ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ବିଲ୍ଡିଂର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ ଖୁବ୍‌ଶୀଘ୍ର ଖାଲି ପଡ଼ିଥିବା ଡାକ୍ତର ପଦବୀ…

କୋରାପୁଟ,୧୦ା୮(ଅମିତାଭ ବେହେରା ): ରାଜ୍ୟର ନିରନ୍ତନ ବିକାଶ ଧାରାରେ ଆଜି କୋରାପୁଟ ଜିଲା ମଧ୍ୟ ସାମିଲ ହୋଇଛି ବୋଲି ରବିବାର କୋରାପୁଟସ୍ଥିତ ସରକାରୀ ଡିଏଭି ମହାବିଦ୍ୟାଳୟ ପଡିଆଠାରେ ଆୟୋଜିତ ସାଧାରଣ ସଭାରେ ଶହୀଦ ଲକ୍ଷ୍ମଣ ନାଏକ ମେଡିକାଲ କଲେଜ ବିଲ୍ଡିଂ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ୨୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୫୦ ଶଯ୍ୟା ବିଶିଷ୍ଟ ଏହି ବିଲ୍ଡିଂକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଖାଲି ପଡ଼ିଥିବା ଡାକ୍ତର ଓ ଅନ୍ୟାନ୍ୟ ପଦବୀ ପୂରଣ ହେବ। ଚିକିତ୍ସା ପାଇଁ ଆଉ କୋରାପୁଟବାସୀଙ୍କୁ ଦୂର ଦୂରାନ୍ତକୁ ଯିବାକୁ ପଡ଼ିବ ନାହିଁ। ରାଜ୍ୟର ନିରନ୍ତର ବିକାଶ ଧାରାରେ ଯୋଡ଼ି ହେବ କୋରାପୁଟ ଜିଲା।

 ସି.ଟି ସ୍କାନ୍, ଡାଏଲିସିସ୍, ମାମୋଗ୍ରାଫି ପରି ଅତ୍ୟାଧୁନିକ ରୋଗ ନିରୂପଣ ପରୀକ୍ଷା ନିରୀକ୍ଷାର ବ୍ୟବସ୍ଥା ମଧ୍ୟ କରାଯାଉଛି । ଗୁରୁତର ରୋଗୀମାନଙ୍କ ପାଇଁ ଯେପରି ଅକ୍ସିଜେନର ଅଭାବ ନହେବ ସେଥିନିମନ୍ତେ ସ୍ବତନ୍ତ୍ର ଅକ୍ସିଜେନ୍ ପ୍ଲାଣ୍ଟ ବସାଯାଉଛି । ଏହି ହସ୍‍ପିଟାଲ ସଂଲଗ୍ନ ୨ ଏକର ପରିମିତ ଜାଗାରେ କ୍ୟାନ୍ସର ଚିକିତ୍ସା ହସ୍‍ପିଟାଲ ମଧ୍ୟ ନିର୍ମାଣ କରାଯାଉଛି । ଏଥିପାଇଁ ଆମ ସରକାର ପ୍ରାୟ ୪୧ କୋଟି ୧୫ ଲକ୍ଷ  ଟଙ୍କାର ବ୍ୟୟ ବରାଦ କରିଛନ୍ତି ବୋଲି ସେ କହିଥିଲେ। ଆମ ସରକାର ରାଜ୍ୟରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରିଛନ୍ତି ।ବର୍ତ୍ତମାନ ରାଜ୍ୟବାସୀଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତ ଭାବେ କାର୍ଯ୍ୟ କରୁଛି । ଏହା ମାଧ୍ୟମରେ ଆମ ରାଜ୍ୟର ୩ କୋଟି ୪୬ ଲକ୍ଷ ଅର୍ଥାତ୍‍ ୮୦ ପ୍ରତିଶତ ଲୋକ ଉପକୃତ ହେଉଛନ୍ତି  । ବର୍ତ୍ତମାନ ସୁଦ୍ଧା ଏହି ଦୁଇଟି ଯୋଜନାରେ ରାଜ୍ୟର ପ୍ରାୟ ୩ ଲକ୍ଷ ୯୧ ହଜାର ହିତାଧିକାରୀମାନଙ୍କ ପାଇଁ ୯୦୦ କୋଟି ଟଙ୍କାର ଚିକିତ୍ସା ସୁବିଧା ପ୍ରଦାନ କରାଯାଇଛି । ସେହିଭଳି ଧନୀ, ଗରିବ ନିର୍ବିଶେଷରେ ୭୦ ବର୍ଷରୁ ଉର୍ଦ୍ଧ୍ୱ ୮୬୪୪ ଜଣ ହିତାଧିକାରୀଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ୩୫ କୋଟି ୬୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବର୍ତ୍ତମାନ ରାଜ୍ୟର ଜନସାଧାରଣଙ୍କ ସହିତ ଆମ କୋରାପୁଟବାସୀ ମଧ୍ୟ ଦେଶର ବଡ଼ ବଡ଼ ସହରରେ ଥ‌ିବା ପ୍ରାୟ ୨୯ ହଜାରରୁ ଉର୍ଦ୍ଧ୍ୱ ତାଲିକାଭୁକ୍ତ ଘରୋଇ ହସ୍‍ପିଟାଲରେ ମାଗଣା ସ୍ବାସ୍ଥ୍ୟସେବା ପାଉଛନ୍ତି । ପ୍ରତି ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟମାନଙ୍କ ପାଇଁ ଅତିରିକ୍ତ ୫ ଲକ୍ଷ ଟଙ୍କାର ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା କରାଯାଇଛି । କୋରାପୁଟରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା – ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଅନ୍ତର୍ଗତ ଏପର୍ଯ୍ୟନ୍ତ ୩ ଲକ୍ଷ ୫୪୭ ଟି କାର୍ଡ ବଣ୍ଟନ କରାଯାଇଛି । ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ଅଧୀନରେ ୯ ହଜାର ୬ ଜଣ ହିତାଧିକାରୀ ମାନେ ଏପର୍ଯ୍ୟନ୍ତ ପଂଜୀକୃତ ହୋଇଛନ୍ତି।କୋରାପୁଟ ଜିଲ୍ଲାରେ ବର୍ତ୍ତମାନ ୪ଟି ବେସରକାରୀ ହସ୍ପିଟାଲ୍‌କୁ  (AB PMJAY–GJAY) ଅନ୍ତର୍ଗତ ଅନୁମୋଦନ ମିଳିଛି, ଯେଉଁଠି ଲୋକେ କ୍ୟାଶଲେସ୍ ଚିକିତ୍ସା ସୁବିଧା ପାଉଛନ୍ତି ।
ଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେଯେ ମାତ୍ର ଏକ ବର୍ଷର ସରକାରରେ ଅନେକ କିଛି କାର୍ଯ୍ୟ ହୋଇଛି ସବୁ କ୍ଷେତ୍ରରେ। ଏହି କାର୍ଯ୍ୟ ଆହୁରି ଅଧିକ ଗତିରେ ତ୍ୱରାନ୍ୱିତ ହେବ । ଆମ ସରକାର ହେଉଛି ଲୋକଙ୍କ ସରକାର । ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନ ସହ ୨୦୪୭ ବେଳକୁ ବିକଶିତ ଭାରତ ଗଠନରେ ଓଡ଼ିଶାକୁ ଅଗ୍ରଣୀ ସ୍ଥାନରେ ପହଞ୍ଚାଇବା ପାଇଁ ଆମ ସରକାର ଅହରହ ପ୍ରଚେଷ୍ଟା ଜାରି ରଖିଛନ୍ତି । ଶିକ୍ଷା, ସ୍ବାସ୍ଥ୍ୟସେବା, କୃଷି, ଶିଳ୍ପ, ନୂଆ ରୋଜଗାର ସୁବିଧା ସୃଷ୍ଟି, ନିରନ୍ତର ଆର୍ଥିକ ବିକାଶ ଆଦି କ୍ଷେତ୍ରରେ ସାରା ଓଡ଼ିଶାରେ ନୂଆ ଯୁଗର ଆରମ୍ଭ ହୋଇଛି । ଏ ସବୁଥିରେ କୋରାପୁଟକୁ ସାମିଲ କରାଯାଇଛି ।  ଏହି  ଅବସରରେ ସ୍ୱାସ୍ଥ୍ୟ ତଥା ପରିବାର କଲ୍ୟାଣ ମନ୍ତ୍ରୀ ଡଃ. ମୁକେଶ ମହାଲିଙ୍ଗ କହିଥିଲେ ଯେ, କୋରାପୁଟ ଜିଲା ସ୍ୱାସ୍ଥ୍ୟ ସେବା ବିକାଶ ଇତିହାସରେ ଆଜି ଆଉ ଏକ ନୂଆ ଫର୍ଦ୍ଦ ଯୋଡି ହେଉଛି ।

ଏଥିସହିତ ଜୟପୁର-ବ୍ରହ୍ମପୁର-ଭୁବନେଶ୍ବର ଇକୋନମିକ୍‌ କରିଡର ୬ ଲେନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିବା ସହ ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ, ନବରଙ୍ଗପୁରରେ ମେଡିକାଲ କଲେଜ ହେବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ…

ଚାଲିଥିଲା ନକଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ଅବିକାରୀ ବିଭାଗ, ତା’ପରେ…

କେସିଙ୍ଗା,୩୦।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ସ୍ଥିତ ୱାର୍ଡ ନଂ ୧୦ର ୩ ନମ୍ବର ବିଦେଶୀ ମଦ ଦୋକାନ ପଛ ଗଳିରେ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri