ମୁଖ୍ୟମନ୍ତ୍ରୀଙ୍କୁ ସୁଆଦ ବିଞ୍ଝାରପୁର ଗାଈକ୍ଷୀର: ପ୍ରମିଳା

ଭୁବନେଶ୍ୱର,୪।୧୨ (ରବିନାରାୟଣ ଜେନା): ମୁଖ୍ୟମନ୍ତ୍ରୀଙ୍କୁ ଯାଜପୁର ଜିଲା ବିଞ୍ଝାରପୁର ଦେଶୀଗାଈ କ୍ଷୀରରେ ପ୍ରସ୍ତୁତ ଚା’ ଭାରି ସୁଆଦିଆ ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି।
ପ୍ରଶ୍ନକାଳରେ ପ୍ରମିଳା ଦେଶୀଗାଈ ପ୍ରସଙ୍ଗ ଉଠାଇ କହିଛନ୍ତି ଯେ, ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଉପରୋକ୍ତ କଥା କହିଛନ୍ତି, ଯେଉଁ ବୈଠକରେ ବାଚସ୍ପତି ମଧ୍ୟ ଉପସ୍ଥିତ ଥିଲେ। ତେଣୁ ସରକାର ଦେଶୀଗାଈ ବଂଶବୃଦ୍ଧି ପାଇଁ କ’ଣସବୁ ଯୋଜନା ରଖିଛନ୍ତି ତାହା ଗୃହକୁ ଜଣାନ୍ତୁ। ସେ ପୁଣି କହିଛନ୍ତି, ପ୍ରତ୍ୟେକ ଚାଷୀଙ୍କୁ ସରକାର ଦେଶୀଗାଈ ଯୋଗାଇଦେବେ କି? ଏହାସହିତ ଯେଉଁ ଗୋରୁ ବୁଢ଼ା ହେଉଛନ୍ତି ତାଙ୍କ ସୁରକ୍ଷା ପାଇଁ ସରକାର କ’ଣ ପଦକ୍ଷେପ ନେଇଛନ୍ତି ଜଣାନ୍ତୁ। ଉତ୍ତରରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି, ରାଜ୍ୟ ସରକାର ଦେଶୀଗାଈ ବଂଶ ବୃଦ୍ଧିକୁ ସର୍ୱାଧିକ ଗୁରୁତ୍ୱ ଦେଉଛନ୍ତି। ପ୍ରତିଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେବାରେ ୧ ଟନ୍‌ ଦେଶୀଘିଅ ଲଗାଯାଉଛି। ଆଗାମୀ ଦିନରେ ଜାତୀୟସ୍ତର ସହିତ ଓଡ଼ିଶାରେ କିଭଳି ଦୁଗ୍ଧ ଅଧିକ ଉତ୍ପାଦନ ହେବ, ସେଥିପ୍ରତି ଗୁରୁତ୍ୱ ଦିଆଯିବ।
ଅବସରରେ ମୂଳ ପ୍ରଶ୍ନକର୍ତ୍ତା ବିଜେଡି ସଦସ୍ୟ ଅରୁଣ ସାହୁ ଜାତୀୟସ୍ତରରେ ଏବଂ ରାଜ୍ୟରେ ମୁଣ୍ଡ ପିଛା ଦୁଗ୍ଧ ଉତ୍ପାଦନ କେତେ ରହିଛି ତା’ର ତୁଳନାତ୍ମକ ତଥ୍ୟ ମନ୍ତ୍ରୀଙ୍କଠାରୁ ଲୋଡ଼ିଥିଲେ। ଏହାସହିତ ଲକ୍ଷ୍ୟଧାର୍ଯ୍ୟ ପୂରଣ ଲାଗି ସରକାରଙ୍କ କ’ଣସବୁ ଯୋଜନା ରହିଛି ଏବଂ ଅଦ୍ୟାବଧି କେତେଜଣ କୃଷକଙ୍କୁ କେତେ ପରିମାଣର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ବୋଲି ପ୍ରଶ୍ନ କରିଥିଲେ। ମନ୍ତ୍ରୀ ଉତ୍ତରରେ କହିଛନ୍ତି, ଜାତୀୟସ୍ତରରେ ଦୁଗ୍ଧ ମୁଣ୍ଡ ପିଛା ୩୦୦ ଗ୍ରାମ୍‌ ଉତ୍ପାଦନ ହେଉଥିବାବେଳେ ରାଜ୍ୟରେ ଏହି ହାର ୧୬୫ ଗ୍ରାମ୍‌ ରହିଛି। ଗ୍ରାମାଞ୍ଚଳ ଦୁଗ୍ଧଚାଷୀଙ୍କ ବିକାଶ ଲାଗି ସରକାର ବହୁବିଧ ଯୋଜନା କରିଛନ୍ତି। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୫,୩୫୪ ହିତାଧିକାରୀଙ୍କୁ ୬୪.୮୩ କୋଟି ଟଙ୍କା ପ୍ରଦାନ କରାଯାଇଛି। ରାଜ୍ୟରେ ୯୬ ହଜାର ଲିଟର ଦୁଗ୍ଧ ଉତ୍ପାଦନ ବଢ଼ିଛି ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri