‘ଘୁମୁରା’ ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଜିଲା ପାଇଁ ଏତିକି କୋଟି ଟଙ୍କାର…

ଭବାନୀପାଟଣା,୧୯।୧(ଉତ୍ତମ କୁମାର ଦାଶ): କୃଷି କ୍ଷେତ୍ରରେ କଳାହାଣ୍ଡିକୁ ରାଜ୍ୟରେ ଏକ ନମ୍ବର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରବିବାର ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ‘ଘୁମୁରା’ର ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲା ପାଇଁ ୮୯୧.୩୯ କୋଟି ଟଙ୍କାର ୩୬୧୨ଟି ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହି ପ୍ରକଳ୍ପ ଗୁଡ଼ିକ କଳାହାଣ୍ଡିର ବିକାଶକୁ
ଆହୁରି ଗତି ଦେବ ବୋଲି ସେ କହିଛନ୍ତି। ଏହି ଅବସରରେ ଜିଲାରେ ଉତେଇ ରାଉଳ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିପାଇଁ ୩,୩୨୫ କୋଟି ଟଙ୍କା ବିନିଯୋଗ ହେବ। ଏହାକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ ମିଳିଛି ଏବଂ ଏହା ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଆଗାମୀ ଦିନରେ ସରକାରଙ୍କ ପକ୍ଷରୁ ଭବାନୀପାଟଣା ଠାରେ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବର୍ତ୍ତମାନର ସରକାର ହେଉଛି ଲୋକଙ୍କ ସରକାର। ସମସ୍ତଙ୍କ ବିକାଶ ଓ କଲ୍ୟାଣ ପାଇଁ ଉଦ୍ୟମ ଜାରି ରହିଛି। ରାଜ୍ୟ ସରକାର କୃଷକମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖ ଅନେକ କୃଷକ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଜିଲାପାଳ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ଲୋକସଭା ଏମପି ମାଳବିକା ଦେବୀ, ରାଜ୍ୟସଭା ଏମପି ସୁଜିତ କୁମାର, ସରକାରୀ ମୁଖ୍ୟ ସଚେତକ ସରୋଜ ପ୍ରଧାନ, ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ନର୍ଲା ବିଧାୟିକା ମନୋରମା ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୁମୁରା ୨୦୨୬ର ସ୍ମରଣୀକା “କଳାଝରଣ”ପତ୍ରିକା ଉନ୍ମୋଚନ କରିବା ସହ ସହିଦ ରେଣ୍ଡୋ ମାଝୀ କଳାହାଣ୍ଡି ସ୍ବାଭିମାନର ପ୍ରତୀକ ବୋଲି କହିଥିଲେ। ସେହିପରି ପ୍ରଥମ ଥର ପାଇଁ ଉତ୍ସବରେ ଡ୍ରୋନ ଶୋ ହୋଇଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri