ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପୂର୍ବ ସୂଚନାଗୁଡ଼ିକ…

ଭୁବନେଶ୍ୱର,୨୩ା୪:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପଗୁଡିକର ବାସ୍ତବ ସମୟରେ ତଦାରଖ କରାଯାଇ ପାରିବ ଏବଂ ପ୍ରକଳ୍ପଗୁଡିକ ନିର୍ଭୁଲ ଭାବରେ କାର୍ଯ୍ୟକାରୀ ହେବା ସହିତ ଏଥିରେ ଅଧିକ ଦକ୍ଷତା ଆସି ପାରିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ଯେଉଁ ମନିଟରିଂ ସିଷ୍ଟମ ଥିଲା, ସେଥିରେ ସୂଚନାଗୁଡ଼ିକ ଠକ୍‌ ଭାବେ ଆସି ପାରୁ ନ ଥିଲା, କାର୍ଯ୍ୟର ଅଗ୍ରଗତି ମନ୍ଥର ହେଉଥିଲା ଏବଂ ତା’ସହିତ ନିଷ୍ପତ୍ତି ନେବାରେ ମଧ୍ୟ ବିଳମ୍ବ ହେଉଥିଲା।

ଏହି ଉନ୍ନତ GIS ଡ୍ୟାସବୋର୍ଡ ମାଧ୍ୟମରେ ସମସ୍ତ ପ୍ରମୁଖ ପ୍ରକଳ୍ପଗୁଡ଼ିକୁ ଅନ୍ତର୍ଭୁକ୍ତ କରାଯାଇ ସାର୍ବଜନୀନ ସମ୍ପତ୍ତି ଏବଂ ଚାଲୁରହିଥିବା ପ୍ରକଳ୍ପଗୁଡ଼ିକର ସଦ୍ୟ ଚିତ୍ର ଦେଖିହେବ। ଜିଲା ଏବଂ ବ୍ଲକସ୍ତରରେ ଥିବା ପ୍ରକଳ୍ପଗୁଡ଼ିକ ସମ୍ପର୍କରେ ମଧ୍ୟ ସବିଶେଷ ତଥ୍ୟ ଜାଣିହେବ। ଏହା ସହିତ ଏହିସବୁ ପ୍ରକଳ୍ପଗୁଡ଼ିକ ପାଇଁ ସଠିକ୍‌ ସ୍ଥାନ ନିରୂପଣ କରିବାକୁ ରାସ୍ତା ଏବଂ ସାଟେଲାଇଟ ମ୍ୟାପ୍‌ ମଧ୍ୟ ଦେଖିହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେଣୁ ଏହି ବ୍ୟବସ୍ଥାରେ ଅଧିକ ଆର୍ଥିକ ସ୍ବଚ୍ଛତା ଆସିପାରିବ ବୋଲି ସେ କହିଥିଲେ।

ଡ୍ୟାସ ବୋର୍ଡରେ ଥିବା ଇସ୍ୟୁ ଟ୍ରାକର (Issue Tracker)ବ୍ୟବସ୍ଥା ଦ୍ୱାରା ପ୍ରକଳ୍ପ ଗୁଡ଼ିକର ଜମି ଅଧିଗ୍ରହଣ ସମସ୍ୟା, ଜଙ୍ଗଲ ଜମି ସମସ୍ୟା ଏବଂ ଜବରଦଖଲ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ସଠିକ ତଦାରଖ କରାଯାଇପାରିବ।

ଲାଇଭ ପ୍ରୋଜେକ୍ଟ ଟ୍ରାକିଂ, ଆର୍ଥିକ ତଦାରଖ, ସକ୍ରିୟ ବିପଦ ସତର୍କତା ଏବଂ କାର୍ଯ୍ୟଦକ୍ଷତା ନିରୀକ୍ଷଣ ସୁବିଧା ଦ୍ୱାରା ପ୍ରକଳ୍ପକୁ ନେଇ ନିଷ୍ପତ୍ତି ଗ୍ରହଣ କରିବା ଆହୁରି ସହଜ ହେବ।

ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡକୁ ଆହୁରି ବ୍ୟାପକ କରି ଅନ୍ୟ ବିଭାଗଗୁଡ଼ିକ ଦ୍ୱାରା ବ୍ୟବହାର ଉପଯୋଗୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଦ୍ୱାରା ଓଡ଼ିଶାର ଭିତ୍ତିଭୂମି ପ୍ରକଳ୍ପ ନିର୍ମାଣ ବ୍ୟବସ୍ଥା ଦୃଢ଼ୀଭୁତ ହେବ ଏବଂ ସମୃଦ୍ଧ ଓଡ଼ିଶା ନିର୍ମାଣର ଲକ୍ଷ୍ୟ ଆହୁରି ତ୍ୱରାନ୍ବିତ ହେବ।

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟଗଣ ଉପସ୍ଥିତ ଥିଲେ। ଏହା ସହିତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ବୀର ବିକ୍ରମ ଯାଦବ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍କଣ୍ଡି ବେଳାଭୂମିରେ ମାରି ଫିଙ୍ଗି ଦେଲେ! ବେକରେ କଟା ଚିହ୍ନ, ଗୋଳନ୍ଥରା ପୋଲିସର ଛାନଭିନ ଆରମ୍ଭ

ଗୋପାଳପୁର, ୧୬।୫(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ମାର୍କଣ୍ଡି ସମୁଦ୍ର ବେଳାଭୂମିରୁ ଜଣେ ଯୁବକଙ୍କ ମୃତଦେହକୁ ଗୋଳନ୍ଥରା ପୋଲିସ ଶୁକ୍ରବାର ସାରେ ଠାବ କରିଛି ।...

ସହି ହେଲାନି ଯନ୍ତ୍ରଣା, ମହାଦେବ ମନ୍ଦିରରେ ରଶି ଲଗାଇ ଝୁଲି ପଡ଼ିଲେ ମହିଳା

ଯୋଗେଶ୍ୱରପୁର,୧୬।୫(ରଶ୍ମିରଞ୍ଜନ ସାହୁ): ଜଣେ ମହିଳା ରୋଗର ଯନ୍ତ୍ରଣା ସହି ନ ପାରି ଏକ ମହାଦେବ ମନ୍ଦିରରେ ବେକରେ ରସି ଲଗାଇ ଗୁରୁବାର ବିଳମ୍ବିତ ରାତିରେ ଆତ୍ମହତ୍ୟା...

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା ପ୍ରତିଷ୍ଠା ଦାବି: ବନ୍ଦ ପାଳନକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ):  ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ର ସହ ଥାନା ପ୍ରତିଷ୍ଠା ଦାବିରେ ଶୁକ୍ରବାର ବରଗଡ଼ ଜିଲା ସୋହେଲା ବ୍ଲକ ଘେଁସରେ ୬ ଘଣ୍ଟିଆ ବନ୍ଦ ପାଳନ ହୋଇଯାଇଛି...

ରାସ୍ତା ମରାମତି ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ

ଦିଗପହଣ୍ଡି,୧୬। ୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ୩୨୬ ନଂ ଜାତୀୟ ରାଜପଥ ସାନଖେମୁଣ୍ଡି ବ୍ଳକ ଚୁଡଙ୍ଗପୁର ଗ୍ରାମର ମୁଖ୍ୟ ରାସ୍ତାରେ...

ଚାଲିବ ଯୁଦ୍ଧ, ଦୁଇ ଘଣ୍ଟାରୁ କମ୍‌ ସମୟରେ ହିଁ ଶେଷ ହୋଇଗଲା…

ଇସ୍ତାନବୁଲ୍‌,୧୬ା୫ : ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଥିବାବେଳେ ୨ ଦେଶର ପ୍ରତିନିଧି ତୁର୍କୀର ଇସ୍ତାନବୁଲ୍‌ରେ ଶୁକ୍ରବାର ପ୍ରଥମ...

ଯୁଦ୍ଧକୁ ନେଇ ବଡ଼ ଘୋଷଣା କଲା ପାକିସ୍ତାନ, କହିଲା ମେ ୧୮ ପରେ ଭାରତ ସହ…

ଇସଲାମବାଦ,୧୬।୮: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତିକୁ ମେ ୧୮ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ତେବେ ଏହାରି ଭିତରେ ପାକିସ୍ତାନର ବଡ଼ ବୟାନ ସାମ୍ନାକୁ ଆସିଛି।...

ମାମୁଁଘରକୁ ବୁଲି ଆସିଥିଲେ, ନାବାଳିକାଙ୍କୁ ଅପହରଣ କରିନେଲେ; ଅଭିଯୁକ୍ତଙ୍କୁ ଖୋଜୁଛି ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ...

ବାଲୋଚିସ୍ତାନ ପରି ବାଂଲାଦେଶରୁ ଅଲଗା ହୋଇଯିବ ଚିଟାଗଙ୍ଗ, ଭାରତକୁ ମାଗିଲା ସାହାଯ୍ୟ!

ନୂଆଦିଲ୍ଲୀ, ୧୬।୫: ପାକିସ୍ତାନ ପରି ପୁଣି ବାଂଲାଦେଶରେ ବଡ଼ ବିଭାଜନ ଆଶଙ୍କା ଦେଖାଦେଇଛି। ୧୯୭୧ ମସିହାରେ ଭାରତ ସହାୟତାରେ ପୂର୍ବ ପାକିସ୍ତାନ ବାଂଲାଦେଶ ଭାବେ ସ୍ବଧୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri