୧୮୧ ପ୍ରାଣୀ ଚିକିତ୍ସା ଭ୍ରାମ୍ୟମାଣ ଯାନ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୯(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର କଳିଙ୍ଗ ଷ୍ଟାଡିୟମଠାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ୧୮୧ ପ୍ରାଣୀ ଚିକିତ୍ସା ଭ୍ରାମ୍ୟମାଣ ଯାନକୁ ପତାକା ହଲାଇ ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା ଅଧୀନରେ ଏହି ଯାନଗୁଡ଼ିକ ଗୃହପାଳିତ ପ୍ରାଣୀମାନଙ୍କର ଚିକିତ୍ସା କ୍ଷେତ୍ରରେ ବ୍ୟବହାର କରାଯିବ। ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରାଣୀ ଚିକିତ୍ସା କେନ୍ଦ୍ରଠାରୁ ଦୂରରେ ରହୁଥିବା ଗ୍ରାମାଞ୍ଚଳ ଚାଷୀମାନଙ୍କର ଗୃହପାଳିତ ପ୍ରାଣୀମାନଙ୍କୁ ଦୁଆର ମୁହଁରେ ଚିକିତ୍ସା ସେବା ଯୋଗାଇ ଦେବାରେ ଏହି ଭ୍ରାମ୍ୟମାଣ ଯାନଗୁଡ଼ିକୁ ସହାୟତା କରିବ। ରାଜ୍ୟ ସରକାର ଚାଷୀମାନଙ୍କର ଆୟକୁ ବହୁଗୁଣିତ କରିବାକୁ ସର୍ବଦା ଉଦ୍ୟମ କରି ଆସିଛନ୍ତି। ପୂର୍ବରୁ ପ୍ରାଣୀ ଚିକିତ୍ସା ପାଇଁ ଭ୍ରାମ୍ୟମାଣ ଯାନଗୁଡ଼ିକ ଭଡ଼ାରେ ଅଣାଯାଉଥିଲା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟ ସରକାର ୧୮୧ଟି ଯାନ କିଣିବାକୁ ୩୦ କୋଟି ଟଙ୍କା ବ୍ୟୟ କରିଛନ୍ତି। ଏହି ଯାନ ଚାଷୀମାନଙ୍କୁ ପ୍ରାଣୀମାନଙ୍କର ସ୍ବାସ୍ଥ୍ୟ ରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ସହ ପ୍ରାଥମିକ ଚିକିତ୍ସା ଯୋଗାଇ ଦେବ। ପ୍ରାଣୀମାନଙ୍କର କଲ୍ୟାଣ ପାଇଁ ସରକାର ସର୍ବଦା ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ଯାନଗୁଡ଼ିକୁ ଠାବ କରିବା ପାଇଁ ଜିପିଏସ୍‌ ଲଗାଯିବ। ଏହି କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗଦେଇ ପ୍ରାଣୀ ସମ୍ପଦର ବିକାଶ ପାଇଁ ଉକ୍ତ ଭ୍ରାମ୍ୟମାଣ ଯାନ ସହାୟତା କରିବ ବୋଲି କହିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି)ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri