ମୁଖ୍ୟମନ୍ତ୍ରୀଙ୍କ କରକମଳରେ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ, ଭିତ୍ତିପ୍ରସ୍ତର ସ୍ଥାପନ

ଜୟପୁର,୧୫ା୧୨: କୋରାପୁଟ ଜିଲା ଜୟପୁର ଫୁଲବାଡ଼ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା, ସରକାରୀ ଆବାସିକ ଗୃହ, ଏୟାରପୋର୍ଟର ନବନିର୍ମିତ ଟର୍ମିନାଲ କୋଠା ଲୋକାର୍ପଣ କରିଛନ୍ତି। ଏହା ସହ ସରକାରୀ ସେବିକା ମହାବିଦ୍ୟାଳୟର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟର ୭ ମହଲା ବିଶିଷ୍ଟ ନୂତନ କୋଠା ଲୋକାର୍ପଣ ହୋଇଛି। ଆଧୁନିକ ସୁବିଧା ଥିବା ୧୪୨ କୋଟି ଟଙ୍କା ବିନିମୟରେ ଜିଲା ମୁଖ୍ୟ ଚିକିତ୍ସାଳୟ ନିର୍ମାଣ ହୋଇଛି। ଜିଲା ଚିକିତ୍ସାଳୟର କର୍ମଚାରୀମାନଙ୍କ ପାଇଁ ୩୫ କୋଟି ଟଙ୍କା ବିନିମୟରେ ନିର୍ମାଣ ୯୬ଟି ନବନିର୍ମିତ ଆବାସିକ ଗୃହର ନିର୍ମାଣ ହୋଇଛି। ୩ ଶହ ଶଯ୍ୟା ବିଶିଷ୍ଟ ୭ ମହାଲା ନୂତନ କୋଠା ସମ୍ପୂର୍ଣ୍ଣ ଅତ୍ୟାଧୁନିକ ସୁବିଧା ଥବା ଗୋଟିଏ ଛାତ ତଳେ ଅଲ୍‌ଟ୍ରାସାଉଣ୍ଡ, ଅସ୍ଥିଶଲ୍ୟ ଭଳି ସମସ୍ତ ବିଭାଗ ଚିକିତ୍ସା ରହିଛି। ପୁରୁଣା ଉପଖଣ୍ଡ ଚିକିତ୍ସାଳୟରେ ଥିବା ରକ୍ତ ଭଣ୍ଡାରକୁ ମଧ୍ୟ ଏଠାକୁ ଆଣାଯାଇଛି। ଏଠାରେ ସମସ୍ତ ସୁବିଧା ରହିଥିବାବେଳେ ଖୁବଶୀଘ୍ର ଆଇସିୟୁର ବ୍ୟବସ୍ଥା ମଧ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଏହା ସହ ୫୨ କୋଟି ଟଙ୍କା ବିନିମୟରେ ନବନିର୍ମିତ ଜୟପୁର ଏୟାରପୋର୍ଟର ଟର୍ମିନାଲ କୋଠା ମଧ୍ୟ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ। ଏଠାରୁ ସମ୍ବଲପୁର, ରାଉରକେଲା ଭଳି ଅଞ୍ଚଳକୁ ବିମାନ ସେବା ଯୋଗାଇବା ପାଇଁ ସରକାର ଉଦ୍ୟମ କରୁଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ୧୦ କୋଟି ୨୩ ଲକ୍ଷ ଟଙ୍କା ବିନିମୟରେ ମହାବିଦ୍ୟାଳୟ ନିର୍ମାଣ ହେବ। ଏଠାରେ ତାଲିମ ନେଇ ବାହାରିବା ଛାତ୍ରୀମାନଙ୍କୁ ସରକାରୀ ନିଯୁକ୍ତି ଦେବାର ମଧ୍ୟ ଦୃଢ଼ ପରିକର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଜୟପୁର ବିଧାୟକ ତାରାପ୍ରସାଦ  ବାହିନୀପତି ସ୍ବାଗତ ଭାଷଣ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, କୋରାପୁଟ ବିଧାୟକ ରଘୁରାମ ମାଛ, କୋଟପାଡ଼ ବିଧାୟକ ରୁପୁ ଭତ୍ରା, ପଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଆଁନ୍ତା, ଜିଲା ପରିଷଦର ସଭାନେତ୍ରୀ ସସ୍ମିତା ମେଲକା, କୋରାପୁଟ ଜିଲାପାଳ ଭି.  କୀର୍ତ୍ତି ଭାସନ, ଏସ୍‌ପି ରୋହିତ ବର୍ମା, ଜିଲା ଚିକିତ୍ସାଧିକାରୀ ବରଦାକାନ୍ତ ମିଶ୍ର ପ୍ରମୁଖ ମଞ୍ଚାସୀନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ବଡ଼ ଦୁର୍ଘଟଣା: ଏକ ଲାଇଭ କାର୍ଯ୍ୟକ୍ରମର ଖବର ସଂଗ୍ରହ ସମୟରେ ଗଣମାଧ୍ୟମର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ୩ ମୃତ ଦେଖନ୍ତୁ ଭିଡ଼ିଓ

ଲସ ଆଞ୍ଜେଲସ,୧୬।୯: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। କାଲିଫର୍ନିଆର ଲସ ଆଞ୍ଜେଲସରେ ଏକ ମିଡିଆ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଚାଟ୍ସୱର୍ଥ (Chatsworth) ଅଞ୍ଚଳରେ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?