କଳାହାଣ୍ଡିର ମା’ ମାଣିକେଶ୍ୱରୀ ପୀଠ ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨ କୋଟି

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା’ ମାଣିକେଶ୍ୱରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି। ଏଥିରେ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ। ୫-ଟି ଉପକ୍ରମ ଅଧୀନରେ ମା’ଙ୍କର ଏହି ପୀଠର ବିକାଶ କାମ ଆରମ୍ଭ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ମାଣିକେଶ୍ୱରୀଙ୍କ ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ରହିଛି। କଳାହାଣ୍ଡି ଆଜି ବିକାଶର ନୂଆ ପରିଚୟ ନେଇ ଆଗକୁ ବଢୁଛି । ଏହି ବିକାଶରେ କଳାହାଣ୍ଡିର ପ୍ରତି ପରିବାର ଓ ପ୍ରତି ଲୋକ ସିଏ ଚାଷୀ ହେଉ ବା ଶ୍ରମିକ, ଯୁବ ସମାଜ, ସାଧାରଣ ଜନତା ବା ମହିଳା ସମସ୍ତଙ୍କର ଅବଦାନରେ କଳାହାଣ୍ଡି ଆଗେଇ ଚାଲିଛି। କଳାହାଣ୍ଡିର ଚାଷୀ ଆଜି ସାରା ଦେଶକୁ ଖାଦ୍ୟ ଯୋଗାଉଛି। କଳାହାଣ୍ଡି କପାର ଚାହିଦା ବଢିଛି । ଶିଳ୍ପ ନୂଆ ସୁଯୋଗ ଆଣିଛି । ଭିତ୍ତିଭୂମି ମଜବୁତ ହୋଇଛି । କଳାହାଣ୍ଡି ୟୁନିଭରସିଟି, ସରକାରୀ ମେଡିକାଲ କଲେଜ, ସରକାରୀ ଇଂଜିନିୟରିଂ କଲେଜ କଳାହାଣ୍ଡି ଯୁବସମାଜ ପାଇଁ ନୂଆ ପରିଚୟ ଆଣିଛି।

ତେବେ ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଶିଳ୍ପ, ଶକ୍ତି ଓ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ କଳାହାଣ୍ଡିର ବିଭିନ୍ନ କ୍ଷେତ୍ରରେ ଯେଉଁ ଉନ୍ନତି ସାଧିତ ହୋଇଛି, ତାହା ଉପରେ ଆଲୋକପାତ କରିଥିଲେ। ଏହାବ୍ୟତୀତ କଳାହାଣ୍ଡି ଜିଲାପାଳ, ଲାଞ୍ଜିଗଡ ବିଧାୟକ, ଏମ୍‌ପି ସୁଜିତ କୁମାରଙ୍କ ସମେତ ଜିଲାର ବିଧାୟକମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri