ହାବିଲଦାର, କନଷ୍ଟେବଲ୍‌ଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୭ା୧୨(କାର୍ତ୍ତିକ ସାହୁ):ଓଡ଼ିଶା ପୋଲିସ ହାବିଲଦାର, କନଷ୍ଟେବଲ୍‌ ଓ ସିପାହୀ ସଂଘର ୪୫ତମ ବାର୍ଷିକ ଉତ୍ସବ କଟକ ଓଏସ୍‌ଏପି ଷଷ୍ଠ ବାଟାଲିୟନ ପରିସରରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କହିଛନ୍ତି, ହାବିଲ୍‌ଦାର, କନ୍‌ଷ୍ଟେବଲ୍‌ ଓ ସିପାହୀମାନେ ଏଥର ବର୍ଷରେ ଏକ ମାସର ଦରମା ଅଧିକ ପାଇବେ। ନୂତନ ବେତନ ହାରରେ ସେମାନଙ୍କୁ ଏହି ଦରମା ପ୍ରଦାନ କରାଯିବ। ଏଥିସହ ହାବିଲଦାର ଓ କନ୍‌ଷ୍ଟେବଲ୍‌ମାନେ ପୂର୍ବରୁ ସାଇକେଲ ଭତ୍ତା ବାବଦରେ ୩୦୦ ଟଙ୍କା ପାଉଥିବାବେଳେ ମୋଟର ସାଇକେଲ ଭତ୍ତା ବାବଦରେ ଏକ ହଜାର ଟଙ୍କା ପାଇବେ। ଏଥିସହ ପୂର୍ବରୁ ପୋଷାକ ଭତ୍ତା ୫ ହଜାର ବଦଳରେ ଏଣିକି ୧୦ ହଜାର ଟଙ୍କା ମିଳିବ। ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତି ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନିଆଯିବ। ଭୁବନେଶ୍ୱରଠାରେ ମହାସଂଘର ନୂତନ ଗୃହ ନିର୍ମାଣ ପାଇଁ ଆବଶ୍ୟକ ଅର୍ଥ ଯୋଗାଇ ଦିଆଯିବ। ରାଜ୍ୟର ପ୍ରଗତି ପାଇଁ ସବୁଠାରୁ ମହତ୍ୱପୂର୍ଣ୍ଣ ଭୂମିକା ରାଜ୍ୟର ପୋଲିସ ବଳ ତୁଲାଇଥାନ୍ତି। ଏହି ପୋଲିସ ବିଭାଗରେ କନ୍‌ଷ୍ଟେବଲ ଏବଂ ସିପାହୀମାନେ ସବୁଠାରୁ ଗୁରୁ ଦାୟିତ୍ୱ ତୁଲାଉଛନ୍ତି। ତ୍ରୁଣମୂଳ ସ୍ତରରେ ଆଇନ ଶୃଙ୍ଖଳାଠାରୁ ଆରମ୍ଭ କରି ଗୋଇନ୍ଦା ପାଇଁ ଖବର ସଂଗ୍ରହ କରିବା ପରି ଦାୟିତ୍ୱ ତୁଲାଉଛନ୍ତି। କନ୍‌ଷ୍ଟେବଲ୍‌ ଏବଂ ସିପାହୀମାନେ ପୋଲିସ ବିଭାଗର ମେରୁଦଣ୍ଡ ସଦୃଶ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି। ଏଥିରେ ସମ୍ମାନିତ ଅତିଥି ଭାବେ କଟକ ସଦର ବିଧାୟକ ଇଂ. ପ୍ରକାଶ ସେଠୀ ଯୋଗଦେଇଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଯୋଗଦେଇ କନ୍‌ଷ୍ଟେବଲ୍‌ ଏବଂ ସିପାହୀଙ୍କ ସହଯୋଗ ବିନା ପୋଲିସ କେବେ ସଶକ୍ତ କିମ୍ବା ସମୃଦ୍ଧ ହୋଇପାରିବ ନାହିଁ ବୋଲି କହିଥିଲେ। ସଂଘ ସଭାପତି ଅନିଲ କୁମାର ଷଣ୍ଢ ଏଥିରେ ଅଧ୍ୟକ୍ଷତା କରିଥିବାବେଳେ ସାଧାରଣ ସମ୍ପାଦକ କିଶୋର କୁମାର ମହାନ୍ତି ବିବରଣୀ ପାଠ କରିଥିଲେ।
ଏହି ଅବସରରେ ସଂଘ ପକ୍ଷରୁ କେତେକ ମୌଳିକ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ସ୍ବାସ୍ଥ୍ୟ ବୀମା, ମୋଟର ସାଇକେଲ ଭତ୍ତା ପ୍ରଦାନ, ପୋଷାକ ଭତ୍ତା ବୃଦ୍ଧି କରିବା, ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି, ମେଡିକାଲରେ କର୍ମଚାରୀଙ୍କ ପାଇଁ ସ୍ବତନ୍ତ୍ର ବେଡ୍‌ ସଂରକ୍ଷଣ ରହିବା, ମହାସଂଘ ଗୃହର ପୁନରୁଦ୍ଧାର ଏବଂ ଷଷ୍ଠ ବାଟାଲିୟନ ପରିସରରେ ପୂର୍ତ୍ତ ବିଭାଗ ଅଧୀନରେ ଥିବା ଜାଗାକୁ ଷଷ୍ଠ ବାଟାଲିୟନ ନାମରେ ନାମିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରାଯାଇଥିଲା। ଉପସଭାପତି ସନ୍ତୋଷ କୁମାର ମହାନ୍ତି ଧନ୍ୟବାଦ ଦେଇଥିଲେ। ଷଷ୍ଠ ବାଟାଲିୟନ ସଂଘ ସଭାପତି ଅଶୋକ ବେହେରାଙ୍କ ସମେତ ସମସ୍ତ କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri