ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ଅବସରରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ବକ୍ତବ୍ୟରେ କହିଛନ୍ତି। ଏଥିସହ ସରକାର ଗଠନ ପରେ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବାକୁ ଅନେକ ଯୋଜନା ଓ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ଗତ ଦେଢ଼ ବର୍ଷରେ ପ୍ରାୟ ୨୦ ହଜାର ଶିକ୍ଷକ ନିଯୁକ୍ତ ହୋଇଛନ୍ତି। ଆଗାମୀ ଦିନରେ ଆହୁରି ୪୫ ହଜାର ନୂତନ ଶିକ୍ଷକ ନିଯୁକ୍ତି ନେଇ ପ୍ରକ୍ରିୟା ଜାରି ରହିଛି। ଏଥିସହ ୧୩ ହଜାର ସ୍କିମାଟିକ ଶିକ୍ଷକଙ୍କୁ ନିୟମିତ କରାଯାଇଛି ବୋଲି ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ।
ଆହୁରି କହିଥିଲେ, ୨୦୨୬-୨୭ ଆର୍ଥିକ ବର୍ଷରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୩୧,୯୯୭ କୋଟି ଟଙ୍କାରୁ ଅଧିକ ପ୍ରାବଧାନ ରଖାଯାଇଛି, ଯାହା ମୋଟ ବଜେଟର ୧୦.୩ ପ୍ରତିଶତ। ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ କରି ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନପାଇଁ ପଦକ୍ଷେପ ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ୨,୨୦୦ ପଞ୍ଚାୟତରେ ଏହାର କାମ ଆରମ୍ଭ ହୋଇଛି ବୋଲି କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବୋଦାପଳାସାସ୍ଥିତ ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ୩ କୋଟି ଟଙ୍କା ଅନୁଦାନ ଘୋଷଣା କରିଥିବା ବେଳେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ପାଇଁ ୭ କୋଟି ଟଙ୍କା ଓ ୭ ଏକର ଜମି ଯୋଗାଣ ସମ୍ବନ୍ଧରେ ମଧ୍ୟ ଘୋଷଣା କରାଯାଇଛି। ପିଏମ୍‌ଶ୍ରୀ ଯୋଜନାରେ ରାଜ୍ୟର ୮୦୦ ବିଦ୍ୟାଳୟକୁ ଉତ୍କର୍ଷ କେନ୍ଦ୍ରରେ ପରିଣତ କରାଯାଉଥିବା ସହ ନିପୁଣ ଓଡ଼ିଶା ମିଶନ ମାଧ୍ୟମରେ ଛାତ୍ରୀଛାତ୍ରଙ୍କ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ବିକାଶ ଉପରେ ଜୋର ଦିଆଯାଉଥିବା ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମରେ ତେଲକୋଇ ବିଧାୟକ ଫକିର ମୋହନ ନାୟକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାୟକ, କେନ୍ଦୁଝର ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ମମିତା ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଧାନଶିକ୍ଷକ ନୀଳାମ୍ବର ମହାନ୍ତ ସ୍ବାଗତ ଭାଷଣ ଦେଇଥିବା ବେଳେ ସାମାଜିକକର୍ମୀ ଜଗନ୍ନାଥ ସିଂହ ଧନ୍ୟବାଦ ଜଣାଇଥିଲେ।
କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ କରିଛନ୍ତି। ପ୍ରଥମେ କେନ୍ଦୁଝର ସଦର ବ୍ଲକ୍‌ ବୋଦାପଳସା ଗ୍ରାମରେ ଅରଡେଇ ନାଳ ଉପରେ ନିର୍ମାଣ ହୋଇଥିବା ପୋଲକୁ ଉଦ୍‌ଘାଟନ କରିଥିଲେ। ପରେ ଘଟଗଁା ବ୍ଲକ୍‌ ଢେଙ୍କିକୋଟ ପଞ୍ଚାୟତ ଲଙ୍ଗଳକଣ୍ଟି ଗ୍ରାମଠାରେ ୨୦ ନମ୍ବର ଜାତୀୟ ରାଜପଥ ଉପରେ ନବନିର୍ମିତ ଅଣ୍ଡରପାସ୍‌କୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରି ଜନସାଧାରଣଙ୍କୁ ଉତ୍ସର୍ଗ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri