ଜଗନ୍ନାଥଙ୍କ ଭଜନ ଗାଉ ଗାଉ ଟଳିପଡ଼ିଲେ ଅତିରିକ୍ତ ଜିଲାପାଳ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୭: ଗଜପତି ଜିଲା ଅତିରିକ୍ତ ଜିଲାପାଳ ବୀରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତଃ ଦାସ ଜଣେ ନିଷ୍ଠାପର, ଦାୟିତ୍ୱ ସମ୍ପନ୍ନ ଅଧିକାରୀ ଭାବେ ଜନସାଧାରଣଙ୍କ ହିତ ପାଇଁ ସର୍ବଦା କର୍ମରତ ଥିଲେ। ଉଚ୍ଚକୋଟୀର ପ୍ରଶାସନିକ ଦକ୍ଷତା ପାଇଁ ସେ ସବୁମହଲରେ ପ୍ରଶଂସିତ ଥିଲେ। ତାଙ୍କ ବିୟୋଗରେ ରାଜ୍ୟ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଦାସଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

ସୂଚନାଯୋଗ୍ୟ, ଶାନ୍ତିପୂର୍ଣ୍ଣ ଭାବେ ନିର୍ବାଚନ ସରିବା ପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।  କିଛି ସମୟ ପାଇଁ ମନୋରଞ୍ଜନ କରିବାକୁ ଗୀତ କାର୍ଯ୍ୟକ୍ରମ ହୋଇଥିଲା। ଯେଉଁଥିରେ ଅତିରିକ୍ତ ଜିଲାପାଳ ବୀରେନ୍ଦ୍ର ଗୀତ ଗାଇଥିଲେ। ହେଲେ ହଠାତ୍‌ ଅଘଟଣ ଘଟିଥିଲା । ଗୀତ ଗାଉଥିବାବେଳେ ମଞ୍ଚରେ ଟଳି ପଡିଥିଲେ ବୀରେନ୍ଦ୍ର । ତୁରନ୍ତ ତାଙ୍କୁ ବ୍ରହ୍ମପୁର ହସ୍ପିଟାଲକୁ ନିଆଯାଇଥିଲା । କିନ୍ତୁ ହସ୍ପିଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri