ଲମତାପୁଟ ବସଷ୍ଟାଣ୍ଡ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ସିସିଟିଭି ସହ ରହିଛି….

କୋରାପୁଟ,୧୨ା୧(ଅମିତାଭ ବେହେରା): କୋରାପୁଟ ଜିଲା ଲମତାପୁଟ ଠାରେ ଅଟଳ ବସ୍ ଷ୍ଟାଣ୍ଡକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଭାସୀ ମାଧ୍ୟମରେ ଶୁଭାରମ୍ଭ କରିଥିବା ବେଳେ କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ୧.୨ ଏକର ବିସ୍ତୃତ ଏହି ବସ୍ ଷ୍ଟାଣ୍ଡରେ ଅତ୍ୟାଧୁନିକ ସମସ୍ତ ପ୍ରକାର ସୁବିଧା ରହିଛି । ଯାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ବସିବା ବ୍ୟବସ୍ଥା ଠାରୁ ଆରମ୍ଭ କରି ଉଭୟ ପୁରୁଷ ଓ ମହିଳାଙ୍କ ନିମନ୍ତେ ଶୌଚାଳୟ ବ୍ୟବସ୍ଥା ରହିଛି ।

ଦୁଇଟି ଏଣ୍ଟ୍ରି ଏବଂ ଏକଜିଷ୍ଟ ଗେଟ୍, ଦୁଇଟି ଟିକେଟ କାଉଣ୍ଟର, ଅଫିସର ଚେମ୍ବର, ମିଶନ ଶକ୍ତି କେଫେ ତଥା ଗାଡି ଡ୍ରାଇଭର ଓ କଣ୍ଡଟରଙ୍କ ବିଶ୍ରାମ ଗୃହ ଉଭୟ ପୁରୁଷ ଓ ମହିଳାଙ୍କ ନିମନ୍ତେ ଅଲଗା ଅଲଗା ରହିଛି । ବସ୍ ଷ୍ଟାଣ୍ଡ ମଧ୍ୟରେ ୪ ଟି ଷ୍ଟଲ, ସ୍ୱତନ୍ତ୍ର ଗାଡି ଧୋଇବା ବ୍ୟବସ୍ଥା, ଅଗ୍ନି ନିରାପତ୍ତା ବ୍ୟବସ୍ଥା, ଇଭି ଚାର୍ଜ, ୩ଟି ଷ୍ଟୋରେ ରୁମ, ଡିଜି ସେଟ, ପିଏ ସିଷ୍ଟମ ଘୋଷଣା କରିବା ପାଇଁ ରହିଛି । ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସିସିଟିଭି ବ୍ୟବସ୍ଥା ସହ ପାର୍କିଙ୍ଗ ବ୍ୟବସ୍ଥା କରଯାଇଛି ।

ଏହି ବସଷ୍ଟାଣ୍ଡ ପ୍ରାୟ ୫୦ ହଜାର ଲୋକଙ୍କୁ ସୁବିଧା ଯୋଗାଇବା ସହ ୧୧୭ଟି ଗ୍ରାମ, ୧୧ ଟି ଗ୍ରାମ ପଞ୍ଚାୟତକୁ ଉପକୃତ କରିବ । ବସଷ୍ଟାଣ୍ଡ ଉଦଘାଟନ ଅବସରରେ ଆଭାସି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ । ମୁଖ୍ୟମନ୍ତ୍ରୀ ଆଭାସି ମାଧ୍ୟମରେ ଦୁଇଜଣ ହିତାଧିକାରୀଙ୍କ ସହ କଥା ହେଇ ବସ୍ ଷ୍ଟାଣ୍ଡର ଅତ୍ୟ ଆଧୁନିକ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରିଥିଲେ । ମହିଳା ହିତାଧିକାରୀ ସୁମିତ୍ରା ବେହେରା ବସଷ୍ଟାଣ୍ଡରେ ସିସିଟିଭି ଲାଗିଥିବାରୁ ସୁରକ୍ଷିତ ମନେ କରୁଛନ୍ତି ତେଣୁ ମୁଖ୍ୟମନ୍ତ୍ରୀଙ୍କୁ ବିଶେଷ ଧନ୍ୟବାଦ ଜ୍ଞାପନ କରିଥିଲେ । ଆଉ ଜଣେ ହିତାଧିକାରୀ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଇ ବସ୍ ଷ୍ଟାଣ୍ଡ ଉଦଘାଟନ ଲମତାପୁଟ ବାସୀଙ୍କ ଅନେକ ଦିନର ଆଶା ପୂରଣ ହୋଇଥିବାରୁ ଖୁସି ଲାଗୁଛି ବୋଲି କହିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଲମତାପୁଟ ପଞ୍ଚାୟତ ଅଧ୍ୟକ୍ଷ ତାପସ କୁମାର ଚାଲାଣ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ଭାୟୀ ଅଧିକାରୀ ଜିଲ୍ଲା ପରିଷଦ ବେଣୁଧର ଶବର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜୟନ୍ତ କୁମାର ମେହେର, ଲମତାପୁଟ ତହସିଲଦାର ଦିବାକର ବାଘ, ଆଞ୍ଚଳିକ ପରିଵହନ ଅଧିକାରୀ ରାଜେଶ ମାରାଣ୍ଡି, ଜିଲ୍ଲା ପରିବହନ ବିଭାଗର ପରିଚାଳକ ଅରଶ୍ରୀ ସାହୁ, ସହାୟକ ପରିଚାଳକ ପ୍ରକାଶ କୁମାର ନାୟକ, ବ୍ଲକ ସୁଫରଭାଇଜର ସୁଦୀପ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ କୋରାପୁଟ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁଶ୍ରୀ ରାଧା ରାଣୀ ସରକାର ମଞ୍ଚ ପରିଚାଳନା କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri