୨୬ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୧୦.୯୨ କୋଟି ଟଙ୍କା

ଭୁବନେଶ୍ୱର,୪ା୧୦(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟବାସୀଙ୍କୁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ୨୬ଟି  ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି।

ଆଜି ସନ୍ଧ୍ୟାରେ ନବୀନ ନିବାସଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ନିଜସ୍ବ ପାଣ୍ଠି ବିନିଯୋଗରେ କ୍ରୟ ହୋଇଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସକୁ ପତାକା ଦେଖାଇ ରାଜ୍ୟବାସୀଙ୍କୁ ଜରୁରୀକାଳିନ ସେବା ପ୍ରଦାନ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ରାଜ୍ୟର ବିଭିନ୍ନ ଜିଲାରେ ରୋଗୀସେବା ଯୋଗାଇଦେବା ଉଦ୍ଦେଶ୍ୟରେ କ୍ରୟ ହୋଇଥିବା ଏହି ୨୬ଟି ଆମ୍ବୁଲାନ୍ସ ପାଇଁ ୧୦.୯୨ କୋଟି ଟଙ୍କା ବିନିଯୋଗ ହୋଇଛି।

ସୂଚନାଯୋଗ୍ୟ, ଦୁର୍ଘଟଣା, ପ୍ରାକୃତିକ ବିପର୍ଯ୍ୟୟ, ଗର୍ଭବତୀ ଓ ଗୁରୁତର ରୋଗରେ ପୀଡିତ ବ୍ୟକ୍ତିଙ୍କୁ ବିନା ଖର୍ଚ୍ଚରେ ଡାକ୍ତରଖାନାକୁ ନେବା ପାଇଁ ରାଜ୍ୟରେ ଏହି ଜରୁରୀକାଳିନ ଆମ୍ବୁଲାନ୍ସ ସେବା ସଫଳତାର ସହ କାର୍ଯ୍ୟ କରୁଛି। ଜୀବନ ରକ୍ଷାକାରୀ ସୁବିଧା ଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସ ସାମିଲ ହେବା ପରେ ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ର ଅଧିକ ସୁଦୃଢ ହେବ। ଟୋଲ୍‌ ଫ୍ରି ନମ୍ବର ୧୦୮କୁ ଫୋନ କରି ରାଜ୍ୟରେ ଏହି ଜରୁରୀକାଳିନ ଆମ୍ବୁଲାନ୍ସ ସେବା ସୁବିଧା ଉପଲବ୍ଧ ହେଉଛି।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ୫-ଟି ସଚିବ ଭି.କେ ପାଣ୍ଡିଆନ, ସ୍ବାସ୍ଥ୍ୟ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ…

କମାଲ କଲେ ବୈଜ୍ଞାନିକ, ମାଟିରେ ନୁହେଁ ପବନରେ ଫଳିଲା ଆଳୁ

ନୂଆଦିଲ୍ଲୀ,୭।୨:  ଗ୍ୱାଲିୟରର ରାଜମାତା ବିଜୟା ରାଜେ ସିନ୍ଧିଆ କୃଷି ବିଶ୍ୱବିଦ୍ୟାଳୟରେ, କୃଷି ବୈଜ୍ଞାନିକମାନେ ଏରୋପୋନିକ୍ସ ପଦ୍ଧତି ବ୍ୟବହାର କରି ଆଳୁ ବିହନ ଚାଷ କରୁଛନ୍ତି । ଏହି ଗଛଗୁଡ଼ିକୁ…

ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି: ଯିବା ପୂର୍ବରୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ମାଲେସିଆ ଗସ୍ତ ଗସ୍ତରେ ଯାଇଛନ୍ତି। ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତ ଏବେ ପ୍ରତିରକ୍ଷା,…

ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ, କହିଲେ ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ

ଭୁବନେଶ୍ବର,୭।୨: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…

ଅଢ଼େଇ ବର୍ଷର ଝିଆରୀଙ୍କୁ ବଳାତ୍କାର କଲେ ଦାଦା, ଆଉ ତା’ପରେ…

ପିଲିଭିଟ୍‌(ୟୁପି),୭ା୨: ଉତ୍ତରପ୍ରଦେଶର ପିଲିଭିଟ୍‌ ଜିଲାରେ ୨୫ ବର୍ଷର ଦାଦା ନିଜର ଅଢ଼େଇ ବର୍ଷର ଝିଆରୀକୁ ବଳାତ୍କାର କରିବା ପରେ ଆତ୍ମହତ୍ୟା କରିଛନ୍ତି। ଗୁରୁବାର ରାତି ପ୍ରାୟ ୮ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri