ଝିଅର ବାପା ହୋଇ ବିବାହ କରାଇଲେ ମୁଖ୍ୟମନ୍ତ୍ରୀ, ୨୦୧ ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…

ପୁରୁଷୋତ୍ତମପୁର,୩।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର’ ଶୁଭାରମ୍ଭ କରିଛନ୍ତି । ପଣ୍ଡିତ ବ୍ରାହ୍ମଣଙ୍କ ବେଦ ମନ୍ତ୍ରରେ ବିବାହ ମଣ୍ଡପ ପ୍ରକମ୍ପିତ ହୋଇଉଠିଥିବା ବେଳେ ସମ୍ପୂର୍ଣ୍ଣ ହିନ୍ଦୁ ରୀତିନୀତି ଅନୁସାରେ ବିବାହ କାର୍ଯ୍ୟ ସମାପନ ହୋଇଛି। ଏହି ବିବାହ ବେଦୀରେ ଝିଅର ବାପା ଓ ଭାଇ ଭାବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହି କନ୍ୟାଦାନ କରିଛନ୍ତି। ଏପରି ପୂଣ୍ୟ କାମ କରି ସେ ନିଜକୁ ଧନ୍ୟ ମନେକରି ବିବାହ କରିଥିବା ୨୦୧ ଜଣ ନବ ଦମ୍ପତିଙ୍କୁ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରଙ୍କ ପକ୍ଷରୁ ଏହା ଏକ ନୂତନ ଜନମଙ୍ଗଳକାରୀ ଯୋଜନା । ଯୌତୁକ ପ୍ରଥାକୁ ବାରଣ କରିବା ସହ ମହିଳାଙ୍କୁ ସଶକ୍ତିକରଣ କରିବା, ଗରିବ ଶ୍ରେଣୀର ଲୋକଙ୍କ ଉପରେ ବିବାହର ଯେଉଁ ଆର୍ଥିକ ଭାର ପଡୁଛି, ତାହାକୁ କମାଇବା ସହ ବିଧବାମାନଙ୍କୁ ପୁନଃ ବିବାହ କରାଇବା ସହ ଝିଅମାନଙ୍କୁ ସାମାଜିକ ସୁରକ୍ଷା ସହିତ ଉପଯୁକ୍ତ ସମ୍ମାନ ଦେବା ଏହି ଯୋଜନାର ମୂଳଲକ୍ଷ୍ୟ ବୋଲି ସେ କହିଛନ୍ତି। ଏହି ଯୋଜନାରେ ସରକାରଙ୍କ ପକ୍ଷରୁ ୬୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଉଛି । ଏହି ଟଙ୍କାରୁ ୪୫ ହଜାର ଟଙ୍କା କନ୍ୟାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବାବେଳେ ୧୫ ହଜାର ଟଙ୍କା ବିବାହ କାର୍ଯ୍ୟକରୁଥିବା ସଂସ୍ଥାକୁ ଦିଆଯିବ । ସମସ୍ତ ଜିଲାରେ ଏପରି କାର୍ଯ୍ୟକ୍ରମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ପରିବହନମନ୍ତ୍ରୀ ବିଭୂତିଭୂଷଣ ଜେନା, ମତ୍ସ୍ୟପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଆସିକା ଏମପି ଅନିତାପ୍ରିୟଦର୍ଶନୀ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକ,ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଦିଗପହଣ୍ଡି ବିଧାୟକ ଶିଦ୍ଧାନ୍ତ ମହାପାତ୍ର,ଆସିକା ବିଧାୟକ ସରୋଜ ପାଢୀ,ବ୍ରହ୍ମପୁର ବିଧାୟକ କେ.ଅନିଲ, ଜିଲାପାଳ ଭି କିର୍ତ୍ତିିଭାସନ, ଏସପି ଶୁଭେନ୍ଦୁ ପାତ୍ର ,ଛତ୍ରପୁର ଉପଜିଲାପାଳ ଶୁଭାଶିଷ ବରାଳ, ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା,ବିଡିଓ ଶରତ କୁମାର ପାତ୍ର ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

ରଥଯାତ୍ରା ପାଇଁ ବୁଗୁଡ଼ା ବନାଞ୍ଚଳରୁ ଗଲା ୧୬ ଖଣ୍ଡ ଫାଶି କାଠ

ବୁଗୁଡ଼ା,୨୧।୩(କାଳିଚରଣ ଦାଶ): ବୁଗୁଡ଼ା ପାଇଁ ଏକ ସୌଭାଗ୍ୟର ଦିନ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ତିଆରି ସକାଶେ ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri