ରାୟଗଡ଼ାରେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୧୮୨ ପଞ୍ଚାୟତକୁ ଯୋଡ଼ିବ ୫୨ ବସ୍‌

ଭୁବନେଶ୍ୱର,୨୫ା୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାୟଗଡ଼ା ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଜିଲାରେ ୧୮୨ଟି ପଞ୍ଚାୟତକୁ ୫୨ଟି ବସ୍‌ ଚାଲିବ। ଏଥିପାଇଁ ୩୦୦ଟି ବସ୍‌ ଷ୍ଟପେଜ ମଧ୍ୟ କରାଯାଇଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ କାର୍ଯ୍ୟକ୍ରମ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି , ଲକ୍ଷ୍ମୀ ଘରେ ଘରେ ଖୁସି ଓ ଆନନ୍ଦ ଆଣିବ। ଏହା ଗ୍ରାମାଞ୍ଚଳର ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ। ଗାଁ ଲୋକଙ୍କ ଜୀବନରେ ଗତି ଓ ପ୍ରଗତି ଆଣିବ। ମୋ’ ପାଇଁ ଲୋକଙ୍କ ମତାମତ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଏହି ବସ୍‌ ସେବା ଗାଁକୁ ଗାଁ ସହିତ ଯୋଡ଼ିବ। ସାମାଜିକ ସମ୍ପର୍କ ସୁଦୃଢ଼ କରିବା ସହିତ ଗ୍ରାମାଞ୍ଚଳର ଅର୍ଥନୀତିକୁ ମଧ୍ୟ ମଜଭୁତ କରିବ। ଲକ୍ଷ୍ମୀ ବସ୍‌ ପିଲାମାନଙ୍କୁ ସ୍କୁଲ ଓ କଲେଜ ସହିତ, ଚାଷୀଙ୍କୁ ମାର୍କେଟ ସହ ଯୋଡ଼ିବା ସହିତ ରୋଗୀକୁ ହସ୍ପିଟାଲ ମଧ୍ୟ ନେବ। ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବ। ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମରେ ରାୟଗଡ଼ା ଜିଲାରେ ୯୦ କୋଟିରୁ ଅଧିକ ଟଙ୍କା ବିନିଯୋଗରେ ୨୬୦୦ରୁ ଅଧିକ ପ୍ରକଳ୍ପ କରାଯାଉଛି। ପଞ୍ଚାୟତଗୁଡ଼ିକ ହେଉଛି ବିକାଶ କାର୍ଯ୍ୟକ୍ରମର ମୁଖ୍ୟ ଫୋକସ୍‌ । ସବୁ ପଞ୍ଚାୟତରେ ରୂପାନ୍ତର ଆଣି ସାରା ଓଡ଼ିଶାର ରୂପାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?