ଫୁଲବାଣୀ ମେଡିକାଲ କଲେଜ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୭ା୬(ରାକେଶ କୁମାର ରାଉତ): କନ୍ଧମାଳବାସୀଙ୍କ ବହୁ ଦିନର ସ୍ବପ୍ନ ସାକାର ହୋଇଛି। ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ଉଦଘାଟନ କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ମାଦିକୁନ୍ଦା ସ୍ଥିତ ରିଜର୍ଭ ପଡ଼ିଆ ହେଲିପ୍ୟାଡ୍‌ରେ ମୁଖ୍ୟମନ୍ତ୍ରୀ ଅବତରଣ କରିଥିଲେ। ତିଲକପଡ଼ାଠାରେ ନବନିର୍ମିତ ମେଡିକାଲ କଲେଜ ଯାଇଥିଲେ। ସେଠାରେ କଲେଜ ଉଦ୍‌ଘାଟନ କରିବା ପରେ ମହାବିଦ୍ୟାଳୟ ପ୍ରେକ୍ଷାଳୟରେ ଆୟୋଜିତ ଏକ ସଭାରେ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀଙ୍କୁ ଉଦ୍‌ବୋଧନ ଦେଇଥିଲେ। ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, ଜିଲାପାଳ ଅମ୍ରିତ ଋତୁରାଜ, ମେଡିକାଲ କଲେଜ ଡିନ ଡ. ନରେନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ନବନିର୍ମିତ ମେଡିକାଲ କଲେଜରେ ୧୦୦ ଜଣ ଛାତ୍ରୀଛାତ୍ର ପଢ଼ିବା ବ୍ୟବସ୍ଥା ଥିବା ବେଳେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri