ଟାଉନ ଥାନା ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ,୭ା୩(ଅମିତାଭ ବେହେରା): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଶୁକ୍ରବାର କୋରାପୁଟ ଜିଲାର କୋରାପୁଟ ଟାଉନ ଥାନା ଓ ଶୁଙ୍କି ଥାନାର ଉଦ୍‌ଘାଟନ କରିଛନ୍ତି। ସମସ୍ତ ଥାନାରେ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି। କୋରାପୁଟ ସହରର ଗ୍ୟାରେଜ କଲୋନୀ ନିକଟରେ ନୂତନ ଭାବେ ନିର୍ମିତ ଟାଉନ ଥାନାର ଗୃହ ଓ ଶୁଙ୍କି ଥାନାର ନୂତନ ଗୃହକୁ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମୋଡ୍‌ରେ ଉଦ୍‌ଘାଟନ କରିଛନ୍ତି। କୋରାପୁଟଠାରେ ଆୟୋଜିତ କାର୍ଯ୍ୟକ୍ରମ ଡିଆଇଜି ଅଖିଳେଶ୍ୱର ସିଂ, ଜିଲାପାଳ ଭି କୀର୍ତ୍ତି ଭାସନ, କୋରାପୁଟ ବିଧାୟକ ରଘୁରାମ ମାଛ, ଅତିରିକ୍ତ ଏସ୍‌ପି ମନୋବ୍ରତା ଶତପଥୀ, ମନୋଜ ପୂଜାରୀ, ଏସ୍‌ଡିପିଓ ଶ୍ରାବଣୀ ନାୟକ, ଟାଉନ ଥାନା ଅଧିକାରୀ ସତ୍ୟାନନ୍ଦ ପାତ୍ର ଙ୍କ ସମେତ ବହୁ ବୁଦ୍ଧିଜୀବୀ, ଛାତ୍ରଛାତ୍ରୀ, ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ.. ସେହିପରି ଶୁଙ୍କି ଠାରେ ଆୟୋଜିତ ଉଦଘାଟନୀ ସମାରୋହରେ ଏସପି ରୋହିତ ବର୍ମା, ସୁନାବେଡା ଏସଡିପିଓ ସୁମିତ୍ରା ଜେନା ଓ ସ୍ଥାନୀୟ ଥାନାଧିକାରୀଙ୍କ ସମେତ ବହୁ ବୁଦ୍ଧିଜୀବୀ, ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। କୋରାପୁଟ ଜିଲାରେ ଉପରୋକ୍ତ ଦୁଇଟି ଅତ୍ୟାଧୁନିକ ଥାନା ଉଦ୍‌ଘାଟନ ଦ୍ୱାରା ସ୍ଥାନୀୟ ଲୋକଙ୍କୁ ସୁରକ୍ଷା ଯୋଗାଇବାରେ ସହାୟକ ହେବ ବୋଲି ଏସ୍‌ପି ପ୍ରକାଶ କରିଛନ୍ତି। ସୂଚନା ଥାଉକି, ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟରେ ପ୍ରାୟ ୪୨ କୋଟି ଟଙ୍କା ବ୍ୟୟରେ ମୋଟ୍‌ ୧୪ଟି ଅତ୍ୟାଧୁନିକ ଥାନାର ନୂତନ ଗୃହ ଉଦ୍‌ଘାଟନ କରିଥିବାବେଳେ ସେଥିମଧ୍ୟରେ କୋରାପୁଟ ଜିଲାର ୨ ଟି ନୂତନ ଥାନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri