୧୬୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ: ବିକ୍ରମଦେବ କଲେଜରେ ହେବ ଅତ୍ୟାଧୁନିକ ଅଡିଟୋରିୟମ

କୋରାପୁଟ,୩।୨(ସ୍ବ.ପ୍ର. ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜୟପୁରର ବିକ୍ରମଦେବ ସ୍ବୟଂଶାସିତ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କଲେଜରେ ଏକ ଅତ୍ୟାଧୁନିକ ଅଡିଟୋରିୟମ ନିର୍ମାଣ କରିବାକୁ ଘୋଷଣା କରିଛନ୍ତି। ୧୦୦୦ ଆସନ ବିଶିଷ୍ଟ ଅଡିଟୋରୟମ ପାଇଁ ୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିପରି କୋରାପୁଟ ଜିଲା ପାଇଁ ୧୬୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଏଥିରେ ୨୦୭.୮୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୩୭୮.୪୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ପାଇଁ ଭିତ୍ତିସ୍ଥାପନ କରାଯାଇଛି।

ଏ ସମ୍ପର୍କରେ ଅଧିକ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭି.କେ. ପାଣ୍ଡିଆନ କହିଛନ୍ତି, ଏହି ଅଡିଟୋରିୟମ ୧୦୦୦ ଆସନ ବିଶିଷ୍ଟ ହେବ ଏବଂ ଏଥିପାଇଁ ୮ କୋଟି ଟଙ୍କା ବିନିଯୋଗ କରାଯିବ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିକ୍ଷା ଆମ ଭିତରେ ଥିବା ସମ୍ଭାବନାକୁ ବୃଦ୍ଧି କରିଥାଏ। ଭଲ ପାଠ ପଢି ସମାଜ ସହିତ ଯୋଡି ହେବାକୁ ଛାତ୍ରୀଛାତ୍ରଙ୍କୁ ମୁଖ୍ରମନ୍ତ୍ରୀ କହିଛନ୍ତି। ପରିବାର ଓ ଓଡିଶାର ସ୍ବପ୍ନ ପୂରଣ କରିବା ପାଇଁ ଉଦ୍ୟମ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଛନ୍ତି। ଅଞ୍ଚଳର ବିକାଶ ନେଇ ସେତୁ, ସଡକ, ପାନୀୟ ଜଳ, ଜଳସେଚନ, ବିଦ୍ୟୁତ୍‌କରଣ ଓ ପର୍ଯ୍ୟଟନ ଆଦି ପ୍ରକଳ୍ପ କାମ କରାଯାଇଛି। ଏଥିସହ ୧୨୩୫ ମିଶନ ଶକ୍ତି ଗୋଷ୍ଠୀକୁ ୫୦ କୋଟି ଟଙ୍କାର ବିନା ସୁଧରେ ଋଣ ପ୍ରଦାନ କରାଯାଇଛି। ମିଶନ ଶକ୍ତି କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ମାନେ ଭଲ କାମ କରି ରାଜ୍ୟ ପାଇଁ ସୁନାମ ଆଣିଛନ୍ତି। ସ୍ବାଧୀନତାର ୭୫ ବର୍ଷ ଅବସରରେ ଜାତୀୟ ପତାକା ପ୍ରସ୍ତୁତ କରି ମା’ମାନେ ନିଜର ଦକ୍ଷତା ଦେଖାଇବା ସହ ବିଶ୍ବାସକୁ ଆହୁରି ମଜବୁତ କରିଛନ୍ତି । ମା’ ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ଚାହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କା ଋଣ ଦିଆଯିବ। ଏପରିକି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri