ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପୂର୍ବ ସୂଚନାଗୁଡ଼ିକ…

ଭୁବନେଶ୍ୱର,୨୩ା୪:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପଗୁଡିକର ବାସ୍ତବ ସମୟରେ ତଦାରଖ କରାଯାଇ ପାରିବ ଏବଂ ପ୍ରକଳ୍ପଗୁଡିକ ନିର୍ଭୁଲ ଭାବରେ କାର୍ଯ୍ୟକାରୀ ହେବା ସହିତ ଏଥିରେ ଅଧିକ ଦକ୍ଷତା ଆସି ପାରିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ଯେଉଁ ମନିଟରିଂ ସିଷ୍ଟମ ଥିଲା, ସେଥିରେ ସୂଚନାଗୁଡ଼ିକ ଠକ୍‌ ଭାବେ ଆସି ପାରୁ ନ ଥିଲା, କାର୍ଯ୍ୟର ଅଗ୍ରଗତି ମନ୍ଥର ହେଉଥିଲା ଏବଂ ତା’ସହିତ ନିଷ୍ପତ୍ତି ନେବାରେ ମଧ୍ୟ ବିଳମ୍ବ ହେଉଥିଲା।

ଏହି ଉନ୍ନତ GIS ଡ୍ୟାସବୋର୍ଡ ମାଧ୍ୟମରେ ସମସ୍ତ ପ୍ରମୁଖ ପ୍ରକଳ୍ପଗୁଡ଼ିକୁ ଅନ୍ତର୍ଭୁକ୍ତ କରାଯାଇ ସାର୍ବଜନୀନ ସମ୍ପତ୍ତି ଏବଂ ଚାଲୁରହିଥିବା ପ୍ରକଳ୍ପଗୁଡ଼ିକର ସଦ୍ୟ ଚିତ୍ର ଦେଖିହେବ। ଜିଲା ଏବଂ ବ୍ଲକସ୍ତରରେ ଥିବା ପ୍ରକଳ୍ପଗୁଡ଼ିକ ସମ୍ପର୍କରେ ମଧ୍ୟ ସବିଶେଷ ତଥ୍ୟ ଜାଣିହେବ। ଏହା ସହିତ ଏହିସବୁ ପ୍ରକଳ୍ପଗୁଡ଼ିକ ପାଇଁ ସଠିକ୍‌ ସ୍ଥାନ ନିରୂପଣ କରିବାକୁ ରାସ୍ତା ଏବଂ ସାଟେଲାଇଟ ମ୍ୟାପ୍‌ ମଧ୍ୟ ଦେଖିହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେଣୁ ଏହି ବ୍ୟବସ୍ଥାରେ ଅଧିକ ଆର୍ଥିକ ସ୍ବଚ୍ଛତା ଆସିପାରିବ ବୋଲି ସେ କହିଥିଲେ।

ଡ୍ୟାସ ବୋର୍ଡରେ ଥିବା ଇସ୍ୟୁ ଟ୍ରାକର (Issue Tracker)ବ୍ୟବସ୍ଥା ଦ୍ୱାରା ପ୍ରକଳ୍ପ ଗୁଡ଼ିକର ଜମି ଅଧିଗ୍ରହଣ ସମସ୍ୟା, ଜଙ୍ଗଲ ଜମି ସମସ୍ୟା ଏବଂ ଜବରଦଖଲ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ସଠିକ ତଦାରଖ କରାଯାଇପାରିବ।

ଲାଇଭ ପ୍ରୋଜେକ୍ଟ ଟ୍ରାକିଂ, ଆର୍ଥିକ ତଦାରଖ, ସକ୍ରିୟ ବିପଦ ସତର୍କତା ଏବଂ କାର୍ଯ୍ୟଦକ୍ଷତା ନିରୀକ୍ଷଣ ସୁବିଧା ଦ୍ୱାରା ପ୍ରକଳ୍ପକୁ ନେଇ ନିଷ୍ପତ୍ତି ଗ୍ରହଣ କରିବା ଆହୁରି ସହଜ ହେବ।

ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡକୁ ଆହୁରି ବ୍ୟାପକ କରି ଅନ୍ୟ ବିଭାଗଗୁଡ଼ିକ ଦ୍ୱାରା ବ୍ୟବହାର ଉପଯୋଗୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଦ୍ୱାରା ଓଡ଼ିଶାର ଭିତ୍ତିଭୂମି ପ୍ରକଳ୍ପ ନିର୍ମାଣ ବ୍ୟବସ୍ଥା ଦୃଢ଼ୀଭୁତ ହେବ ଏବଂ ସମୃଦ୍ଧ ଓଡ଼ିଶା ନିର୍ମାଣର ଲକ୍ଷ୍ୟ ଆହୁରି ତ୍ୱରାନ୍ବିତ ହେବ।

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟଗଣ ଉପସ୍ଥିତ ଥିଲେ। ଏହା ସହିତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ବୀର ବିକ୍ରମ ଯାଦବ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri