ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଲାଗି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ପୁରୁଷୋତ୍ତମପୁର,୮।୫(ସୀମାଞ୍ଚଳ ମିଶ୍ର): ଦିନିକିଆ ଗଞ୍ଜାମ ଗସ୍ତରେ ଆସି ମୁଖ୍ୟମନ୍ତୀ ମୋହନ ଚରଣ ମାଝୀ ପୁରୁଷୋତ୍ତମପୁର ବ୍ଲକ ଗାଙ୍ଗଦହଣୀ ସରକାରୀ ଉନ୍ନିତ ଉଚ୍ଚବିଦ୍ୟାଳୟର ଶତବାର୍ଷିକ ଉସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରେଣୀକକ୍ଷକୁ ଯାଇ ଛାତ୍ରୀଛାତ୍ରଙ୍କ ସହ ବସି ଭାବର ଆଦାନ ପ୍ରଦାନ କରିଥିଲେ । ପାଠପଢ଼ି ସମାଜରେ ଭଲ ମଣିଷ ହେବାକୁ ଛାତ୍ରୀଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ଉପଦେଶ ଦେଇଥିଲେ। ଏପରିକି କୁନିକୁନି ଛାତ୍ରୀଛାତ୍ରମାନଙ୍କୁ ମୋବାଇଲ ଫୋନ ଦେଖିବାଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଅନୁଷ୍ଠିତ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର ବିକାଶ ଉପରେ କହିବା ସହ ଶହେ ବର୍ଷର ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ଗୋଦାବରିଶ ମିଶ୍ର ଆଦର୍ଶ ବିଦ୍ୟାଳୟର ମାନ୍ୟତା ଦେବାକୁ ଘୋଷଣା କରିଥିଲେ।

ଗତ ସରକାରଙ୍କ ୨୪ ବର୍ଷ ଶାସନରେ ଗଞ୍ଜାମ ଜିଲାରେ ବିକାଶ ସ୍ବପ୍ନ ହୋଇ ରହିଯାଇଥିଲା। ଜିଲାର କୌଣସି ବିକାଶ ହୋଇ ନ ଥିବା ବେଳେ ପ୍ରସିଦ୍ଧ ତାରାତାରିଣୀ ମନ୍ଦିର ଅଧପନ୍ତରିଆ ଭାବେ ରହିଛି। ଏଣୁ ଗଞ୍ଜାମ ଜିଲାର ବିକାଶ କରାଯିବ। ଜଳସେଚନର ସୁବିଧା ଲାଗି ଜିଲାରେ ଚେକ୍‌ଡ୍ୟାମ୍‌, ଆନିକଟ ଆଦି ବିଭିନ୍ନ ପ୍ରକଳ୍ପ ଆତକୁ ନେଇ ଜିଲାକୁ ଶସ୍ୟ ଶାମଳା କରିବା ଲାଗି ପଦକ୍ଷେପ ନିଆଯିବ ବୋଲି ମୁଖ୍ୟ ମନ୍ତ୍ରୀ କହିଛନ୍ତି।

ଏପରିକି ବ୍ରହ୍ମପୁର ବଡ଼ ମେଡକାଲର ବିକାଶ ସହ ଜିଲାର ସମସ୍ତ ମେଡିକାଲରେ ଉତ୍ତମ ସେବା ଯୋଗାଇ ଦିଆଯିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ ଓ ପଶୁସମ୍ପଦ ମନ୍ତୀ ଗୋକୁଳାନନ୍ଦ ମଲ୍ଲିକ, ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକ, ଚିକିଟି ବିଧାୟକ ମନୋରଞ୍ଜନ ସାମନ୍ତରା, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ସୋରଡ଼ା ବିଧାୟକ ନୀଳମଣି ବିଶୋୟୀ, ଆସିକା ବିଧାୟକ ସରୋଜ ପାଢ଼ୀ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରଡ଼ା, ବିଦ୍ୟାଯାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅନୁକମ୍ପା କାନୁନଗୋ ମଞ୍ଚାସୀନ ଥିବା ବେଳେ ସମସ୍ତ ପ୍ରଶାସନିକ ଅଧିକାରୀ ଓ ବିଦ୍ୟାଳୟର ଶିକ୍ଷୟିତ୍ରୀ, ଶିକ୍ଷକ, ପୁରାତନ ଛାତ୍ର ଓ ଜନସାଧାରଣ ଉପସ୍ଥିତ ଥିଲେ। ଏହି ଅବସରରେ କୃତି ଛାତ୍ରୀଛାତ୍ର ଓ ପୁରାତନ ଛାତ୍ରଙ୍କୁ ମୁଖ୍ୟମନ୍ତୀ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri