ପାକ୍ସ କମ୍ପ୍ୟୁଟରୀକରଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୫୧୦(ବ୍ୟୁରୋ): ୧୫ ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ (ଡିସିସିବି)ରେ ୩୮୪ ବ୍ୟାଙ୍କିଂ ସହାୟକ ଯୋଗ ଦେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ)ଗୁଡ଼ିକର କମ୍ପ୍ୟୁଟରୀକରଣର ଶୁକ୍ରବାର ଶୁଭାରମ୍ଭ କରିଛନ୍ତି। ଏହାଫଳରେ ୨୦୬୩ଟି ପ୍ୟାକ୍ସ କୋର୍‌ ବ୍ୟାଙ୍କିଂ ସଲ୍ୟୁସନ ପ୍ଲାଟଫର୍ମ ଅଧୀନକୁ ଆସିପାରିଛି। ସେହିପରି ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମରେ ୨୮ ଅଧିକାରୀ ନିଯୁକ୍ତ ହୋଇଛନ୍ତି।
ଲୋକସେବା ଭବନର କନଭେନସନ ହଲରେ ଆୟୋଜିତ ନବନିଯୁକ୍ତ କର୍ମଚାରୀଙ୍କ ଦିଗଦର୍ଶନ ଏବଂ ପାକ୍ସ କମ୍ପ୍ୟୁଟରୀକରଣର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପାକ୍ସଗୁଡ଼ିକ କ୍ଷେତ୍ରରେ ଏହି ପଦେକ୍ଷପ ସମଗ୍ର ଦେଶରେ ପ୍ରଥମ। ସମବାୟ ସମିତିଗୁଡ଼ିକ ପାଇଁ ଏହାକୁ ଏକ ଐତିହାସିକ ମୁହୂର୍ତ୍ତ ଭାବେ ବର୍ଣ୍ଣନା କରିବା ସହ ଏହା ବ୍ୟାଙ୍କିଂ, ଋଣ ଏବଂ ଅନ୍ୟାନ୍ୟ କାର୍ଯ୍ୟ କ୍ଷେତ୍ରରେ ଦକ୍ଷ ଏବଂ ସ୍ବଚ୍ଛ ସେବା ବିତରଣ କରିବ। ରାଜ୍ୟରେ ସମବାୟ ବ୍ୟାଙ୍କ ଏବଂ ପାକ୍ସଗୁଡ଼ିକ ସମୁଦାୟ ଶସ୍ୟ ଋଣର ପ୍ରାୟ ୬୦ ପ୍ରତିଶତ ପ୍ରଦାନ କରୁଛନ୍ତି। ପାକ୍ସଗୁଡ଼ିକ ଦ୍ବାରା ସମ୍ପୂର୍ଣ୍ଣ ଧାନ ସଂଗ୍ରହ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ପ୍ରଶଂସା କରିଛନ୍ତି।
ନବନିଯୁକ୍ତ ବ୍ୟାଙ୍କିଂ ସହାୟକଙ୍କୁ ଅଭିନନ୍ଦନ ଜଣାଇବା ସହ ୫-ଟି ଉପକ୍ରମର ଅନୁପାଳନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଡିଏସ୍‌ ଏବଂ ସରକାରଙ୍କ ଅନ୍ୟାନ୍ୟ କଲ୍ୟାଣମୂଳକ ଯୋଜନା ଅଧୀନରେ ଖାଦ୍ୟଶସ୍ୟ ବଣ୍ଟନ କ୍ଷେତ୍ରରେ ଲଜିଷ୍ଟିକ୍‌ ସହାୟତା ପ୍ରଦାନ କରିଥାଏ। ପଣ୍ୟାଗାର ନିଗମରେ ନବନିଯୁକ୍ତ ୨୮ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହ ଆନ୍ତରିକତା ଓ ଦକ୍ଷତାର ସହ ସେମାନେ କାର୍ଯ୍ୟ କରିବେ ବୋଲି ଆଶା ପ୍ରକାଶ କରିଛନ୍ତି।
ଏହି ଅବସରରେ ଓଏସଡବ୍ଲ୍ୟୁଏସ୍‌ ପକ୍ଷରୁ ସରକାରଙ୍କୁ ୩.୦୭ କୋଟି ଟଙ୍କା ଲାଭାଂଶ ପ୍ରଦାନ କରାଯାଇଛି। ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସମବାୟ କ୍ଷେତ୍ରକୁ ସୁଦୃଢ଼ କରିବା ପାଇଁ ବିଭାଗ ପକ୍ଷରୁ ନିଆଯାଇଥିବା ପଦେକ୍ଷପ ସମ୍ପର୍କରେ ସୂଚନା ଦେଇଛନ୍ତି। ତିନି ନବନିଯୁକ୍ତ କର୍ମଚାରୀ ଜୟଶ୍ରୀ ସୋରେନ, ବିରଞ୍ଚି ନାରାୟଣ, ସନ୍ଦୀପ ସୌରଭ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିଛନ୍ତି। ଏପିସି ସଞ୍ଜୀବ ଚୋପ୍ରା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ। ସମବାୟ ସଚିବ ସଞ୍ଜୀବ ଚଢ଼ା ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ ଓଏସସିବି ଏମଡି ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri