ମିଶନ ଶକ୍ତି ବଜାର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୨(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ବରରେ ମିଶନ ଶକ୍ତି ବଜାରକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ରାଜ୍ୟର ଗ୍ରାମାଞ୍ଚଳ ଏବଂ ଅର୍ଦ୍ଧ ସହରାଞ୍ଚଳରେ ବାସ କରୁଥିବା ମହିଳାମାନଙ୍କ ପାଇଁ ଦୀର୍ଘମିଆଦୀ ଜୀବିକାର୍ଜନ ଲାଗି ମିଶନ ଶକ୍ତି ବଜାର ବଡ଼ ପ୍ଲାଟ୍‌ଫର୍ମ ଭାବେ କାର୍ଯ୍ୟ କରିବ। ମହିଳା ଉଦ୍ୟୋଗୀ ସୃଷ୍ଟି ଦିଗରେ ୫-ଟି କ୍ରମରେ ଏହାର ବିକାଶ କରାଯାଇଛି। ମିଶନ ଶକ୍ତି ବଜାର ଉଦ୍‌ଘାଟନ ହେବା ପୂର୍ବରୁ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଫେବୃୟାରୀ ୧୯ ତାରିଖରେ ପରିଦର୍ଶନ କରି ଏହାର ଚୂଡ଼ାନ୍ତ ପ୍ରସ୍ତୁତିର ସମୀକ୍ଷା କରିଥିଲେ।
ଏହାଦ୍ବାରା ଏଣିକି ଘରେ ଘରେ ପହଞ୍ଚିବ ମିଶନ ଶକ୍ତି ମହିଳାଙ୍କ ଉତ୍ପାଦ। ଗ୍ରାହକଙ୍କୁ ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ କିଣିବା ସୁବିଧା ମିଳିପାରିବ। ଏଥିରେ ସମଗ୍ର ରାଜ୍ୟର ମିଶନ ଶକ୍ତି ଗ୍ରୁପ୍‌ର ଉତ୍ପାଦଗୁଡ଼ିକ ବିକ୍ରି ପାଇଁ ପ୍ରଦର୍ଶନ କରାଯିବ। ଏହା ଖୋର୍ଦ୍ଧା ମାତୃଶକ୍ତି ଫାର୍ମର୍ସ ପ୍ରଡ୍ୟୁସର (କେଏମ୍‌ଏଫ୍‌ପି) କମ୍ପାନୀ ଦ୍ୱାରା ପରିଚାଳିତ ହେବ। ଏଥିରେ ୨୦୦ରୁ ଊର୍ଦ୍ଧ୍ୱ ଏସ୍‌ଏଚ୍‌ଜି ଅଂଶୀଦାର ଭାବେ ରହିଛନ୍ତି। ରାଜ୍ୟର ଲକ୍ଷ ଲକ୍ଷ ମହିଳା ଏଥିରେ ସାମିଲ ହୋଇ ସେମାନଙ୍କ ଉତ୍ପାଦ ବିକ୍ରି କରିପାରିବ। ରାଜ୍ୟରେ ମହିଳାମାନଙ୍କ ଦ୍ୱାରା ଉତ୍ପାଦିତ ସାମଗ୍ରୀକୁ ପ୍ରୋତ୍ସାହିତ ଓ ବିକ୍ରି କରିବା ପାଇଁ କେଏମ୍‌ଏଫ୍‌ପି ଓ ମିଶନ ଶକ୍ତି ବିଭାଗର ମୂଳ ଲକ୍ଷ୍ୟ। ପ୍ରଡ୍ୟୁସର କମ୍ପାନୀଗୁଡ଼ିକ ବୈଷୟିକ ସେବା ଏଜେନ୍ସି ଭାବେ କାର୍ଯ୍ୟ କରିବ। ଏହି ବଜାରରେ ଲୋକେ ଝାଡ଼ୁଠାରୁ ପାଟଶାଢ଼ି, ବେତ ସୋଫା, ଘରକରଣା ଜିନିଷ, ମିଲେଟ୍ସ ଉତ୍ପାଦ, ପଟ୍ଟଚିତ୍ର, ପେଣ୍ଟିଂ, କନ୍ଧମାଳ ହଳଦୀ ସମେତ ପ୍ରାୟ ୧ ହଜାର ପ୍ରକାର ଉତ୍ପାଦ କିଣିବାର ସୁବିଧା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri