ହାବିଲଦାର, କନଷ୍ଟେବଲ୍‌ଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୭ା୧୨(କାର୍ତ୍ତିକ ସାହୁ):ଓଡ଼ିଶା ପୋଲିସ ହାବିଲଦାର, କନଷ୍ଟେବଲ୍‌ ଓ ସିପାହୀ ସଂଘର ୪୫ତମ ବାର୍ଷିକ ଉତ୍ସବ କଟକ ଓଏସ୍‌ଏପି ଷଷ୍ଠ ବାଟାଲିୟନ ପରିସରରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କହିଛନ୍ତି, ହାବିଲ୍‌ଦାର, କନ୍‌ଷ୍ଟେବଲ୍‌ ଓ ସିପାହୀମାନେ ଏଥର ବର୍ଷରେ ଏକ ମାସର ଦରମା ଅଧିକ ପାଇବେ। ନୂତନ ବେତନ ହାରରେ ସେମାନଙ୍କୁ ଏହି ଦରମା ପ୍ରଦାନ କରାଯିବ। ଏଥିସହ ହାବିଲଦାର ଓ କନ୍‌ଷ୍ଟେବଲ୍‌ମାନେ ପୂର୍ବରୁ ସାଇକେଲ ଭତ୍ତା ବାବଦରେ ୩୦୦ ଟଙ୍କା ପାଉଥିବାବେଳେ ମୋଟର ସାଇକେଲ ଭତ୍ତା ବାବଦରେ ଏକ ହଜାର ଟଙ୍କା ପାଇବେ। ଏଥିସହ ପୂର୍ବରୁ ପୋଷାକ ଭତ୍ତା ୫ ହଜାର ବଦଳରେ ଏଣିକି ୧୦ ହଜାର ଟଙ୍କା ମିଳିବ। ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତି ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନିଆଯିବ। ଭୁବନେଶ୍ୱରଠାରେ ମହାସଂଘର ନୂତନ ଗୃହ ନିର୍ମାଣ ପାଇଁ ଆବଶ୍ୟକ ଅର୍ଥ ଯୋଗାଇ ଦିଆଯିବ। ରାଜ୍ୟର ପ୍ରଗତି ପାଇଁ ସବୁଠାରୁ ମହତ୍ୱପୂର୍ଣ୍ଣ ଭୂମିକା ରାଜ୍ୟର ପୋଲିସ ବଳ ତୁଲାଇଥାନ୍ତି। ଏହି ପୋଲିସ ବିଭାଗରେ କନ୍‌ଷ୍ଟେବଲ ଏବଂ ସିପାହୀମାନେ ସବୁଠାରୁ ଗୁରୁ ଦାୟିତ୍ୱ ତୁଲାଉଛନ୍ତି। ତ୍ରୁଣମୂଳ ସ୍ତରରେ ଆଇନ ଶୃଙ୍ଖଳାଠାରୁ ଆରମ୍ଭ କରି ଗୋଇନ୍ଦା ପାଇଁ ଖବର ସଂଗ୍ରହ କରିବା ପରି ଦାୟିତ୍ୱ ତୁଲାଉଛନ୍ତି। କନ୍‌ଷ୍ଟେବଲ୍‌ ଏବଂ ସିପାହୀମାନେ ପୋଲିସ ବିଭାଗର ମେରୁଦଣ୍ଡ ସଦୃଶ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି। ଏଥିରେ ସମ୍ମାନିତ ଅତିଥି ଭାବେ କଟକ ସଦର ବିଧାୟକ ଇଂ. ପ୍ରକାଶ ସେଠୀ ଯୋଗଦେଇଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଯୋଗଦେଇ କନ୍‌ଷ୍ଟେବଲ୍‌ ଏବଂ ସିପାହୀଙ୍କ ସହଯୋଗ ବିନା ପୋଲିସ କେବେ ସଶକ୍ତ କିମ୍ବା ସମୃଦ୍ଧ ହୋଇପାରିବ ନାହିଁ ବୋଲି କହିଥିଲେ। ସଂଘ ସଭାପତି ଅନିଲ କୁମାର ଷଣ୍ଢ ଏଥିରେ ଅଧ୍ୟକ୍ଷତା କରିଥିବାବେଳେ ସାଧାରଣ ସମ୍ପାଦକ କିଶୋର କୁମାର ମହାନ୍ତି ବିବରଣୀ ପାଠ କରିଥିଲେ।
ଏହି ଅବସରରେ ସଂଘ ପକ୍ଷରୁ କେତେକ ମୌଳିକ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ସ୍ବାସ୍ଥ୍ୟ ବୀମା, ମୋଟର ସାଇକେଲ ଭତ୍ତା ପ୍ରଦାନ, ପୋଷାକ ଭତ୍ତା ବୃଦ୍ଧି କରିବା, ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି, ମେଡିକାଲରେ କର୍ମଚାରୀଙ୍କ ପାଇଁ ସ୍ବତନ୍ତ୍ର ବେଡ୍‌ ସଂରକ୍ଷଣ ରହିବା, ମହାସଂଘ ଗୃହର ପୁନରୁଦ୍ଧାର ଏବଂ ଷଷ୍ଠ ବାଟାଲିୟନ ପରିସରରେ ପୂର୍ତ୍ତ ବିଭାଗ ଅଧୀନରେ ଥିବା ଜାଗାକୁ ଷଷ୍ଠ ବାଟାଲିୟନ ନାମରେ ନାମିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରାଯାଇଥିଲା। ଉପସଭାପତି ସନ୍ତୋଷ କୁମାର ମହାନ୍ତି ଧନ୍ୟବାଦ ଦେଇଥିଲେ। ଷଷ୍ଠ ବାଟାଲିୟନ ସଂଘ ସଭାପତି ଅଶୋକ ବେହେରାଙ୍କ ସମେତ ସମସ୍ତ କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?