ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ବିଲ୍ଡିଂର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ ଖୁବ୍‌ଶୀଘ୍ର ଖାଲି ପଡ଼ିଥିବା ଡାକ୍ତର ପଦବୀ…

କୋରାପୁଟ,୧୦ା୮(ଅମିତାଭ ବେହେରା ): ରାଜ୍ୟର ନିରନ୍ତନ ବିକାଶ ଧାରାରେ ଆଜି କୋରାପୁଟ ଜିଲା ମଧ୍ୟ ସାମିଲ ହୋଇଛି ବୋଲି ରବିବାର କୋରାପୁଟସ୍ଥିତ ସରକାରୀ ଡିଏଭି ମହାବିଦ୍ୟାଳୟ ପଡିଆଠାରେ ଆୟୋଜିତ ସାଧାରଣ ସଭାରେ ଶହୀଦ ଲକ୍ଷ୍ମଣ ନାଏକ ମେଡିକାଲ କଲେଜ ବିଲ୍ଡିଂ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ୨୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୫୦ ଶଯ୍ୟା ବିଶିଷ୍ଟ ଏହି ବିଲ୍ଡିଂକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଖାଲି ପଡ଼ିଥିବା ଡାକ୍ତର ଓ ଅନ୍ୟାନ୍ୟ ପଦବୀ ପୂରଣ ହେବ। ଚିକିତ୍ସା ପାଇଁ ଆଉ କୋରାପୁଟବାସୀଙ୍କୁ ଦୂର ଦୂରାନ୍ତକୁ ଯିବାକୁ ପଡ଼ିବ ନାହିଁ। ରାଜ୍ୟର ନିରନ୍ତର ବିକାଶ ଧାରାରେ ଯୋଡ଼ି ହେବ କୋରାପୁଟ ଜିଲା।

 ସି.ଟି ସ୍କାନ୍, ଡାଏଲିସିସ୍, ମାମୋଗ୍ରାଫି ପରି ଅତ୍ୟାଧୁନିକ ରୋଗ ନିରୂପଣ ପରୀକ୍ଷା ନିରୀକ୍ଷାର ବ୍ୟବସ୍ଥା ମଧ୍ୟ କରାଯାଉଛି । ଗୁରୁତର ରୋଗୀମାନଙ୍କ ପାଇଁ ଯେପରି ଅକ୍ସିଜେନର ଅଭାବ ନହେବ ସେଥିନିମନ୍ତେ ସ୍ବତନ୍ତ୍ର ଅକ୍ସିଜେନ୍ ପ୍ଲାଣ୍ଟ ବସାଯାଉଛି । ଏହି ହସ୍‍ପିଟାଲ ସଂଲଗ୍ନ ୨ ଏକର ପରିମିତ ଜାଗାରେ କ୍ୟାନ୍ସର ଚିକିତ୍ସା ହସ୍‍ପିଟାଲ ମଧ୍ୟ ନିର୍ମାଣ କରାଯାଉଛି । ଏଥିପାଇଁ ଆମ ସରକାର ପ୍ରାୟ ୪୧ କୋଟି ୧୫ ଲକ୍ଷ  ଟଙ୍କାର ବ୍ୟୟ ବରାଦ କରିଛନ୍ତି ବୋଲି ସେ କହିଥିଲେ। ଆମ ସରକାର ରାଜ୍ୟରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରିଛନ୍ତି ।ବର୍ତ୍ତମାନ ରାଜ୍ୟବାସୀଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତ ଭାବେ କାର୍ଯ୍ୟ କରୁଛି । ଏହା ମାଧ୍ୟମରେ ଆମ ରାଜ୍ୟର ୩ କୋଟି ୪୬ ଲକ୍ଷ ଅର୍ଥାତ୍‍ ୮୦ ପ୍ରତିଶତ ଲୋକ ଉପକୃତ ହେଉଛନ୍ତି  । ବର୍ତ୍ତମାନ ସୁଦ୍ଧା ଏହି ଦୁଇଟି ଯୋଜନାରେ ରାଜ୍ୟର ପ୍ରାୟ ୩ ଲକ୍ଷ ୯୧ ହଜାର ହିତାଧିକାରୀମାନଙ୍କ ପାଇଁ ୯୦୦ କୋଟି ଟଙ୍କାର ଚିକିତ୍ସା ସୁବିଧା ପ୍ରଦାନ କରାଯାଇଛି । ସେହିଭଳି ଧନୀ, ଗରିବ ନିର୍ବିଶେଷରେ ୭୦ ବର୍ଷରୁ ଉର୍ଦ୍ଧ୍ୱ ୮୬୪୪ ଜଣ ହିତାଧିକାରୀଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ୩୫ କୋଟି ୬୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବର୍ତ୍ତମାନ ରାଜ୍ୟର ଜନସାଧାରଣଙ୍କ ସହିତ ଆମ କୋରାପୁଟବାସୀ ମଧ୍ୟ ଦେଶର ବଡ଼ ବଡ଼ ସହରରେ ଥ‌ିବା ପ୍ରାୟ ୨୯ ହଜାରରୁ ଉର୍ଦ୍ଧ୍ୱ ତାଲିକାଭୁକ୍ତ ଘରୋଇ ହସ୍‍ପିଟାଲରେ ମାଗଣା ସ୍ବାସ୍ଥ୍ୟସେବା ପାଉଛନ୍ତି । ପ୍ରତି ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟମାନଙ୍କ ପାଇଁ ଅତିରିକ୍ତ ୫ ଲକ୍ଷ ଟଙ୍କାର ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା କରାଯାଇଛି । କୋରାପୁଟରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା – ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଅନ୍ତର୍ଗତ ଏପର୍ଯ୍ୟନ୍ତ ୩ ଲକ୍ଷ ୫୪୭ ଟି କାର୍ଡ ବଣ୍ଟନ କରାଯାଇଛି । ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ଅଧୀନରେ ୯ ହଜାର ୬ ଜଣ ହିତାଧିକାରୀ ମାନେ ଏପର୍ଯ୍ୟନ୍ତ ପଂଜୀକୃତ ହୋଇଛନ୍ତି।କୋରାପୁଟ ଜିଲ୍ଲାରେ ବର୍ତ୍ତମାନ ୪ଟି ବେସରକାରୀ ହସ୍ପିଟାଲ୍‌କୁ  (AB PMJAY–GJAY) ଅନ୍ତର୍ଗତ ଅନୁମୋଦନ ମିଳିଛି, ଯେଉଁଠି ଲୋକେ କ୍ୟାଶଲେସ୍ ଚିକିତ୍ସା ସୁବିଧା ପାଉଛନ୍ତି ।
ଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେଯେ ମାତ୍ର ଏକ ବର୍ଷର ସରକାରରେ ଅନେକ କିଛି କାର୍ଯ୍ୟ ହୋଇଛି ସବୁ କ୍ଷେତ୍ରରେ। ଏହି କାର୍ଯ୍ୟ ଆହୁରି ଅଧିକ ଗତିରେ ତ୍ୱରାନ୍ୱିତ ହେବ । ଆମ ସରକାର ହେଉଛି ଲୋକଙ୍କ ସରକାର । ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନ ସହ ୨୦୪୭ ବେଳକୁ ବିକଶିତ ଭାରତ ଗଠନରେ ଓଡ଼ିଶାକୁ ଅଗ୍ରଣୀ ସ୍ଥାନରେ ପହଞ୍ଚାଇବା ପାଇଁ ଆମ ସରକାର ଅହରହ ପ୍ରଚେଷ୍ଟା ଜାରି ରଖିଛନ୍ତି । ଶିକ୍ଷା, ସ୍ବାସ୍ଥ୍ୟସେବା, କୃଷି, ଶିଳ୍ପ, ନୂଆ ରୋଜଗାର ସୁବିଧା ସୃଷ୍ଟି, ନିରନ୍ତର ଆର୍ଥିକ ବିକାଶ ଆଦି କ୍ଷେତ୍ରରେ ସାରା ଓଡ଼ିଶାରେ ନୂଆ ଯୁଗର ଆରମ୍ଭ ହୋଇଛି । ଏ ସବୁଥିରେ କୋରାପୁଟକୁ ସାମିଲ କରାଯାଇଛି ।  ଏହି  ଅବସରରେ ସ୍ୱାସ୍ଥ୍ୟ ତଥା ପରିବାର କଲ୍ୟାଣ ମନ୍ତ୍ରୀ ଡଃ. ମୁକେଶ ମହାଲିଙ୍ଗ କହିଥିଲେ ଯେ, କୋରାପୁଟ ଜିଲା ସ୍ୱାସ୍ଥ୍ୟ ସେବା ବିକାଶ ଇତିହାସରେ ଆଜି ଆଉ ଏକ ନୂଆ ଫର୍ଦ୍ଦ ଯୋଡି ହେଉଛି ।

ଏଥିସହିତ ଜୟପୁର-ବ୍ରହ୍ମପୁର-ଭୁବନେଶ୍ବର ଇକୋନମିକ୍‌ କରିଡର ୬ ଲେନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିବା ସହ ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ, ନବରଙ୍ଗପୁରରେ ମେଡିକାଲ କଲେଜ ହେବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri