ସମାଜର ଶେଷ ଧାଡିରେ ଥିବା ବ୍ୟକ୍ତି ପାଖରେ ଯୋଜନାର ସୁଫଳ ପହଞ୍ଚାଇବା ସରକାରୀ କର୍ମଚାରୀଙ୍କ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୯: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆୟୋଜିତ ଏକ ନିଯୁକ୍ତି ମେଳା ମାଧ୍ୟମରେ ଏହି ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିଲା।

ଏହି ଅବସରରେ ନବ ନିଯୁକ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇ କହିଥିଲେ ଯେ, ପ୍ରତ୍ୟେକ ବ୍ୟକ୍ତି ପାଇଁ ପ୍ରଥମ କର୍ମନିଯୁକ୍ତିର ଦିନଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଓ ଆନନ୍ଦଦାୟକ ହୋଇଥାଏ। ଆଜି ଆପଣମାନେ ଲୋକଙ୍କ ସେବାରେ ନିଯୁକ୍ତ ହେଉଛନ୍ତି । ଏହି ସେବା କେବଳ ଏକ କର୍ମନିଯୁକ୍ତି ନୁହେଁ, ଏହା ଆପଣମାନଙ୍କ ପାଇଁ ଏକ ଗୁରୁଦାୟିତ୍ୱ। ଗଣତନ୍ତ୍ରରେ ସରକାର ହେଉଛନ୍ତି ଲୋକଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ। ଜନସାଧାରଣଙ୍କ ସମସ୍ୟା ଓ ତା’ର ସମାଧାନ, ସରକାର ଓ ସରକାରୀ କର୍ମଚାରୀଙ୍କ ଦାୟିତ୍ୱ। ସରକାରଙ୍କ ଜନହିତକାରୀ ଯୋଜନାର ସୁଫଳ କିଭଳି ସମାଜର ଶେଷ ଧାଡିରେ ଥିବା ବ୍ୟକ୍ତି ପାଖରେ ପହଞ୍ଚି ପାରିବ, ଏହାକୁ ନିଶ୍ଚିତ କରିବା ସରକାରୀ କର୍ମଚାରୀଙ୍କ ଦାୟିତ୍ୱ। ସରକାର ଯୋଜନା ଓ କାର୍ଯ୍ୟକ୍ରମ ତିଆରି କରିବେ। କିନ୍ତୁ ସେ ସବୁକୁ ପରିଚାଳନା ଓ କାର୍ଯ୍ୟକାରୀ କରିବା ଆପଣମାନଙ୍କ ଦାୟିତ୍ୱ। ଆପଣମାନଙ୍କ ନିଷ୍ଠା ଓ କର୍ମପ୍ରବଣତା ଯଦି ଜନ ସାଧାରଣଙ୍କ ମୁହଁରେ ହସ ଫୁଟାଇ ପାରିଲା, ତେବେ ତାହା ହିଁ ହେବ ଆପଣଙ୍କ ନିଯୁକ୍ତିର ଯଥାର୍ଥତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ, ପୂର୍ବ ସରକାର, ସରକାରୀ ଚାକିରୀରେ ପଦବୀ ପୂରଣ ଓ ଆତ୍ମନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଆଖିଦୃଶିଆ ପଦକ୍ଷେପ ନେବାରେ ବିଫଳ ହୋଇଥିଲେ। ଆମ ନୂଆ ସରକାର ନିଷ୍ପତ୍ତି ନେଇଛନ୍ତି ଆଗାମୀ ୫ ବର୍ଷ ମଧ୍ୟରେ ଦେଢ ଲକ୍ଷ ସରକାରୀ ପଦବୀ ପୂରଣ କରିବା ପାଇଁ । ଆଜି ଏହାର ମୂଳଦୁଆ ପଡିଲା। ଏଣିକି ସବୁ ଚୟନ ପଦ୍ଧତି ମେରିଟ୍ ଆଧାରରେ ହେବ। ଏଥି ସହିତ ଶିଳ୍ପ କ୍ଷେତ୍ରରେ ୩.୫୦ ଲକ୍ଷ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ଆମେ ପଦକ୍ଷେପ ନେଉଛୁ ବୋଲି ସେ କହିଥିଲେ।

ନୂତନ ଭାବେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀମାନଙ୍କୁ କର୍ମ କ୍ଷେତ୍ରରେ କର୍ତ୍ତବ୍ୟପରାୟଣତା, ସମୟାନୁବର୍ତ୍ତିତା, ସାଧୁତା ଓ ସଚ୍ଚୋଟତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦେବା ସହିତ ଲୋକଙ୍କ ଅଭିଯୋଗ ଶୁଣାଣୀକୁ ପ୍ରାଥମିକତା ଦେଇ ରାଜ୍ୟର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ।

ସୂଚନାଯୋଗ୍ୟ ଯେ, ଆଜି ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀ ମାନଙ୍କ ମଧ୍ୟରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗର ୮୨ ଜଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୩୯ ଜଣ, ଉଚ୍ଚଶିକ୍ଷା ବିଭାଗର ୨୪ ଜଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୨୩୧ ଜଣ, ସୂଚନା ଓ ଲୋକସଂପର୍କ ବିଭାଗର ୫ ଜଣ, ଯୋଜନା ଓ ସଂଯୋଜନ ବିଭାଗର ୬୧ ଜଣ ଏବଂ ଅନୁସୂଚିତ ଜନଜାତି ଓ ଜାତି ବିଭାଗର ୩୪ ଜଣ – ଏହିପରି ସର୍ବମୋଟ ୪୭୬ ଜଣ ନବନିଯୁକ୍ତ ଅଧିକାରୀ ଓ କର୍ମଚାରୀ ଅଛନ୍ତି । ତନ୍ମଧ୍ୟରେ ଗ୍ରୁପ-ଏ ବର୍ଗର ୯୮ ଜଣ ଅଧିକାରୀ, ଗ୍ରୁପ-ବି ବର୍ଗର ୧୩୦ ଜଣ ଅଧିକାରୀ ଏବଂ ଗ୍ରୁପ-ସି ବର୍ଗର ୨୪୮ ଜଣ କର୍ମଚାରୀ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri