୨୬ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୧୦.୯୨ କୋଟି ଟଙ୍କା

ଭୁବନେଶ୍ୱର,୪ା୧୦(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟବାସୀଙ୍କୁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ୨୬ଟି  ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି।

ଆଜି ସନ୍ଧ୍ୟାରେ ନବୀନ ନିବାସଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ନିଜସ୍ବ ପାଣ୍ଠି ବିନିଯୋଗରେ କ୍ରୟ ହୋଇଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସକୁ ପତାକା ଦେଖାଇ ରାଜ୍ୟବାସୀଙ୍କୁ ଜରୁରୀକାଳିନ ସେବା ପ୍ରଦାନ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ରାଜ୍ୟର ବିଭିନ୍ନ ଜିଲାରେ ରୋଗୀସେବା ଯୋଗାଇଦେବା ଉଦ୍ଦେଶ୍ୟରେ କ୍ରୟ ହୋଇଥିବା ଏହି ୨୬ଟି ଆମ୍ବୁଲାନ୍ସ ପାଇଁ ୧୦.୯୨ କୋଟି ଟଙ୍କା ବିନିଯୋଗ ହୋଇଛି।

ସୂଚନାଯୋଗ୍ୟ, ଦୁର୍ଘଟଣା, ପ୍ରାକୃତିକ ବିପର୍ଯ୍ୟୟ, ଗର୍ଭବତୀ ଓ ଗୁରୁତର ରୋଗରେ ପୀଡିତ ବ୍ୟକ୍ତିଙ୍କୁ ବିନା ଖର୍ଚ୍ଚରେ ଡାକ୍ତରଖାନାକୁ ନେବା ପାଇଁ ରାଜ୍ୟରେ ଏହି ଜରୁରୀକାଳିନ ଆମ୍ବୁଲାନ୍ସ ସେବା ସଫଳତାର ସହ କାର୍ଯ୍ୟ କରୁଛି। ଜୀବନ ରକ୍ଷାକାରୀ ସୁବିଧା ଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସ ସାମିଲ ହେବା ପରେ ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ର ଅଧିକ ସୁଦୃଢ ହେବ। ଟୋଲ୍‌ ଫ୍ରି ନମ୍ବର ୧୦୮କୁ ଫୋନ କରି ରାଜ୍ୟରେ ଏହି ଜରୁରୀକାଳିନ ଆମ୍ବୁଲାନ୍ସ ସେବା ସୁବିଧା ଉପଲବ୍ଧ ହେଉଛି।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ୫-ଟି ସଚିବ ଭି.କେ ପାଣ୍ଡିଆନ, ସ୍ବାସ୍ଥ୍ୟ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌...

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri