୍ୟକ୍ଷ ବିଜେପିର ହୋଇଥିଲେ ମଧ୍ୟ ତାଙ୍କୁ କାର୍ଯ୍ୟକ୍ରମକୁ ନିମନ୍ତ୍ରଣ କରାଯାଇ ନଥିବାରୁ ମଧ୍ୟ ଅସନ୍ତୋଷ ପ୍ରକାଶ ପାଇଛି।

କୁର୍ଲୁପଡ଼ା ଗ୍ରାମର ୱାର୍ଡ ସଭ୍ୟ କହିଛନ୍ତି ଯେ, ପେପର୍ ମିଲ୍ ପାଇଁ ଜମି ଅଧିଗ୍ରହଣ ବେଳେ ଲୋକଙ୍କୁ ନିଯୁକ୍ତିର ପ୍ରତିଶ୍ରୁତି ଦିଆଯାଇଥିଲା। କିନ୍ତୁ ନା ପେପର୍ ମିଲ୍ ହେଲା, ନା ଲୋକଙ୍କୁ ଚାକିରି ମିଳିଲା। ତେଣୁ ଚାଷୀମାନଙ୍କୁ ନ୍ୟାୟ ନମିଳି

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?