ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ ଜଳ ଦିବସ ସମାରୋହ ଅନୁଷ୍ଠିତ ହୋଇଛି ।ସୂଚନା ଯୋଗ୍ୟ ଯେ, ଆଜି ମୁଖ୍ୟମନ୍ତ୍ରୀ ସମୁଦାୟ ୨୬୧୨ କୋଟି ଟଙ୍କାର ବହୁମୂଲ୍ୟ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିମଧ୍ୟରୁ ପ୍ରାୟ ୨୨୯୨ କୋଟି ଟଙ୍କାର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ ହୋଇଥିବା ବେଳେ ପ୍ରାୟ ୩୨୦ କୋଟି ଟଙ୍କାର ବ୍ୟୟ ବରାଦରେ ସମୁଦାୟ ୧୨୪ ଟି ପ୍ରକଳ୍ପର ଶୁଭ ଉଦଘାଟନ ହୋଇଛି ।

ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଳର ଗୋଟିଏ ବୁନ୍ଦା ମଧ୍ୟ ବିଶ୍ୱର ଅନେକ ଲୋକଙ୍କ ପାଇଁ ଦୁର୍ମୂଲ୍ୟ । ତେଣୁ ଜଳର ଗୋଟିଏ ବୁନ୍ଦା ଯେପରି ନଷ୍ଟ ନ ହୁଏ, ସେଥିପାଇଁ ସମସ୍ତେ ଶପଥ ନିଅନ୍ତୁ । ବିଶ୍ୱ ଜଳ ଦିବସରେ ଜଳ ଅପଚୟ ନ କରିବାର ବାର୍ତ୍ତା ପ୍ରତିଟି ଘରେ ପହଞ୍ଚିବା ଦରକାର ବୋଲି ସେ କହିଛନ୍ତି । ପିଲାମାନଙ୍କୁ ସ୍କୁଲରୁ ହିଁ ପାଣି ବଞ୍ଚେଇବାର ଶିକ୍ଷା ଦେବାକୁ ପଡ଼ିବ କାରଣ ସେମାନେ ହିଁ ଆଗାମୀ ଦିନର ଜଳ ସୈନିକ । ଆମେ ପାଣି ନଷ୍ଟ କରିବା ନାହିଁ ଏବଂ ବର୍ଷାପାଣିକୁ ସଞ୍ଚୟ କରି ମାଟିକୁ ସଜଳ ରଖିବା ବାର୍ତ୍ତା ସହ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣ ଆରମ୍ଭ କରିଥିଲେ ।

ପ୍ରଧାନମନ୍ତ୍ରୀଙ୍କ ଜଳ ଜୀବନ ମିଶନ୍‌କୁ ଏକ ବୈପ୍ଲବିକ ଯୋଜନା ବୋଲି କହି ମୁଖ୍ୟମନ୍ତ୍ରୀ ପ୍ରତି ଘରକୁ ପାଇପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଜଳାଭାବକୁ ଦୂର କରିବା ବୋଲି ସଂକଳ୍ପ ନେବା ବୋଲି କହିଥିଲେ । ଜଳ ପରିଚାଳନାରେ ଲିଙ୍ଗଗତ ବୈଷମ୍ୟ ଦୂର କରିବା ସହିତ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ପାଇଁ ଆମର ଲକ୍ଷ୍ୟ ରହିଛି । ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନ ପାଇଁ ଜଳ ସୁରକ୍ଷା ହେଉଛି ପ୍ରମୁଖ ସର୍ତ୍ତ । ଏଥିପାଇଁ ମହିଳା ଏବଂ ସ୍ୱଂୟ ସହାୟକ ଗୋଷ୍ଠୀ ଗୁଡିକୁ ଜଳସାଥୀ ଭାବେ ନିୟୋଜିତ କରାଯାଇଛି । ସେଥିପାଇଁ ଚଳିତ ବର୍ଷର ବିଶ୍ୱ ଜଳ ଦିବସର ବିଷୟବସ୍ତୁ ‘ଜଳ ଏବଂ ଲିଙ୍ଗଗତ ସମାନତା’ (Water and Gender) କୁ ଆଧାର କରି ସମସ୍ତ ରାଜ୍ୟବାସୀଙ୍କୁ ଜଳ ସୁରକ୍ଷା ପାଇଁ ଆଗେଇ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

ରାଜ୍ୟରେ ବିଭିନ୍ନ ଜଳଭିତ୍ତିକ ଯୋଜନା ବିଷୟରେ କହିବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳର ଅଭାବ ଗରିବ ଲୋକଙ୍କୁ ସବୁଠାରୁ ଅଧିକ ପ୍ରଭାବିତ କରେ । ତେଣୁ ସମାଜରେ ଶେଷ ପାହାଚରେ ଥିବା ବ୍ୟକ୍ତିଙ୍କ ପାଖରେ ବିଶୁଦ୍ଧ ଜଳ ପହଞ୍ଚାଇବା ଆମ ଅନ୍ତ୍ୟୋଦୟ ନୀତିର ଅଂଶ ବିଶେଷ । ଆମ ସରକାର ମିଶନ୍ ପାୱାର୍ ଅଧୀନରେ ପ୍ରତିଟି ଅପହଞ୍ଚ ଗାଁ, ଏବଂ ପଛୁଆ ଅଞ୍ଚଳକୁ ବିଶୁଦ୍ଧ ଜଳ ଯୋଗାଇବା ପାଇଁ କାର୍ଯ୍ୟ କରୁଛି । କୃଷି କ୍ଷେତ୍ରରେ ପ୍ରତି ବୁନ୍ଦା ଜଳରେ ଅଧିକ ଫସଲ ନୀତିକୁ ଆମେ ପ୍ରୋତ୍ସହିତ କରୁଛୁ । ‘ଏକ୍ ପେଡ୍ ମା କେ ନାମ୍’ ଅଭିଯାନ ମାଧ୍ୟମରେ ବୃକ୍ଷ ରୋପଣ କରିବାରେ ଦେଶରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ଭାବେ ନିଜର ସ୍ଥାନ ଅଧିକାର କରିଛି । ଆଗାମୀ ଦିନରେ ଜଳକୁ ନେଇ ଯେପରି କୌଣସି ବିବାଦ ନ ହୁଏ, ସେଥିପାଇଁ ମଧ୍ୟ ଆମ ରାଜ୍ୟ ସନ୍ତୁଳିତ ଜଳ ନୀତି ପ୍ରସ୍ତୁତ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜୀବ ଭବନ ଠାରେ ଶିଶୁ ଯତ୍ନ କେନ୍ଦ୍ର ‘‘କଳିକା’’ର ଉଦଘାଟନ ହେବା ସହିତ ଏଆଇ (AI) ଚାଳିତ ନାଗରିକ ମତାମତ ବ୍ୟବସ୍ଥା ‘ବିନ୍ଦୁ’ ଚାଟବୋଟ’ର ପ୍ରୟୋଗିକ ଶୁଭାରମ୍ଭ କରିଥିଲେ। ଏଥି ସହିତ ଜଳ ସମ୍ପଦ ବିଭାଗ ପକ୍ଷରୁ କେନ୍ଦ୍ରୀୟ ଜଳ ଆୟୋଗଙ୍କ ସହ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହେବା ସହ ଏକ କଫି ଟେବୁଲ ବୁକ୍ ‘ସୁଜଳା’ ଏବଂ ନଦୀ ମାନଚିତ୍ର ବହିର ଉନ୍ମୋଚନ ମଧ୍ୟ ହୋଇଛି ।

 

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?