୧୩୩ ନୂତନ ପ୍ରାଣୀ ସେବା ଯାନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୨(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୩୩ ନୂତନ ପ୍ରାଣୀ ଚିକିତ୍ସା ସେବା ଯାନ ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ ହୋଇଛି। ଏଥିପାଇଁ ୨୧ କୋଟି ୨୮ ଲକ୍ଷ ଟଙ୍କା ବ୍ୟୟ କରାଯାଇଛି। ବୁଧବାର କଳିଙ୍ଗ ଷ୍ଟାଡିୟମଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହାକୁ ଲୋକାର୍ପିତ କରିଛନ୍ତି।
ରାଜ୍ୟ ତଥା ଦେଶର ଅର୍ଥନୀତିରେ ପ୍ରାଣୀ ସମ୍ପଦର ପ୍ରମୁଖ ଯୋଗଦାନ ସର୍ବଦା ରହିଆସିଛି। କୃଷକମାନଙ୍କ ଆୟ ବୃଦ୍ଧି ଦିଗରେ ପ୍ରାଣୀପାଳନ ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ। ରାଜ୍ୟ ସରକାର କୃଷକମାନଙ୍କ ଆୟ ବୃଦ୍ଧି କରି ସେମାନଙ୍କର ଜୀବନ ଧାରଣ ମାନରେ ଉନ୍ନତି ଆଣିବା ପାଇଁ ପ୍ରତିଶ୍ରୁତିବଦ୍ଧ ଏବଂ ଏ ଦିଗରେ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି। ପ୍ରାଣୀ ସମ୍ପଦ କ୍ଷେତ୍ରକୁ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉଦ୍ୟୋଗୀମାନଙ୍କର ପ୍ରଗତିର କ୍ଷେତ୍ର ଭାବରେ ଚିହ୍ନଟ କରିଛନ୍ତି।
ପ୍ରାଣୀ ସମ୍ପଦର ସୁରକ୍ଷା ଓ ସେମାନଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥିସହିତ ପ୍ରାଣୀ ସମ୍ପଦର କଲ୍ୟାଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ସ୍ବରୂପ ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବାର ପ୍ରଚଳନ କରାଯାଇଛି। ଏହା ମାଧ୍ୟମରେ ପ୍ରାଣୀ ଚିକିତ୍ସା ସୁବିଧା ନ ଥିବା ଅଞ୍ଚଳରେ ମୋବାଇଲ ଭେଟେରିନାରୀ ୟୁନିଟ୍‌ ମାଧ୍ୟମରେ ପୀଡ଼ିତ ପ୍ରାଣୀମାନଙ୍କ ନିକଟରେ ତୁରନ୍ତ ପହଞ୍ଚାଯାଇ ପ୍ରାଣୀ ଚିକିତ୍ସା କରାଯାଇପାରୁଛି। ପୀଡ଼ିତ ପ୍ରାଣୀମାନଙ୍କୁ ଜରୁରୀ ସ୍ବାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା ଅତ୍ୟନ୍ତ ଉପଯୋଗୀ ସାବ୍ୟସ୍ତ ହୋଇପାରୁଛି। ପୂର୍ବରୁ ଏହି ମୋବାଇଲ ୟୁନିଟଗୁଡ଼ିକ ଭଡ଼ାଗାଡ଼ି ମାଧ୍ୟମରେ କରାଯାଉଥିଲା। ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୩୦ କୋଟି ଟଙ୍କା ବ୍ୟୟରେ ୧୮୧ ଗୋଟି ମୋବାଇଲ ଭେଟେରିନାରୀ ୟୁନିଟ୍‌ ମୁଖ୍ୟମନ୍ତ୍ରୀ ଗତ ସେପେମ୍ବର ୮ ତାରିଖରେ ଲୋକାର୍ପିତ କରିଥିଲେ। ଏହାଦ୍ୱାରା ପ୍ରାଣୀ ଚିକିତ୍ସା ସେବା ଲୋକଙ୍କ ଦୁଆରମୁହଁରେ ପହଞ୍ଚି ପାରିଛି। ଏହି ମୋବାଇଲ ୟୁନିଟ୍‌ରେ ଆସ୍ତ୍ରୋପଚାରର ସୁବିଧା ମଧ୍ୟ ରହିଛି। ଏହା ମାଧ୍ୟମରେ ପ୍ରାଣୀମାନଙ୍କର ଟିକାକରଣ ଓ ରୋଗ ନିର୍ଣ୍ଣୟ ସେବା ମଧ୍ୟ ଉପଲବ୍ଧ କରାଯାଇଛି ଏବଂ ଚାଷୀମାନଙ୍କ ମଧ୍ୟରେ ବ୍ୟାପକ ଜନସଚେତନତା ସୃଷ୍ଟି କରାଯାଇ ପାରିଛି। ପୂର୍ବରୁ ସ୍ଥିର କରାଯାଇଥିବା କାର୍ଯ୍ୟକ୍ରମ ଅନୁଯାୟୀ ଏହି ମୋବାଇଲ ୟୁନିଟ୍‌ ବିଭିନ୍ନ ଗ୍ରାମକୁ ଯାଇ ପ୍ରାଣୀ ଚିକିତ୍ସା ସେବା ଯୋଗାଇ ଦେଉଛନ୍ତି।
୫-ଟି ଉପକ୍ରମରେ ଏଥିରେ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟାର ବ୍ୟବହାର କରାଯିବା ସହିତ ସ୍ବଚ୍ଛତା ଅବଲମ୍ବନ ନିମନ୍ତେ ଜି.ପି.ଏସ୍‌. ମାଧ୍ୟମରେ ଭ୍ରାମ୍ୟମାଣ ଯାନଗୁଡ଼ିକର ଅବସ୍ଥାନ ଟ୍ରାକିଂ କରାଯାଇ ପାରୁଛି। ଏଥିସହିତ ସହରାଞ୍ଚଳରେ ୬ ଗୋଟି ମୁଖ୍ୟମନ୍ତ୍ରୀ ପ୍ରାଣୀ ଆମ୍ବୁଲାନ୍ସ ସେବା ଯାନର ମଧ୍ୟ ଲୋକାର୍ପିତ ହୋଇଛି, ଯାହାଦ୍ୱାରା ପୀଡ଼ିତ ଓ ଆହତ ବୁଲା ଗୋରୁ ଓ ପ୍ରାଣୀମାନଙ୍କୁ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦେଇହେବ। ଏହି ଅବସରରେ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଉନ୍ନୟନ କମିଶନର ଅନୁ ଗର୍ଗ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri