ଜନତା ମଇଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ତ୍ରୁଟିଶୂନ୍ୟ ପ୍ରସ୍ତୁତି ପାଇଁ ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର,୧୯ା୬: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ଭୁବନେଶ୍ୱର ଜନତା ମଇଦାନଠାରେ ଆୟୋଜିତ ସଭାସ୍ଥଳର ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ସଭାସ୍ଥଳ ବୁଲି ଦେଖିବା ସହ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯେପରି କୌଣସି ତ୍ରୁଟି ନ ରହିବ ସେଥିପ୍ରତି ସଜାଗ ରହିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜି ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ସମସ୍ତ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ପୂର୍ତ୍ତ ଓ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉଷେଣ୍ଡି ପ୍ରସ୍ତୁତି କାର୍ଯ୍ୟ ବୁଲି ଦେଖିଥିଲେ।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଅତିରିକ୍ତ ମୁଖ୍ୟଶାସନ ସଚିବ ଶିଳ୍ପ ବିଭାଗ ହେମନ୍ତ ଶର୍ମା ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତୁତି କାର୍ଯ୍ୟର ସବିଶେଷ ସୂଚନା ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହା ନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ହର୍ମୁଜ୍‌ ସମୁଦ୍ର ତଳେ ଚାଲୁଥିବା ଆମେରିକା ଡ୍ରୋନ୍‌କୁ କବ୍‌ଜା କରିଛି ଇରାନ, ଦାବି କରି କହିଲା…

ଓ୍ବାଶିଂଟନ,୯ା୯: ହର୍ମୁଜ୍‌ ଜଳପଥର ପ୍ରବେଶପଥଠାରେ ଆମେରିକାର ଏକ କର୍ମଚାରୀବିହୀନ ସମୁଦ୍ର ତଳ ଯାନ (ଡ୍ରୋନ୍‌)କୁ କବ୍‌ଜା କରିଥିବା ଇରାନର ରିଭଲ୍ୟୁଶନାରି ଗାର୍ଡସ ଦାବି କରିଛି। ସାମରିକ କାର୍ଯ୍ୟାନୁଷ୍ଠାନରେ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri