୧୩୩ ନୂତନ ପ୍ରାଣୀ ସେବା ଯାନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୨(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୩୩ ନୂତନ ପ୍ରାଣୀ ଚିକିତ୍ସା ସେବା ଯାନ ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ ହୋଇଛି। ଏଥିପାଇଁ ୨୧ କୋଟି ୨୮ ଲକ୍ଷ ଟଙ୍କା ବ୍ୟୟ କରାଯାଇଛି। ବୁଧବାର କଳିଙ୍ଗ ଷ୍ଟାଡିୟମଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହାକୁ ଲୋକାର୍ପିତ କରିଛନ୍ତି।
ରାଜ୍ୟ ତଥା ଦେଶର ଅର୍ଥନୀତିରେ ପ୍ରାଣୀ ସମ୍ପଦର ପ୍ରମୁଖ ଯୋଗଦାନ ସର୍ବଦା ରହିଆସିଛି। କୃଷକମାନଙ୍କ ଆୟ ବୃଦ୍ଧି ଦିଗରେ ପ୍ରାଣୀପାଳନ ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ। ରାଜ୍ୟ ସରକାର କୃଷକମାନଙ୍କ ଆୟ ବୃଦ୍ଧି କରି ସେମାନଙ୍କର ଜୀବନ ଧାରଣ ମାନରେ ଉନ୍ନତି ଆଣିବା ପାଇଁ ପ୍ରତିଶ୍ରୁତିବଦ୍ଧ ଏବଂ ଏ ଦିଗରେ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି। ପ୍ରାଣୀ ସମ୍ପଦ କ୍ଷେତ୍ରକୁ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉଦ୍ୟୋଗୀମାନଙ୍କର ପ୍ରଗତିର କ୍ଷେତ୍ର ଭାବରେ ଚିହ୍ନଟ କରିଛନ୍ତି।
ପ୍ରାଣୀ ସମ୍ପଦର ସୁରକ୍ଷା ଓ ସେମାନଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥିସହିତ ପ୍ରାଣୀ ସମ୍ପଦର କଲ୍ୟାଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ସ୍ବରୂପ ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବାର ପ୍ରଚଳନ କରାଯାଇଛି। ଏହା ମାଧ୍ୟମରେ ପ୍ରାଣୀ ଚିକିତ୍ସା ସୁବିଧା ନ ଥିବା ଅଞ୍ଚଳରେ ମୋବାଇଲ ଭେଟେରିନାରୀ ୟୁନିଟ୍‌ ମାଧ୍ୟମରେ ପୀଡ଼ିତ ପ୍ରାଣୀମାନଙ୍କ ନିକଟରେ ତୁରନ୍ତ ପହଞ୍ଚାଯାଇ ପ୍ରାଣୀ ଚିକିତ୍ସା କରାଯାଇପାରୁଛି। ପୀଡ଼ିତ ପ୍ରାଣୀମାନଙ୍କୁ ଜରୁରୀ ସ୍ବାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା ଅତ୍ୟନ୍ତ ଉପଯୋଗୀ ସାବ୍ୟସ୍ତ ହୋଇପାରୁଛି। ପୂର୍ବରୁ ଏହି ମୋବାଇଲ ୟୁନିଟଗୁଡ଼ିକ ଭଡ଼ାଗାଡ଼ି ମାଧ୍ୟମରେ କରାଯାଉଥିଲା। ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୩୦ କୋଟି ଟଙ୍କା ବ୍ୟୟରେ ୧୮୧ ଗୋଟି ମୋବାଇଲ ଭେଟେରିନାରୀ ୟୁନିଟ୍‌ ମୁଖ୍ୟମନ୍ତ୍ରୀ ଗତ ସେପେମ୍ବର ୮ ତାରିଖରେ ଲୋକାର୍ପିତ କରିଥିଲେ। ଏହାଦ୍ୱାରା ପ୍ରାଣୀ ଚିକିତ୍ସା ସେବା ଲୋକଙ୍କ ଦୁଆରମୁହଁରେ ପହଞ୍ଚି ପାରିଛି। ଏହି ମୋବାଇଲ ୟୁନିଟ୍‌ରେ ଆସ୍ତ୍ରୋପଚାରର ସୁବିଧା ମଧ୍ୟ ରହିଛି। ଏହା ମାଧ୍ୟମରେ ପ୍ରାଣୀମାନଙ୍କର ଟିକାକରଣ ଓ ରୋଗ ନିର୍ଣ୍ଣୟ ସେବା ମଧ୍ୟ ଉପଲବ୍ଧ କରାଯାଇଛି ଏବଂ ଚାଷୀମାନଙ୍କ ମଧ୍ୟରେ ବ୍ୟାପକ ଜନସଚେତନତା ସୃଷ୍ଟି କରାଯାଇ ପାରିଛି। ପୂର୍ବରୁ ସ୍ଥିର କରାଯାଇଥିବା କାର୍ଯ୍ୟକ୍ରମ ଅନୁଯାୟୀ ଏହି ମୋବାଇଲ ୟୁନିଟ୍‌ ବିଭିନ୍ନ ଗ୍ରାମକୁ ଯାଇ ପ୍ରାଣୀ ଚିକିତ୍ସା ସେବା ଯୋଗାଇ ଦେଉଛନ୍ତି।
୫-ଟି ଉପକ୍ରମରେ ଏଥିରେ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟାର ବ୍ୟବହାର କରାଯିବା ସହିତ ସ୍ବଚ୍ଛତା ଅବଲମ୍ବନ ନିମନ୍ତେ ଜି.ପି.ଏସ୍‌. ମାଧ୍ୟମରେ ଭ୍ରାମ୍ୟମାଣ ଯାନଗୁଡ଼ିକର ଅବସ୍ଥାନ ଟ୍ରାକିଂ କରାଯାଇ ପାରୁଛି। ଏଥିସହିତ ସହରାଞ୍ଚଳରେ ୬ ଗୋଟି ମୁଖ୍ୟମନ୍ତ୍ରୀ ପ୍ରାଣୀ ଆମ୍ବୁଲାନ୍ସ ସେବା ଯାନର ମଧ୍ୟ ଲୋକାର୍ପିତ ହୋଇଛି, ଯାହାଦ୍ୱାରା ପୀଡ଼ିତ ଓ ଆହତ ବୁଲା ଗୋରୁ ଓ ପ୍ରାଣୀମାନଙ୍କୁ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦେଇହେବ। ଏହି ଅବସରରେ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଉନ୍ନୟନ କମିଶନର ଅନୁ ଗର୍ଗ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?