ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କଠାରେ ଲାଗି ହୋଇଛି। ଦେବାର୍ପଣ ପରେ ଗୁରୁବାର ଉଭୟ କ୍ୟାଲେଣ୍ଡରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚିତ କରିଛନ୍ତି l

ଡେସ୍କ କ୍ୟାଲେଣ୍ଡରରେ ରାଜ୍ୟର ବିଭିନ୍ନ ଶିଳ୍ପୀଙ୍କ ଚିତ୍ର ଏବଂ ବାଲୁକା କଳା ସ୍ଥାନିତ ହୋଇଛି। ସେହିପରି ସାତ ପୃଷ୍ଠା ବିଶିଷ୍ଟ ୱାଲ କ୍ୟାଲେଣ୍ଡରରେ ରଥାରୂଢ଼ ମହାପ୍ରଭୁଙ୍କ ଭବ୍ୟ ଚିତ୍ର ସ୍ଥାନିତ ହୋଇଛି। ଇଂରାଜୀ ନୂଆ ବର୍ଷରେ ପୁରୀ ଓ ଭୁବନେଶ୍ୱର ସ୍ଥିତ ଶ୍ରୀମନ୍ଦିର ସୂଚନା କେନ୍ଦ୍ରଗୁଡିକରେ ଏହି କ୍ୟାଲେଣ୍ଡ ଶ୍ରଦ୍ଧାଳୁଙ୍କୁ ବିକ୍ରୟ ସକାଶେ ଉପଲବ୍ଧ ହେବ।

ଏହି ଅବସରରେ ଆଇନ ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ମାନସ ରଞ୍ଜନ ବାରିକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ, ପୁରୀ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri