୧୬୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ: ବିକ୍ରମଦେବ କଲେଜରେ ହେବ ଅତ୍ୟାଧୁନିକ ଅଡିଟୋରିୟମ

କୋରାପୁଟ,୩।୨(ସ୍ବ.ପ୍ର. ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜୟପୁରର ବିକ୍ରମଦେବ ସ୍ବୟଂଶାସିତ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କଲେଜରେ ଏକ ଅତ୍ୟାଧୁନିକ ଅଡିଟୋରିୟମ ନିର୍ମାଣ କରିବାକୁ ଘୋଷଣା କରିଛନ୍ତି। ୧୦୦୦ ଆସନ ବିଶିଷ୍ଟ ଅଡିଟୋରୟମ ପାଇଁ ୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିପରି କୋରାପୁଟ ଜିଲା ପାଇଁ ୧୬୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଏଥିରେ ୨୦୭.୮୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୩୭୮.୪୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ପାଇଁ ଭିତ୍ତିସ୍ଥାପନ କରାଯାଇଛି।

ଏ ସମ୍ପର୍କରେ ଅଧିକ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭି.କେ. ପାଣ୍ଡିଆନ କହିଛନ୍ତି, ଏହି ଅଡିଟୋରିୟମ ୧୦୦୦ ଆସନ ବିଶିଷ୍ଟ ହେବ ଏବଂ ଏଥିପାଇଁ ୮ କୋଟି ଟଙ୍କା ବିନିଯୋଗ କରାଯିବ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିକ୍ଷା ଆମ ଭିତରେ ଥିବା ସମ୍ଭାବନାକୁ ବୃଦ୍ଧି କରିଥାଏ। ଭଲ ପାଠ ପଢି ସମାଜ ସହିତ ଯୋଡି ହେବାକୁ ଛାତ୍ରୀଛାତ୍ରଙ୍କୁ ମୁଖ୍ରମନ୍ତ୍ରୀ କହିଛନ୍ତି। ପରିବାର ଓ ଓଡିଶାର ସ୍ବପ୍ନ ପୂରଣ କରିବା ପାଇଁ ଉଦ୍ୟମ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଛନ୍ତି। ଅଞ୍ଚଳର ବିକାଶ ନେଇ ସେତୁ, ସଡକ, ପାନୀୟ ଜଳ, ଜଳସେଚନ, ବିଦ୍ୟୁତ୍‌କରଣ ଓ ପର୍ଯ୍ୟଟନ ଆଦି ପ୍ରକଳ୍ପ କାମ କରାଯାଇଛି। ଏଥିସହ ୧୨୩୫ ମିଶନ ଶକ୍ତି ଗୋଷ୍ଠୀକୁ ୫୦ କୋଟି ଟଙ୍କାର ବିନା ସୁଧରେ ଋଣ ପ୍ରଦାନ କରାଯାଇଛି। ମିଶନ ଶକ୍ତି କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ମାନେ ଭଲ କାମ କରି ରାଜ୍ୟ ପାଇଁ ସୁନାମ ଆଣିଛନ୍ତି। ସ୍ବାଧୀନତାର ୭୫ ବର୍ଷ ଅବସରରେ ଜାତୀୟ ପତାକା ପ୍ରସ୍ତୁତ କରି ମା’ମାନେ ନିଜର ଦକ୍ଷତା ଦେଖାଇବା ସହ ବିଶ୍ବାସକୁ ଆହୁରି ମଜବୁତ କରିଛନ୍ତି । ମା’ ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ଚାହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କା ଋଣ ଦିଆଯିବ। ଏପରିକି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶାହାଙ୍କ ସଭାରେ ପଦ୍ମ ଧରିଲେ ପ୍ରବୋଧ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଟିକେଟ କଟିବା ପରେ କିଛି ଦିନ ପରେ...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri