ଅଚାନକ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଯୋଗଦାନକୁ ନେଇ ଜୋର୍‌ଦାର ଚର୍ଚ୍ଚା

କଟକ ସଦର,୧୪ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବିଧାନସଭାର ୪୨ ମୌଜାରେ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ତ୍ରିରଙ୍ଗା ରାଲି ରଣେ ଷଣ୍ଢ ମନ୍ଦିରରୁ ବାହାରିବାର ଥିଲା। କଟକ ଆସୁଥିବା ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି ହଠାତ୍‌ ୧୧ଟାବେଳେ ୪୨ ମୌଜା ମୁଖେ ଗଡ଼ିଥିଲା। ଏକଥା ଜାଣିବା ପରେ କଟକ ଜିଲା ସାଧାରଣ ଓ ପୋଲିସ ପ୍ରଶାସନ ବେଶ୍‌ ସକ୍ରିୟ ହୋଇ ଉଠିଲା। ୫୦ରୁ ଊର୍ଦ୍ଧ୍ୱ ସରକାରୀ ଗାଡ଼ି ଏହି ତ୍ରିରଙ୍ଗା ରାଲିରେ ଯାଉଥିବା ଦେଖାଯାଇଥିଲା। ଏକ ଖୋଲା ଗାଡ଼ିରେ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଖୋଲା ଜିପ୍‌ରେ ହାତ ହଲାଇ ସାଧାରଣ ଲୋକଙ୍କଠାରୁ ଅଭିବାଦନ ଗ୍ରହଣ କରିଥିଲେ। ତାଙ୍କ ସହିତ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ, ଡିସିପି ଋଷିକେଶ ଖିଲାରିଙ୍କ ସମେତ କଟକ ସହରର ସମସ୍ତ ଅଧିକାରୀ ଏହି ରାଲିରେ ଭାଗ ନେଇଥିବା ଦେଖିବାକୁ ମିଳିଥିଲା। ଏପରିକି କଟକ ସଦର ବିଡିଓ, ତହସିଲଦାର, ସମସ୍ତ ଅତିରିକ୍ତ ତହସିଲଦାର,ଅତିରିକ୍ତ ଜିଲାପାଳ,ଉପଜିଲାପାଳଠାରୁ ଆରମ୍ଭ କରି ଚତୁର୍ଥ ଶ୍ରେଣୀ କର୍ମଚାରୀ ମଧ୍ୟ ଏଥିରେ ଯୋଗଦେଇଥିଲେ। ମାତ୍ର ବର୍ଷ ରାଲିକୁ କିଛି ମାତ୍ରାରେ ପ୍ରଭାବିତ କରିଥିଲା। ଟ୍ରାଫିକ ବ୍ୟବସ୍ଥା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। କଟକରୁ କିଛି ଘଣ୍ଟା ପାଇଁ ୪୨ ମୌଜା ବସ୍‌ ସେବା ବନ୍ଦ କରିଦିଆଯାଇଥିଲା। ହେଲେ ମୁଖ୍ୟମନ୍ତ୍ରୀ ନୀଳକଣ୍ଠ ମନ୍ଦିର ପର୍ଯ୍ୟନ୍ତ ନ ଯାଇ କଳାପଡ଼ାଠାରୁ ଫେରିଯିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri