ଋଷିମାଳ ମହା ବାରୁଣୀ ମହୋତ୍ସବ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ: ମହୋତ୍ସବ ପାଇଁ ଆଜି ପ୍ରସ୍ତୁତୀ ବୈଠକ

ଦାରିଙ୍ଗବାଡି,୧୪।୩ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ ତାମାଙ୍ଗି ଗ୍ରାମ ନିକଟରେ ରହିଥିବା ତୀର୍ଥ କ୍ଷେତ୍ର ଋଷିମାଳ ପର୍ବତରେ ଆସନ୍ତା ୨୬ରୁ ୨୯ ପର୍ଯ୍ୟନ୍ତ ମହା ବାରୁଣୀ ମହୋତ୍ସବ ଅନୁଷ୍ଠିତ ହେବ। ଏହାକୁ ସଫଳ କରିବା ପାଇଁ କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତୀ କରାଯାଇଛି। ଏଥିପାଇଁ କମିଟି ପକ୍ଷରୁ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ କରାଯାଇଛି। ଋଷିମାଳ ତୀର୍ଥ କ୍ଷେତ୍ର ର ବିକାଶ ପାଇଁ କମିଟି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ସେହିପରି କମିଟି ପକ୍ଷରୁ ରାଜ୍ୟର ଏକାଧିକ ମନ୍ତ୍ରୀ ମାନଙ୍କୁ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ନିମନ୍ତ୍ରଣ କରାଯାଇଥିବା କମିଟି ପକ୍ଷରୁ କୁହାଯାଇଛି। ଏହି ସମୟରେ ଟ୍ରଷ୍ଟ ର ଜିଲ୍ଲା ସଂଯୋଜକ ଅନ୍ତର୍ଯ୍ୟାମୀ ବେହେରା ଏବଂ ଆବାହକ ମନୋଜ ଆଚାର୍ଯ୍ୟ ଓ ଟ୍ରଷ୍ଟ ର ବରିଷ୍ଠ ସାଧୁ ମହାତ୍ମା ପୁରୀ ଆଶ୍ରମ ଏବଂ ବୌଦ୍ଧ ଆଶ୍ରମ ରୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଥିଲେ। ପ୍ରକାଶ ଯେ ଏହି ମହୋତ୍ସବ ରେ କଳା, ସାହିତ୍ୟ, ସଂସ୍କୃତି, ଐତିହ୍ୟ କୁ ପ୍ରତିଫଳିତ ପାଇଁ କାର୍ଯ୍ୟକରାଯିବ ବୋଲି କମିଟି କହିଥିବା ବେଳେ ମୁନି ଋଷି ମାନଙ୍କ ଦ୍ୱାରା ଋଷିମାଳ ର ଐତିହ୍ୟ, ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର ଅନୁଷ୍ଠିତ ହେବ ସେହିପରି ସାହିତ୍ୟ ସଭା, ସାଂସ୍କୃତିକ କାର୍ଯ୍ୟକ୍ରମରେ ପାରମ୍ପରିକ ସଙ୍ଗୀତ ନୃତ୍ୟ ଆଦି କରାଯିବା କୁ ନିଷ୍ପତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri