ପାକ୍ସ କମ୍ପ୍ୟୁଟରୀକରଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୫୧୦(ବ୍ୟୁରୋ): ୧୫ ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ (ଡିସିସିବି)ରେ ୩୮୪ ବ୍ୟାଙ୍କିଂ ସହାୟକ ଯୋଗ ଦେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ)ଗୁଡ଼ିକର କମ୍ପ୍ୟୁଟରୀକରଣର ଶୁକ୍ରବାର ଶୁଭାରମ୍ଭ କରିଛନ୍ତି। ଏହାଫଳରେ ୨୦୬୩ଟି ପ୍ୟାକ୍ସ କୋର୍‌ ବ୍ୟାଙ୍କିଂ ସଲ୍ୟୁସନ ପ୍ଲାଟଫର୍ମ ଅଧୀନକୁ ଆସିପାରିଛି। ସେହିପରି ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମରେ ୨୮ ଅଧିକାରୀ ନିଯୁକ୍ତ ହୋଇଛନ୍ତି।
ଲୋକସେବା ଭବନର କନଭେନସନ ହଲରେ ଆୟୋଜିତ ନବନିଯୁକ୍ତ କର୍ମଚାରୀଙ୍କ ଦିଗଦର୍ଶନ ଏବଂ ପାକ୍ସ କମ୍ପ୍ୟୁଟରୀକରଣର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପାକ୍ସଗୁଡ଼ିକ କ୍ଷେତ୍ରରେ ଏହି ପଦେକ୍ଷପ ସମଗ୍ର ଦେଶରେ ପ୍ରଥମ। ସମବାୟ ସମିତିଗୁଡ଼ିକ ପାଇଁ ଏହାକୁ ଏକ ଐତିହାସିକ ମୁହୂର୍ତ୍ତ ଭାବେ ବର୍ଣ୍ଣନା କରିବା ସହ ଏହା ବ୍ୟାଙ୍କିଂ, ଋଣ ଏବଂ ଅନ୍ୟାନ୍ୟ କାର୍ଯ୍ୟ କ୍ଷେତ୍ରରେ ଦକ୍ଷ ଏବଂ ସ୍ବଚ୍ଛ ସେବା ବିତରଣ କରିବ। ରାଜ୍ୟରେ ସମବାୟ ବ୍ୟାଙ୍କ ଏବଂ ପାକ୍ସଗୁଡ଼ିକ ସମୁଦାୟ ଶସ୍ୟ ଋଣର ପ୍ରାୟ ୬୦ ପ୍ରତିଶତ ପ୍ରଦାନ କରୁଛନ୍ତି। ପାକ୍ସଗୁଡ଼ିକ ଦ୍ବାରା ସମ୍ପୂର୍ଣ୍ଣ ଧାନ ସଂଗ୍ରହ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ପ୍ରଶଂସା କରିଛନ୍ତି।
ନବନିଯୁକ୍ତ ବ୍ୟାଙ୍କିଂ ସହାୟକଙ୍କୁ ଅଭିନନ୍ଦନ ଜଣାଇବା ସହ ୫-ଟି ଉପକ୍ରମର ଅନୁପାଳନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଡିଏସ୍‌ ଏବଂ ସରକାରଙ୍କ ଅନ୍ୟାନ୍ୟ କଲ୍ୟାଣମୂଳକ ଯୋଜନା ଅଧୀନରେ ଖାଦ୍ୟଶସ୍ୟ ବଣ୍ଟନ କ୍ଷେତ୍ରରେ ଲଜିଷ୍ଟିକ୍‌ ସହାୟତା ପ୍ରଦାନ କରିଥାଏ। ପଣ୍ୟାଗାର ନିଗମରେ ନବନିଯୁକ୍ତ ୨୮ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହ ଆନ୍ତରିକତା ଓ ଦକ୍ଷତାର ସହ ସେମାନେ କାର୍ଯ୍ୟ କରିବେ ବୋଲି ଆଶା ପ୍ରକାଶ କରିଛନ୍ତି।
ଏହି ଅବସରରେ ଓଏସଡବ୍ଲ୍ୟୁଏସ୍‌ ପକ୍ଷରୁ ସରକାରଙ୍କୁ ୩.୦୭ କୋଟି ଟଙ୍କା ଲାଭାଂଶ ପ୍ରଦାନ କରାଯାଇଛି। ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସମବାୟ କ୍ଷେତ୍ରକୁ ସୁଦୃଢ଼ କରିବା ପାଇଁ ବିଭାଗ ପକ୍ଷରୁ ନିଆଯାଇଥିବା ପଦେକ୍ଷପ ସମ୍ପର୍କରେ ସୂଚନା ଦେଇଛନ୍ତି। ତିନି ନବନିଯୁକ୍ତ କର୍ମଚାରୀ ଜୟଶ୍ରୀ ସୋରେନ, ବିରଞ୍ଚି ନାରାୟଣ, ସନ୍ଦୀପ ସୌରଭ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିଛନ୍ତି। ଏପିସି ସଞ୍ଜୀବ ଚୋପ୍ରା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ। ସମବାୟ ସଚିବ ସଞ୍ଜୀବ ଚଢ଼ା ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ ଓଏସସିବି ଏମଡି ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri