ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଲାଗି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ପୁରୁଷୋତ୍ତମପୁର,୮।୫(ସୀମାଞ୍ଚଳ ମିଶ୍ର): ଦିନିକିଆ ଗଞ୍ଜାମ ଗସ୍ତରେ ଆସି ମୁଖ୍ୟମନ୍ତୀ ମୋହନ ଚରଣ ମାଝୀ ପୁରୁଷୋତ୍ତମପୁର ବ୍ଲକ ଗାଙ୍ଗଦହଣୀ ସରକାରୀ ଉନ୍ନିତ ଉଚ୍ଚବିଦ୍ୟାଳୟର ଶତବାର୍ଷିକ ଉସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରେଣୀକକ୍ଷକୁ ଯାଇ ଛାତ୍ରୀଛାତ୍ରଙ୍କ ସହ ବସି ଭାବର ଆଦାନ ପ୍ରଦାନ କରିଥିଲେ । ପାଠପଢ଼ି ସମାଜରେ ଭଲ ମଣିଷ ହେବାକୁ ଛାତ୍ରୀଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ଉପଦେଶ ଦେଇଥିଲେ। ଏପରିକି କୁନିକୁନି ଛାତ୍ରୀଛାତ୍ରମାନଙ୍କୁ ମୋବାଇଲ ଫୋନ ଦେଖିବାଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଅନୁଷ୍ଠିତ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର ବିକାଶ ଉପରେ କହିବା ସହ ଶହେ ବର୍ଷର ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ଗୋଦାବରିଶ ମିଶ୍ର ଆଦର୍ଶ ବିଦ୍ୟାଳୟର ମାନ୍ୟତା ଦେବାକୁ ଘୋଷଣା କରିଥିଲେ।

ଗତ ସରକାରଙ୍କ ୨୪ ବର୍ଷ ଶାସନରେ ଗଞ୍ଜାମ ଜିଲାରେ ବିକାଶ ସ୍ବପ୍ନ ହୋଇ ରହିଯାଇଥିଲା। ଜିଲାର କୌଣସି ବିକାଶ ହୋଇ ନ ଥିବା ବେଳେ ପ୍ରସିଦ୍ଧ ତାରାତାରିଣୀ ମନ୍ଦିର ଅଧପନ୍ତରିଆ ଭାବେ ରହିଛି। ଏଣୁ ଗଞ୍ଜାମ ଜିଲାର ବିକାଶ କରାଯିବ। ଜଳସେଚନର ସୁବିଧା ଲାଗି ଜିଲାରେ ଚେକ୍‌ଡ୍ୟାମ୍‌, ଆନିକଟ ଆଦି ବିଭିନ୍ନ ପ୍ରକଳ୍ପ ଆତକୁ ନେଇ ଜିଲାକୁ ଶସ୍ୟ ଶାମଳା କରିବା ଲାଗି ପଦକ୍ଷେପ ନିଆଯିବ ବୋଲି ମୁଖ୍ୟ ମନ୍ତ୍ରୀ କହିଛନ୍ତି।

ଏପରିକି ବ୍ରହ୍ମପୁର ବଡ଼ ମେଡକାଲର ବିକାଶ ସହ ଜିଲାର ସମସ୍ତ ମେଡିକାଲରେ ଉତ୍ତମ ସେବା ଯୋଗାଇ ଦିଆଯିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ ଓ ପଶୁସମ୍ପଦ ମନ୍ତୀ ଗୋକୁଳାନନ୍ଦ ମଲ୍ଲିକ, ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକ, ଚିକିଟି ବିଧାୟକ ମନୋରଞ୍ଜନ ସାମନ୍ତରା, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ସୋରଡ଼ା ବିଧାୟକ ନୀଳମଣି ବିଶୋୟୀ, ଆସିକା ବିଧାୟକ ସରୋଜ ପାଢ଼ୀ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରଡ଼ା, ବିଦ୍ୟାଯାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅନୁକମ୍ପା କାନୁନଗୋ ମଞ୍ଚାସୀନ ଥିବା ବେଳେ ସମସ୍ତ ପ୍ରଶାସନିକ ଅଧିକାରୀ ଓ ବିଦ୍ୟାଳୟର ଶିକ୍ଷୟିତ୍ରୀ, ଶିକ୍ଷକ, ପୁରାତନ ଛାତ୍ର ଓ ଜନସାଧାରଣ ଉପସ୍ଥିତ ଥିଲେ। ଏହି ଅବସରରେ କୃତି ଛାତ୍ରୀଛାତ୍ର ଓ ପୁରାତନ ଛାତ୍ରଙ୍କୁ ମୁଖ୍ୟମନ୍ତୀ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?