‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୯: ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ଅସ୍ମିତାର ପରିଚୟ ହେବ। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ ସରକାରଙ୍କ ଲକ୍ଷ୍ୟ। ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହି ଯୋଜନା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ଉକ୍ତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇ ସୁଭଦ୍ରା ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ଆଜି ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍‌ଶୀଘ୍ର ସୁଭଦ୍ରା ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସୀମା ନାହିଁ, ଶେଷ ହିତାଧିକାରୀ ଯାଏ ପଞ୍ଜୀକରଣ ଚାଲିବ। ଏଥିପାଇଁ ଗହଳି ନ କରି ଅପେକ୍ଷା କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ଏବଂ ଆମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ରାଜ୍ୟର ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଆପଣମାନେ ରାତି ଅନିଦ୍ରା ନ ହୋଇ ଗହଳି ନ କରି ଅପେକ୍ଷା କରନ୍ତୁ। ସୁଭଦ୍ରା ସଚେତନତା ରଥ ଆସନ୍ତା ୧୬ ତାରିଖ ଯାଏ ବୁଲି ସଚେତନତା ସୃଷ୍ଟି କରିବ। ରାଜ୍ୟବ୍ୟାପୀ ଗାଁଠୁ ସହର ପର୍ଯ୍ୟନ୍ତ ଏହି ସଚେତନତା ରଥ ବୁଲିବ। ବର୍ଷକୁ ୨ଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ମିଳିବ। ଏହା ୫ ବର୍ଷରେ ୫୦ ହଜାର ଟଙ୍କା ପ୍ରତ୍ୟେକ ହିତାଧିକାରୀଙ୍କୁ ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?